ବୁଲେଟ ଟ୍ରେନ ପ୍ରକଳ୍ପ ଲାଗି ମିଳୁନି ଜମି

ନୂଆଦିଲ୍ଲୀ,୨୩-୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମହତ୍ତ୍ୱାକାଂକ୍ଷୀ ମୁମ୍ବାଇ-ଅହମ୍ମଦାବାଦ୍‌ ବୁଲେଟ ଟ୍ରେନ ପ୍ରକଳ୍ପ ଆଗେଇ ପାରୁ ନାହିଁ। ଏହି ପ୍ରକଳ୍ପ ପାଇଁ ଭୂମି ଅଧିଗ୍ରହଣ ଏକ ବଡ଼ ସମସ୍ୟା ହୋଇଛି। ଅଦ୍ୟାବଧି ଆବଶ୍ୟକ ଜମି ମଧ୍ୟରୁ ମିଳିଛି ମାତ୍ର ୩୯% ବୋଲି ରାଷ୍ଟ୍ରୀୟ ହାଇସ୍ପିଡ୍‌ ରେଳ କର୍ପୋରେଶନ ଲିମିଟେଡର ଜଣେ ବରିଷ୍ଠ ଅଧିକାରୀ ନାମ ଗୋପନ ରଖିବା ସର୍ତ୍ତରେ କହିଛନ୍ତି। ସେ କହିଛନ୍ତି ଯେ, ମହାରାଷ୍ଟ୍ର ଓ ଗୁଜରାଟରେ ଆବଶ୍ୟକ ୧୩୮୭ ହେକ୍ଟର ଜମି ମଧ୍ୟରୁ ୫୩୭ ହେକ୍ଟର ଅଧିଗ୍ରହଣ କରାଯାଇଛି। ଗୁଜରାଟରେ ୯୪୦ ହେକ୍ଟର ମଧ୍ୟରୁ ମିଳିଛି ମାତ୍ର ୪୭୧ ହେକ୍ଟର ଜମି ଏବଂ ମହାରାଷ୍ଟ୍ରରେ ୪୩୧ ହେକ୍ଟର ମଧ୍ୟରୁ ଅଧିଗ୍ରହଣ କରାଯାଇଛି ୬୬ ହେକ୍ଟର। ଦାଦ୍‌ରା ଏବଂ ନଗର ହାବେଲୀରେ ଆବଶ୍ୟକ ୯ ହେକ୍ଟର ମଧ୍ୟରୁ ସରକାର ଇଞ୍ଚେ ମଧ୍ୟ ହେଲେ ଜମି ଅଧିଗ୍ରହଣ କରିପାରିନାହାନ୍ତି। ସୂଚନାଥାଉ କି, କେନ୍ଦ୍ର ସରକାର ଜମି ଅଧିଗ୍ରହଣ ଅବରୋଧକୁ ଶେଷ କରିବା ଲାଗି ଗତବର୍ଷ ଡିସେମ୍ବର ପର୍ଯ୍ୟନ୍ତ ଏକ ସମୟସୀମା ଧାର୍ଯ୍ୟ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ଏବଂ ତାଙ୍କର ଜାପାନୀ ସମକକ୍ଷ ଶିଞ୍ଜୋ ଆବେ ୨୦୧୭ ସେପ୍ଟେମ୍ବର ୧୪ରେ ୧.୦୮ ଲକ୍ଷ କୋଟି ଟଙ୍କାର ୫୦୮କିମି ଲମ୍ବାର ଅହମ୍ମାଦାବାଦ୍‌-ମୁମ୍ବାଇ ହାଇସ୍ପିଡ୍‌ ରେଲ ପ୍ରକଳ୍ପ ଲାଗି ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ୨୦୨୨ ସୁଦ୍ଧା ଏହି ପ୍ରକଳ୍ପ ଶେଷ କରିବା ଲାଗି ସମୟସୀମା ଧାର୍ଯ୍ୟ କରାଯାଇଛି। ଏଥିଲାଗି ଜାପାନ ଅନ୍ତରାଷ୍ଟ୍ରୀୟ ସହଯୋଗ ଏଜେନ୍ସି(ଜାଇକା) ଏବଂ ରେଳ ମନ୍ତ୍ରଣାଳୟ ମଧ୍ୟରେ ଏକ ଏମ୍‌ଓୟୁ ସ୍ବାକ୍ଷର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାରେ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିଆଯିବ କଠୋର ପଦକ୍ଷେପ, ଶିଶୁକନ୍ୟା ମୃତ୍ୟୁହାର କମାଇବାକୁ…

ଛତ୍ରପୁର,୨୬ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶିଶୁକନ୍ୟା…

ଭୟଙ୍କର! ମନ୍ତ୍ରୀଙ୍କ ଘରେ ପାଣି ପଶିବା ପରେ ବାଲି ପକାଇବାକୁ ଯାଉଥିଲେ ଶ୍ରମିକ, ମଝି ନଦୀରେ ଓଲଟିଲା ଡଙ୍ଗା, ୨୨ ଶ୍ରମିକ…

ପାଟନା,୨୬।୮: ବିହାରର ଭାଗଲପୁରରେ ଗଙ୍ଗା ନଦୀରେ ଏକ ବଡ଼ ଅଘଟଣ ଘଟିଛି । ନବଗଛିଆ ଅନ୍ତର୍ଗତ ଖରୀକ ବ୍ଲକର ରାଘୋପୁର ତଟବନ୍ଧ ନିକଟରେ ୨୨ ଜଣ ଶ୍ରମିକଙ୍କୁ…

ଚନ୍ଦ୍ରଗ୍ରହଣରେ ସମ୍ଭାଳିକି ରୁହନ୍ତୁ ଏହି ଗୋଟିଏ ରାଶି , ବଢ଼ିବ ମାନସିକ ଚାପ, ମାସେ ଯାଏ ଭାବିଚିନ୍ତି ନିଅନ୍ତୁ ନିଷ୍ପତ୍ତି!

ଜ୍ୟୋତିଷ ସିଦ୍ଧାନ୍ତ ଅନୁସାରେ, ଯେତେବେଳେ ବି କୌଣସି ବଡ଼ ଖଗୋଳୀୟ ଘଟଣା ଘଟେ, ସେତେବେଳେ ଏହାର ସିଧାସଳଖ ପ୍ରଭାବ ଦେଶ-ଦୁନିଆ ଏବଂ ରାଶିଗୁଡ଼ିକ ଉପରେ ପଡ଼ିଥାଏ। କିନ୍ତୁ…

ନେପାଳରେ ବନ୍ୟା ବିପର୍ଯ୍ୟୟ: ଭାସିଗଲା ଅନେକ ଗାଁ, ୭ଜଣଙ୍କ ମୃତ୍ୟୁ, ୧୦୫ ଜଣ ଭାରତୀୟଙ୍କ ସମେତ ୨୯୧ ବିଦେଶୀ ନିଖୋଜ

କାଠମାଣ୍ଡୁ,୨୬।୮: ଉତ୍ତର ନେପାଳର ଭୋଟେ କୋଶି ନଦୀରେ ବୁଧବାର ହଠାତ ବନ୍ୟା ଆସିଥିଲା। ଏପର୍ଯ୍ୟନ୍ତ ୭ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ସମୟରେ, ୨୯୧ ବିଦେଶୀ ନାଗରିକଙ୍କ…

‘ଛାତ୍ରଙ୍କୁ ଚାକିରି ନୁହେଁ ଲାଠି ମିଳୁଛି’, ରାସ୍ତାରେ ଗର୍ଜିଲେ ୬ ବର୍ଷର ବାଳକ, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା…

ପାଟନା,୨୬।୮: ରୋଜଗାର ସମେତ ବିଭିନ୍ନ ଦାବି ନେଇ ପାଟନାର ଡାକବଙ୍ଗଲା ଛକରେ ଛାତ୍ର ଓ ପରୀକ୍ଷାର୍ଥୀଙ୍କ ଆନ୍ଦୋଳନ ଜାରି ରହିଛି । ଏହି ଭିଡ଼ ମଧ୍ୟରେ ପ୍ରାୟ…

Video: ନେପାଳରେ ପ୍ରକୃତିର କୋପ, ଆସିଲା ଭୟଙ୍କର ଭଡ଼ିଓ, ହଠାତ୍‌ ମାଡିଆସିଲା ପାଣି ୧୦୦୦ରୁ ଅଧିକ ଲୋକ ଭାସିଯାଇଥିବା ଆଶଙ୍କା

କାଠମାଣ୍ଡୁ,୨୬।୮: ପ୍ରତିବର୍ଷ ମୌସୁମୀ ଋତୁରେ, ନେପାଳ ଏବଂ ଭାରତର ପାର୍ବତ୍ୟାଞ୍ଚଳ ପ୍ରକୃତିର କୋପ ଦେଖିଥାଏ। ବୁଧବାର ସକାଳେ ନେପାଳରେ ସମାନ ଦୃଶ୍ୟ ଦେଖାଦେଇଥିଲା ଯେତେବେଳେ ତିବ୍ଦତ ସୀମା…

ମାତ୍ର ଏତିକି କିଲୋର କିଣିପାରିବେ ଚିନି! ବିଗ୍‌ବାସ୍କେଟ-ଇନଷ୍ଟାମାର୍ଟ ଭଳି କମ୍ପାନୀ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ, ୨୬।୮: ଭାରତରେ ପର୍ବପର୍ବାଣିର ମୁଖ୍ୟ ଋତୁ ପୂର୍ବରୁ ଯୋଗାଣରେ ହ୍ରାସ କାରଣରୁ D-Mart ଭଳି ରିଟେଲର୍ସ ଏବଂ BigBasket, Blinkit ଓ Swiggy Instamart ଭଳି…

ମହଙ୍ଗା ମାଡ଼: ବଢ଼ିଲା ଅଣ୍ଡା ଦର, ଏତିକି ଟଙ୍କା ହେବ ଚିକେନ ଦାମ୍

ନୂଆଦିଲ୍ଲୀ,୨୬।୮: ଦୈନନ୍ଦିନ ଖାଦ୍ୟସାମଗ୍ରୀର ବୃଦ୍ଧିପାଉଥିବା ଦରଦାମ୍ ମଧ୍ୟରେ ଏବେ ଅଣ୍ଡା ଦର ସାଧାରଣ ଖାଉଟିଙ୍କ ଚିନ୍ତା ବଢ଼ାଇଦେଇଛି । ବିଗତ ଗୋଟିଏ ବର୍ଷ ମଧ୍ୟରେ ଅଣ୍ଡା ମୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri