ବୁଧବାର ପୁରୀ ଡିଭିଜନରେ ପକ୍ଷୀ ଗଣନା: ନିୟୋଜିତ ହେବେ ୨୩ ଟିମ୍‌

ପୁରୀ ଅଫିସ, ୭ା୧: ପୁରୀ ବନ୍ୟପ୍ରାଣୀ ଡିଭିଜନରେ ବୁଧବାର ପକ୍ଷୀ ଗଣନା କରାଯିବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ରାଜ୍ୟର ବିଭିନ୍ନ ଡିଭିଜନରେ ଗତ ୩ ତାରିଖରେ ପକ୍ଷୀ ଗଣନା କରାଯାଇଥିଲା। ପୁରୀ ଡିଭିଜନରେ ମଧ୍ୟ ଏହି ଦିନ ଗଣତି କରାଯିବ ବୋଲି ପୂର୍ବରୁ ସ୍ଥିର ହୋଇଥିଲା। ଏଥିପାଇଁ ଗତ ୨ତାରିଖରେ ତାଲିମ ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ ଗଣନାରେ ସାମିଲ ହେବାକୁ ଥିବା କର୍ମଚାରୀଙ୍କୁ ତାଲିମ ଦିଆଯାଇଥିଲା। କିନ୍ତୁ ୩ରେ ବର୍ଷା ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିବା ପରେ ଏହାକୁ ବୁଧବାରକୁ ଘୁଞ୍ଚାଇ ଦିଆଯାଇଥିଲା। ପକ୍ଷୀ ଗଣନା ପାଇଁ ୨୩ଟି ଟିମ୍‌ ଗଠନ କରାଯାଇଛି। ସକାଳ ୬ଟାରୁ ୯ଟା ପର୍ଯ୍ୟନ୍ତ ଏହି ଗଣନା ହେବ ବୋଲି ପୁରୀ ଡିଏଫ୍‌ଓ ହର୍ଷବର୍ଦ୍ଧନ ଉଦ୍‌ଗାତା କହିଛନ୍ତି ।

ଡିଏଫ୍‌ଓଙ୍କ ସୂଚନା ମୁତାବକ ପୁରୀ ଡିଭିଜନରେ ୫ଟି ରେଞ୍ଜ ବାଲୁଖଣ୍ଡ, କୋଣାର୍କ, ଅସ୍ତରଙ୍ଗ, ଗୋପ, ବ୍ରହ୍ମଗିରି ରହିଛି। ପକ୍ଷୀ ଗଣନା ପାଇଁ ସମସ୍ତ ରେଞ୍ଜ ଅଫିସର, ଫରେଷ୍ଟର, ଗାର୍ଡ ଏବଂ ଅନ୍ୟ କର୍ମଚାରୀଙ୍କୁ ପ୍ରଶିକ୍ଷଣ ଦିଆଯାଇଛି। ପୁରୀ ଡିଭିଜନ ଅନ୍ତର୍ଗତ ଯେଉଁସବୁ ସ୍ଥାନରେ ଜଳାଶୟ ରହିଛି ଏବଂ ପକ୍ଷୀ ଆସିଛନ୍ତି ସେ ସବୁ ସ୍ଥାନରେ ଗଣନା କରାଯିବ। ଏଥିଲାଗି ୨୩ଟି ସ୍ଥାନ ଚିହ୍ନଟ କରାଯାଇ ୨୩ଟିମ୍‌ ଗଠନ କରାଯାଇଛି। ଏରିଆ ଏବଂ ପକ୍ଷୀଙ୍କ ସମାଗମକୁ ନଜରରେ ରଖି ପ୍ରତି ଟିମ୍‌ରେ ୩ରୁ ୪ ଜଣ ଲେଖାଏ ସଦସ୍ୟ ରହିବେ। ରତ୍ନଚିରା, ଗଙ୍ଗାଦେବୀ, କୁଶଭଦ୍ରା, ପ୍ରାଚୀ, କାଦୁଆ ନଦୀ ଏବଂ କେଳୁଣୀ ମୁହାଣ ପ୍ରଭୃତି ୨୩ଟି ସ୍ଥାନରେ ଏହି ଗଣନା ହେବ। ଏଥିରେ ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ବାବଧାରକ, ବନ୍ୟପ୍ରାଣୀ ପ୍ରେମୀ ଓ ବନ୍ୟପ୍ରାଣୀ ବିଶେଷଜ୍ଞ ସାମିଲ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ବେହାଲ ବରଗଡ଼ ସହର, ତଳି ଅଞ୍ଚଳ ଜଳମଗ୍ନ

ବରଗଡ଼,୬।୭,(ପ୍ରେମାନନ୍ଦ ଖମାରୀ): ବିିକଶିତ ବରଗଡ଼ ଲକ୍ଷ୍ୟ ନେଇ ରାସ୍ତାପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ହୋଇଛି। ସେଠାରେ ଡ୍ରେନ ନିର୍ମାଣ କରାଯାଇଛି। କେଉଁଠି ଡ୍ରେନ ନିର୍ମାଣ ସରିଛି ତ ଆଉ…

ବରଗଡ଼ ଜିଲାରେ ଆଜି ସ୍କୁଲ ଛୁଟି

ବରଗଡ଼,୬ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବର୍ଷା ଲାଗି ରହିଛି। ଭାରତୀୟ ପାଣିପାଗ ବିଭାଗ ମଧ୍ୟ ବରଗଡ଼ ଜିଲାରେ ସୋମବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ…

ଚାକିରି ଛାଡ଼ିବା ପରେ ବଡ଼ କଥା କହିଦେଲେ ଭୁବନେଶ୍ୱର ଡିସିପି, ଓଡ଼ିଶାର ଲୋକେ…

ଭୁବନେଶ୍ୱର,୬ା୭: ଚାକିରି ଛାଡ଼ିବା ପରେ ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଓଡ଼ିଶାବାସୀଙ୍କ ପାଇଁ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ଓଡ଼ିଶାର ଲୋକେ ବହୁତ ଭଲ।…

ସମ୍ବଲପୁରରେ ପ୍ରବଳ ବର୍ଷା: ଜଣେ ଭାସିଗଲେ, ଜଣେ ଉଦ୍ଧାର

ସମ୍ବଲପୁର,୬ା୭(ପ୍ରମୋଦ ବହିଦାର): ସମ୍ବଲପୁରରେ ଗତ ୪ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଗତ ରାତ୍ରି ତମାମ ଅବିଶ୍ରାନ୍ତ ବର୍ଷା ଫଳରେ…

ହତ୍ୟା କରି ନଦୀରେ ଫିଙ୍ଗିଦେଲେ, ଗାଁରେ ଉତ୍ତେଜନା

ନୟାଗଡ଼,୬ା୭(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ଡାଳିଆମଡ଼ା ଗାଁରେ ଏକ ଅଭାବନୀୟ କାଣ୍ଡ ଘଟିଚି। ଅଭି ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରି ରବିବାର ରାତିରେ…

କନ୍ଧମାଳରେ ସବୁ ବିଦ୍ୟାଳୟ ଛୁଟି: ମୋବାଇଲ ନେଟ୍‌ଓ୍ବର୍କ୍‌ ନ ଥିବାରୁ ଶିକ୍ଷକଙ୍କ ନିକଟରେ ପହଞ୍ଚିପାରୁନି ନିର୍ଦ୍ଦେଶନାମା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣ ବର୍ଷା ଜାରି ରହିଛି। ଏଥିପାଇଁ ସୋମବାର ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟକୁ ଛୁଟି ରଖିବା…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା: ୩ ଦିନ ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତ, ଲୋକଙ୍କୁ ଡିବି-ଲଣ୍ଠନ ଭରସା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍‌ ବାରମ୍ବାର…

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri