ବୃଦ୍ଧଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଗଣ୍ଡତୁରୁମ,୨୬।୯(ଡି.ଏନ୍‌.ଏ.): ବରଗଡ଼ ଜିଲା ଭେଡେନ ଥାନା ଅନ୍ତର୍ଗତ ଅରେଇଗୁଡ଼ି ଗ୍ରାମରେ ବୁଧବାର ରାତିରେ ଜଣେ ବୃଦ୍ଧଙ୍କୁ ହତ୍ୟା କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଏକ ହତ୍ୟା ମାମଲା ରୂଜୁ କରି ଅଧିକ ତଦନ୍ତ ଚଲାଇଛି। ଘଟଣାରୁ ପ୍ରକାଶ ଯେ , ଗ୍ରାମରେ ନାଗବାଚା ପୂଜାର୍ଚ୍ଚନା ଚାଲିଥିବା ବେଳେ ଗ୍ରାମର ସୁଶୀଲ ସାହୁ (୩୬) ପ୍ରଚୁର ମଦ୍ୟପାନ କରି ସେଠାକୁ ଆସି ମାନସିକଧାରୀଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହିତ ମାରପିଟ୍‌ କରିଥିଲେ। ଗ୍ରାମବାସୀ ତାଙ୍କୁ ବୁଝାସୁଝା କରି ଘରକୁ ପଠାଇ ଦେଇଥିଲେ। ମାତ୍ର ନିଶାସକ୍ତ ସୁଶୀଲର ରାଗ ଥମିବା ପରିବର୍ତ୍ତେ ପରିଶୋଧ ପରାୟଣ ହୋଇଥିଲା। ଘଟଣାର କିଛି ସମୟ ପରେ ନାଗବାଚା ଦଳର ସଦସ୍ୟ ମନଷୀ ଭୂଏ(୬୦) ଶୌଚ ପାଇଁ ଯାଉଥିବା ବେଳେ ଟାଙ୍ଗିଆରେ ଆକ୍ରମଣ କରିଥିଲେ। ଏଥିରେ ମନଷୀଙ୍କ ମୁଣ୍ଡରେ ଗଭୀର କ୍ଷତ ହେବା ସହିତ ପ୍ରଚୁର ରକ୍ତସ୍ରାବ ହୋଇ ଅଚେତ ହୋଇପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ତୁରନ୍ତ ଭେଡେନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ମାତ୍ର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଅପରପକ୍ଷେ ଅଭିଯୁକ୍ତଙ୍କ ସହ ମୃତକଙ୍କ ପରିବାର ଲୋକଙ୍କ ମାର୍‌ପିଟ୍‌ ହୋଇଥିଲା। ସେ ଗୁରତର ଅବସ୍ଥାରେ ବୁର୍ଲା ଭୀମସାରରେ ଚିକିତ୍ସାଧୀନ ଥିବାରୁ ପୋଲିସ ତାଙ୍କୁ ଗିରଫ କରି ନ ଥିବା ଜଣାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ, ପୁଣି ବନ୍ଦ ହେଲା ୪ ସ୍ଲୁଇସ୍ ଗେଟ୍

​ସମ୍ବଲପୁର,୧।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ଫଳରେ ମଙ୍ଗଳବାର ସକାଳେ ପୁଣି ୪ଟି ସ୍ଲୁଇସ୍ ଗେଟ୍ କୁ…

ମୋଦି ବିଦେଶରୁ ଜାରି କରିଛନ୍ତି ନୂଆ ଭିଡ଼ିଓ, ସୁନା କ୍ରୟ ସହ ବିଦେଶ ଯାତ୍ରା ଉପରେ ଦେଲେ ବଡ଼ ପରାମର୍ଶ

ବିଶକେକ/ନୂଆଦିଲ୍ଲୀ,୧।୯: ପ୍ରଧାନମନ୍ତ୍ରୀ ମୋଦି ବିଦେଶରୁ ସୋସିଆଲ ମିଡିଆରେ ଏକ ନୂଆ ଭିଡିଓ ଜାରି କରିଛନ୍ତି, ଯେଉଁଥିରେ ସେ ଦେଶର ଅଭିବୃଦ୍ଧି ହାର ବିଷୟରେ ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ…

ମୁଖ୍ୟ ରାସ୍ତା ପାଲଟିଛି ମଇଁଷି ଗୋଠ: ଗାଡ଼ି ଚଳାଚଳ ପ୍ରଭାବିତ

ମହାକାଳପଡ଼ା,୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):ମହାକାଳପଡ଼ା ବ୍ଲକ ଭୋପାଳ-ଜଗରି ଜୋର୍‌ ହାଟକୁ ସଂଯୋଗ କରିଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ରାସ୍ତା ପାଲଟିଛି ମଇଁଷି ଗୋଠ। ନାଞ୍ଜୁରା ପଞ୍ଚାୟତ ପାଣିଖିଆ…

ଚଣ୍ଡାଳମୁଣ୍ଡାର ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ପୂର୍ବତନ ସରପଞ୍ଚଙ୍କ ସମେତ ୧୩ ଗିରଫ

ନନ୍ଦପୁର,୧।୯(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ଓ ନନ୍ଦପୁର ଥାନା ପୋଲିସର ମିଳିତ ଦଳ କୁମାରଗନ୍ଧନା ପଞ୍ଚାୟତ ଚଣ୍ଡାଳମୁଣ୍ଡା ଗ୍ରାମର ନୀଳଗିରି ବାଡ଼ରେ ଚାଲିଥିବା ଜୁଆ ଆଡ୍ଡା…

ଜୋରଦାର ଚର୍ଚ୍ଚା, ଆଜି ଦିଲ୍ଲୀ ଗସ୍ତରେ ଯିବେ ମୋହନ-ନବୀନ

ଭୁବନେଶ୍ବର,୧।୯(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାରଠାରୁ ଦୁଇ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ । ଅପରାହ୍ଣ ୩ଟା ୩୦ରେ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି…

ପତ୍ନୀଙ୍କ ନାମ ନେବାରୁ ରାଗିଲେ ଆମେରିକାର ଉପରାଷ୍ଟ୍ରପତି ଭାନ୍ସ, ହେଲେ କାହିଁକି? ଜାଣନ୍ତୁ…

ଓ୍ବାଶିଂଟନ,୧।୯: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ମିଶିଗନର ଡେମୋକ୍ରାଟିକ ସିନେଟ ପ୍ରାର୍ଥୀ ଅବଦୁଲ ଏଲ-ସାୟଦଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। ସୋମବାର ଏକ ପ୍ରଚାର ରାଲିରେ ଭାଷଣ ଦେଇ…

ଘରେ ପଶି ସାତ ବର୍ଷର ନାବାଳିକାଙ୍କୁ ବଳାତ୍କାର; ଚିତ୍କାର ଶୁଣି ଭାଇ ଆସିବା ପରେ….

ଦେବଗଡ଼,୧।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ସୋମବାର ଗିରଫ କରି କୋର୍ଟ ଚାଲାଣ…

କେତେ ସମ୍ପତ୍ତିର ମାଲିକ ଲିଓନେଲ ମେସି? ଜାଣନ୍ତୁ ବିରାଟ-ରୋହିତଙ୍କ ତୁଳନାରେ ସେ କେତେ ଧନୀ

ନୂଆଦିଲ୍ଲୀ,୧।୯: ବିଶ୍ୱର ସର୍ବଶ୍ରେଷ୍ଠ ଫୁଟବଲ ଖେଳାଳିଙ୍କ ମଧ୍ୟରେ ଗଣାଯାଉଥିବା ଆର୍ଜେଣ୍ଟିନାର ଲିଓନେଲ ମେସି ସୋମବାର (ଅଗଷ୍ଟ 31) ଅନ୍ତର୍ଜାତୀୟ ଫୁଟବଲରୁ ଅବସର ଘୋଷଣା କରିଛନ୍ତି। ମେସି ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri