‘ବୁଲବୁଲ୍‌’ ପ୍ରଭାବରେ ଅପରାହ୍ନରୁ ଉପକୂଳ ଓଡ଼ିଶାରେ ବଢ଼ିବ ପବନର ବେଗ: ଏସ୍‌ଆର୍‌ସି

ଭୁବନେଶ୍ୱର,୮।୧୧(ବ୍ୟୁରୋ): ବାତ୍ୟା ‘ବୁଲବୁଲ୍‌’ ଶନିବାର ପୂର୍ବାହ୍ନରେ ପାରାଦୀପଠାରୁ ପ୍ରାୟ ୩୫୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହାର ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶାରେ ଶୁକ୍ରବାରଠାରୁ ବର୍ଷା ଆରମ୍ଭ ହୋଇଛି। ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲାରେ ଜିଲାରେ ପ୍ରବଳ ବର୍ଷା ହେବ। ମୟୂରଭଞ୍ଜ ଏବଂ ଯାଜପୁର ଜିଲାରେ ମଧ୍ୟମ ଧରଣର ବର୍ଷା ହେବ। ଏଥିସହ ଅପରାହ୍ନରେ ଉପକୂଳ ଓଡ଼ିଶାରେ ପବନର ବେଗ ବଢ଼ିବ ବୋଲି ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଶୁକ୍ରବାର ୬୫କିମି ବେଗରେ ପବନ ବହିବାକୁ ଥିବା ବେଳେ ଶନିବାର ୭୦ରୁ ୯୦ କିମି ବେଗରେ ପବନ ବହିବ। ସେହିଭଳି ପୁରୀ ଓ ଗଞ୍ଜାମରେ ୪୦ରୁ ୬୦ କିମି ବେଗରେ ପବନ ବହିପାରେ। ଆବଶ୍ୟକ ହେଲେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ। ଏନେଇ ଜିଲାପାଳ ନିଷ୍ପତ୍ତି ନେବେ। ପ୍ରଭାବିତ ହେବାକୁ ଥିବା ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ୍‌ ଟିମ୍‌ ପଠାଯାଇଥିବା ବେଳେ ଅଗ୍ନିଶମ ବିଭାଗ ସଜାଗ ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଶସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri