ବୃଦ୍ଧ ବାପାଙ୍କ କାନ୍ଧରେ ଦିବ୍ୟାଙ୍ଗ ଅମରଙ୍କ ଭବିଷ୍ୟତ: ଟ୍ରାଇ ସାଇକେଲ ଲାଗି ଜିଲାପାଳଙ୍କୁ ଜଣାଇଲେ

ଛତ୍ରପୁର,୩୧ା୧୦(ଡି.ଏନ.ଏ.)-ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଦୁଆନପଲ୍ଲୀଗଁାର ଗୋବିନ୍ଦ ମଲ୍ଲିକଙ୍କ ଦିବ୍ୟାଙ୍ଗ ପୁଅ ତଥା କଲେଜ ଛାତ୍ର ଅମରଙ୍କୁ ସରକାରୀ ସହାୟତା ମିଳୁନି। କେବଳ ଭତ୍ତା ମିଳୁଥିବା ବେଳେ ବାଣିଶ୍ରୀ ଷ୍ଟାଇପେଣ୍ଡ ମିଳୁ ନ ଥିବା ଅମର କହିଛନ୍ତିି। ଏଥିସହ କଲେଜ ଯିବା ଆସିବା ପାଇଁ ଏକ ଟ୍ରାଇ ସାଇକେଲର ଆବଶ୍ୟକତା ରହିଛି ା
ବୃଦ୍ଧ ବାପା ଗୋବିନ୍ଦଙ୍କ ପିଠିରେ ଦିବ୍ୟାଙ୍ଗ ଅମର ବସି ପ୍ରତିଦିନ କଲେଜ ଯିବା ଆସିବା କରିଥାନ୍ତି ା ଯଦି କୌଣସି ଦିନ ତାଙ୍କ ଦେହ ଭଲ ନ ଥାଏ ତେବେ ସେ ଦିନ କଲେଜ ବନ୍ଦ ହୋଇଯାଏ। ପରିଣତ ବୟସରେ ବାପା ଦିବ୍ୟାଙ୍ଗ ପୁଅଙ୍କର ଭବିଷ୍ୟତ ଗଢିବାରେ ସହାୟ ହୋଇଛନ୍ତି।
ଟ୍ରାଇ ସାଇକେଲ ଗୋଟିଏ ମିଳିଲେ ଆଉ ବାପାଙ୍କ କାନ୍ଧରେ ବସି ଯିବା ଆସି ବାକୁ ପଡିବନି ବୋଲି ଅମର କହିଛନ୍ତିି। ଅମର ଏବେ ଯୁକ୍ତ ୩ ଶେଷ ବର୍ଷ ଛାତ୍ର ା ସୁବିଧା ସୁଯୋଗ ମିଳିଲେ ଆହୁରି ପାଠ ପଢିବାକୁ ଆଗ୍ରହ ରଖିଥିବା ଅମର ଗଣମାଧ୍ୟମକୁ କହିଛନ୍ତି। ବୁଧବାର ବାପାଙ୍କ କାନ୍ଧରେ ବସି ଅମର ଛତ୍ରପୁର ଆସି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ଭେଟି ଏ ସମ୍ପର୍କରେ ଜଣାଇଥିଲେ ା ଜିଲା ସମାଜ ସୁରକ୍ଷା ଅଧିକାରୀଙ୍କୁ ଭେଟିବାକୁ ଅମର ଓ ତାଙ୍କ ବାପା ଗୋବିନ୍ଦଙ୍କୁ ଜିଲାପାଳ ପରାମର୍ଶ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଘୁମୁସରରୁ ଆରମ୍ଭ ହୋଇଥିଲା ପ୍ରଥମ ଆନ୍ଦୋଳନ, ଓଡ଼ିଆ ଭାଷା ଆନ୍ଦୋଳନରୁ ହିଁ…

ଭଞ୍ଜନଗର,୧ା୪(ବାବୁଲା ପ୍ରଧାନ): ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଉପରେ ବୁଧବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସହରରେ ଅନେକ କାର୍ଯ୍ୟକ୍ରମ ହୋଇଥିଲା। ସକାଳେ ଉପଜିଲାପାଳ ଉମାଶଙ୍କର ବେହେରା,…

ଉତ୍କଳ ଦିବସରେ ମହାପୁରୁଷଙ୍କୁ ପୁଷ୍ପମାଲ୍ୟ : ମନେ ପକାଇଲେ ନେତା ଓ ପ୍ରଶାସନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ): ସମଗ୍ର ରାଜ୍ୟରେ ଏପ୍ରିଲ ୧ରେ ଉତ୍କଳ ଦିବସ ପାଳନ କରାଯାଇଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ତାହା ପାଳନ ହୋଇଛି । ବିଡ଼ିଓ ଅଚ୍ୟୁତାନନ୍ଦ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri