ବୁରୁଜାଲ ଗାଁରେ ଗୋଷ୍ଠୀ ସଂଘର୍ଷ: ୬ ଆହତ

ଚାନ୍ଦବାଲି,୧୭।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଉତୁକୁଡ଼ା ପଞ୍ଚାୟତର ବୁରୁଜାଲ ଗାଁରେ ବୁଧବାର ସକାଳେ ଦୁଇ ରାଜନୈତିକ ଦଳର ସମର୍ଥକଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଏଥିରେ ୬ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ପ୍ରଥମେ ଚାନ୍ଦବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଭଦ୍ରକ ଜିଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଗାଁରେ ଉତ୍ତେଜନା ଲାଗି ରହିଥିବାରୁ ପୋଲିସ ମୁତୟନ କରାଯାଇଛି ।

ସୂଚନାନୁଯାୟୀ, ଏହି ଗାଁରେ ଦୁଇ ରାଜନୈତିକ ଦଳର ସମର୍ଥକଙ୍କ ମଧ୍ୟରେ ବିବାଦ ଦୀର୍ଘ ଦିନ ଧରି ଲାଗି ରହିଛି । ବିଭିନ୍ନ ସମୟରେ ଏହା ସଂଘର୍ଷର ରୂପ ନେଉଛିା ଏନେଇ ଏକାଧିକ ମାମଲା ଚାନ୍ଦବାଲି ଥାନାରେ ରୁଜୁ ହୋଇଛି । ଏକ ରାଜନୈତିକ ଦଳର ଜଣେ ସମର୍ଥକ ବୁଧବାର ସକାଳେ ଏକ ଅଟୋରେ ନିଜର ଚିଙ୍ଗୁଡି ଘେରିକୁ ଖାଦ୍ୟ ନେଇ ଯାଉଥିଲେ । ପୂର୍ବରୁ ପ୍ରସ୍ତୁତ ଥିବା ଅନ୍ୟ ଦଳର ସମର୍ଥକ ରାସ୍ତାରେ ତାଙ୍କ ଉପରେ ଆକ୍ରମଣ କରିଥିଲେ । ସେଥିରେ ସେ ଆହତ ହୋଇଥିଲେ । ଏହାକୁ ନେଇ ଗାଁରେ ଗୋଷ୍ଠୀ ସଂଘର୍ଷ ଆରମ୍ଭ ହୋଇଛି । ଏଥିରେ ୩ଟି ବାଇକ ଓ ଗୋଟିଏ ଅଟୋ ଭାଙ୍ଗିରୁଜି ଯାଇଛି । ଖବର ପାଇ ଘଟଣାସ୍ଥଳରେ ଚାନ୍ଦବାଲି ପୋଲିସ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ପ୍ରଶଂସା କଲେ ମୋଦି: କହିଦେଲେ ଏମିତି, ଚାରିଆଡେ ଚର୍ଚ୍ଚା

ଜାକର୍ତ୍ତା,୮ା୭: ଇଣ୍ଡୋନେସିଆ ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଭୂମିକା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ବିଜୁଙ୍କ…

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…

ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ…

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri