Posted inଜାତୀୟ

ବୁଲନ୍ଦସହରରେ ୨ ସାଧୁଙ୍କୁ ହତ୍ୟା: ଯୋଗୀଙ୍କ ସହ କଥା ହେଲେ ଉଦ୍ଧବ

ମୁମ୍ବାଇ,୨୮।୪: ସାରା ଦେଶ କରୋନା ମହାମାରୀ ସହ ଲଢୁଥିବା ବେଳେ ଉତ୍ତର ପ୍ରଦେଶର ବୁଲନ୍ଦସହରରେ ୨ଜଣ ସାଧୁଙ୍କୁ ହତ୍ୟା କରାଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏହି ଘଟଣାକୁ ନେଇ ମଙ୍ଗଳବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ କଥା ହୋଇଛନ୍ତି। ଉଦ୍ଧବ ଏହି ଘଟଣାକୁ ନେଇ ଚିନ୍ତା ପ୍ରକଟ କରିବା ସହ ଦୋଷୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନେବାକୁ ଯେଗୀଙ୍କୁ କହିଛନ୍ତି। ସୂଚନାଯୋଗ୍ୟ, ଏହା ପୂର୍ବରୁ ମହାରାଷ୍ଟ୍ରର ପାଲଘରରେ ଯେତେବେଳେ ୨ ସାଧୁଙ୍କ ସମେତ ୩ ଜଣଙ୍କୁ ହତ୍ୟା କରାଯାଇଥିଲା ସେତେବେଳେ ଯୋଗୀ ଆଦିତ୍ୟନାଥ ଉଦ୍ଧବ ଠାକରେଙ୍କ ସହ ଫୋନ ଯୋଗେ କଥା ହୋଇ ଦୋଷୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନେବାକୁ କହିଥିଲେ। ଏବେ ଉଦ୍ଧବ କହିଛନ୍ତି ପାଲଘର ମାମଲାରେ ଆମେ ଯେଭଳି କଡା ପଦକ୍ଷେପ ନେଉଛୁ ଯୋଗୀ ମଧ୍ୟ ସେମିତି କାର୍ଯ୍ୟାନୁଷ୍ଠାନ ନିଅନ୍ତୁ। ଉଦ୍ଧବ ଠାକରେଙ୍କ ବ୍ୟତୀତ ଶିବସେନା ଏମ୍‌ପି ସଞ୍ଜୟ ରାଉତ ମଧ୍ୟ ବୁଲନ୍ଦସହର ସାଧୁଙ୍କ ହତ୍ୟା ମାମଲାକୁ ଧାର୍ମିକ ରୂପ ନ ଦେଇ ବରଂ ଦୋଷୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri