ବୃନ୍ଦାବନରେ ଫସି ରହିଛନ୍ତି ୬୦ ଓଡ଼ିଆ ତୀର୍ଥଯାତ୍ରୀ

ଅମରପାଲି, ୨୬ା୩(ଡି.ଏନ.ଏ.): ତୀର୍ଥ କରିବାକୁ ଯାଇଥିବା ସୁବର୍ଣ୍ଣପୁର, ବୌଦ୍ଧ ଓ ଦେବଗଡ଼ ଜିଲାର ୬୦ ଜଣ ତୀର୍ଥଯାତ୍ରୀ ଏବେ ଉତ୍ତରପ୍ରଦେଶର ବୃନ୍ଦାବନରେ ଫସି ରହିଛନ୍ତି। ସେମାନଙ୍କ ମଧ୍ୟରୁ ୨୮ ଜଣ ମହିଳା। ଲକ୍‌ଡାଉନ ଯୋଗୁ ସେମାନେ ଏବେ ଫେରି ପାରୁ ନ ଥିବା କହିଛନ୍ତି। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଳକ ବଡ଼ଖମାରସ୍ଥିତ ବରାହପଦର ମଠର ମହନ୍ତ ଖେଳାକୃଷ୍ଣ ଦାଶ, ବାବା ନିତ୍ୟଗୋପାଳ ଦାଶ, ଭିକାରୀ ମେହେର, ବ୍ରହ୍ମାନନ୍ଦ ପାଣିଗ୍ରାହୀଙ୍କ ନେତୃତ୍ୱରେ ଉକ୍ତ ଶ୍ରଦ୍ଧାଳୁମାନେ ମଥୁରା ଓ ବୃନ୍ଦାବନକୁ ତୀର୍ଥରେ ଯାଇଥିଲେ। ସେମାନେ ୨୫ମାର୍ଚ୍ଚ ସୁଦ୍ଧା ଘରକୁ ଫେରି ଆସିବାର ଥିଲା। ମାତ୍ର ଏବେ ଲକ୍‌ଡାଉନ ଯୋଗୁ ଗାଡ଼ି ଚଳାଚଳ ଓ ଟ୍ରେନ ସେବା ବାତିଲ ପାଇଁ ସେମାନେ ଆସି ପାରୁନାହାନ୍ତି। ଏବେ ସେମାନେ ବୃନ୍ଦାବନର କୌଣସି ଏକ ମଠରେ ଅଛନ୍ତି। ସେମାନଙ୍କ ପାଖରେ ଟଙ୍କା ନ ଥିବାରୁ ଖାଇବା ପିଇବାରେ ବହୁତ ଅସୁବିଧା ହେଉଥିବା ଆମ ପ୍ରତିିନିଧିଙ୍କୁ ଫୋନ୍‌ ଯୋଗେ ଜଣାଇଛନ୍ତି। ଏନେଇ ସେମାନେ ଉତ୍ତରପ୍ରଦେଶ ପୋଲିସକୁ ନିଜର ସମସ୍ୟା ଜଣାଇଥିଲେ ମଧ୍ୟ କୌଣସି ସହଯୋଗ ମିଳି ପାରିନାହିଁ। ଉକ୍ତ ତୀର୍ଥଯାତ୍ରୀ ଦଳରେ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ୨୫ ଜଣ, ଉଲୁଣ୍ଡା ବ୍ଲକର ୧୦, ବିନିକା ବ୍ଳକରୁ ୫, ଦେବଗଡ଼ ଜିଲାରୁ ୧୦ ଓ ବୌଦ୍ଧ ଜିଲାର ୭ ତୀର୍ଥଯାତ୍ରୀଙ୍କ ସହିତ ମହନ୍ତ ଓ ବାବା ମିଶି ୬୦ ଜଣ ରହିଛନ୍ତି। ଉକ୍ତ ତୀର୍ଥଯାତ୍ରୀମାନେ ଉଦ୍ଧାର ପାଇଁ ମନ୍ତ୍ରୀ ତଥା ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରାଙ୍କୁ ଅନୁରୋଧ କରିଛନ୍ତି। ମନ୍ତ୍ରୀ ବେହେରା ସେମାନଙ୍କୁ ଉଦ୍ଧାର କରିବା ପାଇଁ ବ୍ୟବସ୍ଥା କରାଯାଉଛି ବୋଲି ପ୍ରତିଶ୍ରୁତି ଦେଇଥିବା ତୀର୍ଥଯାତ୍ରୀ ମାନେ ପ୍ରକାଶ କରିଛନ୍ତି।

ନାସିକରେ ଅଟକିଛନ୍ତି ୨୮ ଓଡ଼ିଆ
ଜଳେଶ୍ୱର, ୨୫।୩(ସ୍ବ.ପ୍ର): ତୀର୍ଥଯାତ୍ରା କରିବାକୁ ଯାଇଥିବା ବାଲେଶ୍ୱର ଜିଲାର ୨୮ଜଣ ଯାତ୍ରୀ ୪ ଦିନ ଧରି ମହାରାଷ୍ଟ୍ରର ନାସିକ ସହରରେ ଅଟକି ରହିଛନ୍ତି। ସେମାନଙ୍କୁ ଉଦ୍ଧାର କରିବାପାଇଁ ପରିବାରବର୍ଗ ବୁଧବାର ମୁଖ୍ୟମନ୍ତ୍ରୀଙ୍କ ସମେତ ମୁଖ୍ୟ ଶାସନ ସଚିବ ଓ ବାଲେଶ୍ୱର ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଗତ ୩ ତାରିଖରେ ତୀର୍ଥଯାତ୍ରାରେ ଯାଇଥିବା ଏହି ଲୋକେ ବୃନ୍ଦାବନ, ଜୟପୁର, ଆଜମୀର, ଦ୍ୱାରିକା, ମାଉଣ୍ଟଆବୁ, ଉଜ୍ଜୟିନୀ, ସୋମନାଥ ମନ୍ଦିର ବୁଲିସାରି ନାସିକର ପଞ୍ଚବଟିରେ ପହଞ୍ଚିିଥିଲେ। ଗତ ୨୨ ତାରିଖରେ ସେମାନଙ୍କର ଫେରିବା କାର୍ଯ୍ୟକ୍ରମ ରହିଥିଲା। କିନ୍ତୁ ସେଦିନ ଜନତା କର୍ଫ୍ୟୁ ଡାକରା ଯୋଗୁଁ ସେମାନେ ଫେରି ପାରି ନ ଥିଲେ।
ତିରୁପତିରେ ବି ୧୪ ତୀର୍ଥଯାତ୍ରୀ
କେନ୍ଦ୍ରାପଡ଼ା ଅଫିସ,୨୫।୩: କେନ୍ଦ୍ରାପଡ଼ା ଜିଲାର ୨ ଜଣ ସମେତ ଯାଜପୁର ଜିଲାର ମୋଟ ୧୪ ତୀର୍ଥଯାତ୍ରୀ ତିରୁପତିଠାରେ ଫସିରହିଛନ୍ତି। ସେମାନଙ୍କୁ ଉଦ୍ଧାର କରିବା ପାଇଁ ଏକ ଭିଡିଓ ମାଧ୍ୟମରେ ଆକୁଳ ନିବେଦନ କରିଛନ୍ତି। ଏହି ଭିଡିଓ ଏବେ ଜିଲାରେ ଭାଇରାଲ ହେବାରେ ଲାଗିଛି। ତୀର୍ଥଯାତ୍ରୀମାନେ ସେମାନଙ୍କୁ ଉଦ୍ଧାର ପାଇଁ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ, ଯାଜପୁର ବିଧାୟକ ପ୍ରଣବପ୍ରକାଶ ଦାସ, ଜିଲା ବିଜେଡି ସଭାପତି ସରୋଜ ମହାପାତ୍ରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

କ’ଣ ୨୭ ଅଗଷ୍ଟରେ ବନ୍ଦ ରହିବ ସ୍କୁଲ? ଛୁଟିକୁ ନେଇ ଆସିଲା ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୨୬।୮: ଦେଶର ଅନେକ ସ୍ଥାନରେ ଇଦ୍-ମିଲାଦ୍-ଉନ୍-ନବୀ ଅବସରରେ ବିଦ୍ୟାଳୟଗୁଡ଼ିକରେ ଛୁଟି ଘୋଷଣା କରାଯାଇଥିଲା। ଏହା ବ୍ୟତୀତ ପ୍ରବଳ ବର୍ଷା ଆଲର୍ଟ ଆଦି କାରଣରୁ ସ୍ଥାନୀୟ ପ୍ରଶାସନ ଦ୍ୱାରା…

ମାଟି ଅତଡ଼ା ଧସି ଯାତାୟାତ ବନ୍ଦ: ଶୁଣିଲାନି ପ୍ରଶାସନ, ନିଜେ ସଫା କଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡ଼େପଦର ପଞ୍ଚାୟତର ତଳ ହାଡ଼ସିଲ ଗ୍ରାମରେ ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ମାଟି ଅତଡ଼ା ଧସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri