ବୁଲ୍‌ବୁଲ୍‌ ପ୍ରଭାବ: ପାଣିରେ ବୁଡିଲା ଧାନଗଛ

ବାହାନଗା, ୯ା୧୧(ଡି.ଏନ.ଏ.)-ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଞ୍ଚଳରେ ଝିପିଝିପି ବର୍ଷା ଦିନତମାମ ଲାଗିରହିଛି। ପବନ ବହିବାରୁ ଧାନଗଛର ଥୋଡ ସବୁ ପାଣିରେ ମିଶିଯାଇଛି। ଫଳରେ ଚାଷୀମାନେ ହତାଶ ହୋଇପଡିଛନ୍ତି।
ବ୍ଲକର ୧୮ହଜାର ୭ଶହ ହେକ୍ଟର ଚାଷଜମି ଥିବା ବେଳେ ସେଥିମଧ୍ୟରୁ ୧୮ ହଜାର ହେକ୍ଟରରୁ ଅଧିକ ବିଲରେ ଚାଷ ହୋଇଥିଲା। ଚଳିତବର୍ଷ ଡେରିରେ ବର୍ଷା ହେବା ସତ୍ତ୍ୱେ ଚାଷୀମାନେ ଗଭୀର ନଳକୂପ ଦ୍ୱାରା ପାଣି ବାହାର କରି ଚାଷ କରିଥିଲେ। ଚାଷୀମାନେ ଋଣ କରିବା ସହିତ ଧାର କରଜ କରି ଚାଷ କରିଥିଲେ। ମାତ୍ର କିଛି ଦିନ ତଳେ ଲଘୁଚାପ ବର୍ଷା ହେବାରୁ କେତେକ ସ୍ଥାନରେ ବାହାରୁଥିବା ଧାନ ଗଛ ଜମିଥିବା ପାଣିରେ ମିଶିଯାଇଥିଲା। ପୁନର୍ବାର ଏବେ ବୁଲ୍‌ ବୁଲ୍‌ ନାମକ ବାତ୍ୟା ପଶ୍ଚିମ- ଉତ୍ତର ଦିଗ ଆଡକୁ ଗତି କରୁଥିବା ବେଳେ ତାହାର ପ୍ରଭାବରେ ବର୍ଷା ହେବା ସହିତ ପବନ ହେବାରୁ ବାହାନଗା ବ୍ଳକ ଅଞ୍ଚଳରେ ଧାନଗଛଗୁଡକି ପାଣିରେ ପଡିଯାଇଛି ା ଫଳରେ କଞ୍ଚା ଧାନ ପାଣିରେ ପଚିଯିବ ବୋଲି ଚାଷୀ ମହେନ୍ଦ୍ର ଯେନା ପ୍ରକାଶ କରିଛନ୍ତି। ଯଦି ବାତ୍ୟା ପ୍ରଭାବରେ ଶୁକ୍ରବାର ରାତିରୁ ଅଧିକ ଜୋରରେ ପବନ ବହେ ତା’ହେଲେ ଚାଷୀମାନଙ୍କ ମେରୁଦଣ୍ଡ ସମ୍ପୂର୍ଣ୍ଣ ଭାଙ୍ଗିଯିବ ବୋଲି ଚାଷୀ ଭରତ ଦାଶ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

ରାଜପଥ ପାର୍ଶ୍ୱରୁ ମୃତ ହରିଣ ଉଦ୍ଧାର: ଚୋରା ଚାଲାଣ ସନ୍ଦେହରେ…

ବାଲେଶ୍ୱର, ୨୫।୫ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୬୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଏକ ମୃତ ହରିଣ ଉଦ୍ଧାର ହୋଇଛି। ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ…

ଘରୋଇ ହଷ୍ଟେଲର ୩ ମହଲା ଛାତରୁ ପଡି ସ୍କୁଲ ଛାତ୍ର ଗୁରୁତର, କଟକ ମେଡିକାଲରେ ଭର୍ତ୍ତିି

ନୀଳଗିରି, ୨୧।୫(ପ୍ରଶାନ୍ତ କୁମାର ବିଶ୍ବାଳ): ଘରୋଇ ମେସର ୩ ମହଲା ଛାତରୁ ଖସି ଛାତ୍ର ଗୁରୁତର ହୋଇ କଟକ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି। ଛାତତ୍ର ଜଣଙ୍କ ନୀଳଗିରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri