ବୃଦ୍ଧ ଦମ୍ପତିଙ୍କୁ ଆକ୍ରମଣ: ଟଙ୍କା, ସୁନା ଲୁଟ୍‌

ଚଣ୍ଡିଖୋଲ,୨୬।୨(ଡି.ଏନ.ଏ): ବଡ଼ଚଣା ଥାନା ଅନ୍ତର୍ଗତ ବଡ଼ଘୁମୁରି ପଞ୍ଚାୟତ ଅଧିନ ପାଇକରାପୁର ଗ୍ରାମର ସୋମବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଏକ ବୃଦ୍ଧ ଦମ୍ପତିଙ୍କୁ ମରଣାନ୍ତକ ଆକ୍ରମଣ କରି ଟଙ୍କା ଓ ସୁନା ଗହଣା ଲୁଟି ନେଇଛନ୍ତି। ଦୁର୍ବୃତ୍ତଙ୍କ ଆକ୍ରମଣରେ ଗୁରୁତର ହୋଇଥିବା ଦମ୍ପତିଙ୍କୁ ପ୍ରଥମେ ବଡ଼ଚଣା ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ କଟକ ସ୍ଥାନାନ୍ତର କରାଯାଇଛି। ଏନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି।
ମିଳିଥିବା ସୂଚନା ଅନୁସାରେ ପାଇକରାପୁର ଗ୍ରାମର ଶତ୍ରୁଘ୍ନ ବେହେରା(୮୫) ଓ ପତ୍ନୀ ମାଳତୀ ଦେବୀ (୮୦) ସୋମବାର ଘରେ ଶୋଇଥିବାବେଳେ ମଧ୍ୟରାତ୍ରୀରେ ଦୁର୍ବୃତ୍ତମାନେ ଘରେ ପଶି ଉଭୟଙ୍କୁ ଭୁଜାଲିରେ ମରଣାନ୍ତକ ଆକ୍ରମଣ କରିଥିଲେ। ପରେ ଘରେ ଥିବା ନଗଦ ୧୫ହଜାର ଟଙ୍କା ଓ ସୁନା ଗହଣା ଲୁଟି ନେଇଥିଲେ। ଏହି ଆକ୍ରମଣରେ ଉଭୟଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ରହିଛି। ଏସମ୍ପର୍କରେ ଦମ୍ପତିଙ୍କ ନାତି ମଙ୍ଗଳବାର ବଡ଼ଚଣା ଥାନାରେ ଅଭିଯୋଗ କରିବାପରେ ପୋଲିସ ଏକ ମାମଲା(ନଂ.୨୯/୨୦) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଗ୍ରାମ ନିକଟରେ ଥିବା ଚୋରା ମଦ ଦୋକାନରେ ରାତିସାରା କିଛି ଅସାମାଜିକ ଯୁବକ ଭିଡ଼ ଜମାଉଥିବା ଯୋଗୁ ଏଭଳି ଘଟଣା ଘଟିଥାଇପାରେ ବୋଲି ଅଭିଯୋଗପତ୍ରରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ: ପେଣ୍ଡିଂ ମାମଲାର ତୁରନ୍ତ ଫଇସଲା ସହ ଅପରାଧୀଙ୍କ ଉପରେ…

ଛତ୍ରପୁର, ୧୪।୭ (ଦିଲ୍ଲୀପ ସାମଲ): ଛତ୍ରପୁରସ୍ଥିତ ଗଞ୍ଜାମ ପୋଲିସ ମୁଖ୍ୟାଳୟ ସମ୍ମିଳନୀ କକ୍ଷଠାରେ ମଙ୍ଗଳବାର ଦିନ ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।…

ଦିନକ ପରେ ରଥଯାତ୍ରା: ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ଗଞ୍ଜାମ ସହର

ଗଞ୍ଜାମ, ୧୪।୭ (ବିଦ୍ୟାଧର ସାହୁ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା ପାଇଁ ଆଉ ମାତ୍ର ଦିନକର ସମୟ ବାକି ଅଛି। ଜୁଲାଇ ୧୬ ତାରିଖରେ ମହାପ୍ରଭୁଙ୍କ…

ଶିକ୍ଷୟିତ୍ରୀଙ୍କ ଘରୁ କରିଥିଲେ ଚୋରି: ୩ ଗିରଫ, ଜଣେ ଫେରାର; ସୁନା, ରୁପା ଅଳଙ୍କାର ସହ…

ତୁମୁଡିବନ୍ଧ, ୧୪।୭ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ପୋଲିସ ଏକ ଚୋରି ମାମଲାର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି। ପ୍ରାୟ ମାସେ ତଳେ…

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

କୋର୍ଟରେ ହାଜର ନ ହେବାରୁ ବାନ୍ଧିଲା ପୋଲିସ, ଜାମିନ ନାମଞ୍ଜୁର ପରେ ଜେଲ ଗଲେ…

ଦିଗପହଣ୍ଡି, ୧୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଏକ ଜାମିନବିହୀନ ୱାରେଣ୍ଟ ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri