ବଇଣ୍ଡା,୫।୩(ଡି.ଏନ.ଏ.)-କିଶୋରନଗର ବ୍ଲକ ହଣ୍ଡପା ଥାନା କମରେଇ ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଏକ ଦନ୍ତା ହାତୀ ତାଣ୍ଡବ କରିଛି। ଗ୍ରାମର ୩ଟି ଚାଳଘର ଭାଙ୍ଗିବାସହ ଘର ଭିତରେ ଶୋଇଥିବା ସେହି ଗ୍ରାମର ଦେବକୀ ବେହେରା(୬୦)ଙ୍କୁ ଦଳି ମାରି ଦେଇଛି। ଏହାକୁ ନେଇ ଗ୍ରାମରେ ଉତ୍ତେଜନା ଦେଖାଦେଇଛି।
ଘଟଣାରୁ ଜଣାପଡ଼ିଛି, ଗତ କିଛିଦିନ ହେବ ଏହି ଅଞ୍ଚଳରେ ଏକ ହାତୀ ଉପଦ୍ରବ କରି ବ୍ୟାପକ ଫସଲ ନଷ୍ଟ କରୁଛି। ବୁଧବାର ରାତିରେ ଉକ୍ତ ଦନ୍ତାହାତୀ କମରେଇ ଗ୍ରାମକୁ ଆସି ରବି ନାୟକ, ଜମ୍ବୁ ପଲେଇ, ଦେବକୀ ବେହେରାଙ୍କ ଘରକୁ ଭାଙ୍ଗି ଥିଲା। ପରେ ଶୋଇଥିବା ଅବସ୍ଥାରେ ଦେବକୀଙ୍କୁ ଶୁଣ୍ଢରେ ଟାଣି ଆଣି ପାଦରେ ଦଳି ମାରି ଦେଇଥିଲା। ଖବରପାଇ ହଣ୍ଡପା ରେଞ୍ଜର ଚୈତନ୍ୟ ବେହେରା ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ବନବିଭାଗ ପକ୍ଷରୁ ହାତୀକୁ ଘଉଡା ଯାଉ ନ ଥିବା ଯୋଗୁ ଉତ୍ତେଜିତ ଗ୍ରାମବାସୀ ରେଞ୍ଜରଙ୍କ ସହ ବନ କର୍ମଚାରୀଙ୍କୁ ଘେରାଉ କରିଥିଲେ। ବନବିଭାଗ ପକ୍ଷରୁ ମୃତବୃଦ୍ଧାଙ୍କ ପରିବାର ଲୋକଙ୍କୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଯୋଗାଇ ଦେବାସହ ଶିଘ୍ର ଉକ୍ତ ଦନ୍ତାକୁ ଘଉଡାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ଶେଷରେ ହଣ୍ଡପା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ହଣ୍ଡପା ସ୍ବାସ୍ଥ୍ୟକେନ୍ଦ୍ର ପଠାଇଛି। ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।
Posted inଆମ ଜିଲା ଖବର, ଢେଙ୍କାନାଳ View All
ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍: ଅଭିଯୁକ୍ତ ଯୁବକ ଗିରଫ
ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…
ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା
ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…
ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ
ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍ ପରେ…
ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ
ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…
ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ
ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…
ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା
ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…
ଘରେ କରୁଥିଲେ କାମ: ବିଦ୍ୟୁତ୍ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ
କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…
ବାଘ ଛାଲ ଡିଲ୍ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍
ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍ଆଇ ଟିମ୍କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍ଆଇ ଟିମ୍ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…
Archives

