ବୃହତ୍‌ ବନ୍ଦର ଆଥ୍‌ଲେଟିକ୍‌ ମିଟ୍‌ ଉଦ୍‌ଘାଟିତ

ପାରାଦୀପ, ୧୭।୧ (ସ୍ବ.ପ୍ର.): ପାରାଦୀପସ୍ଥିତ ଗୋପବନ୍ଧୁ ଷ୍ଟାଡିୟମ୍‌ଠାରେ ଗୁରୁବାର ସର୍ବଭାରତୀୟ ବୃହତ୍‌ ବନ୍ଦର ଆଥ୍‌ଲେଟିକ୍‌ ମିଟ୍‌ ଗୁରୁବାରଠାରୁ ଆରମ୍ଭ ହୋଇଛି। ଅଲ୍‌ ଇଣ୍ଡିଆ ମେଜର ପୋର୍ଟ ସ୍ପୋଟର୍‌ସ କାଉନ୍‌ସିଲ ଓ ପାରାଦୀପ ପୋର୍ଟ ଟ୍ରଷ୍ଟ ମିଳିତ ଆୟୋଜନରେ ଅନୁଷ୍ଠିତ ଏହି ପ୍ରତିଯୋଗିତାକୁ ବନ୍ଦର ଅଧ୍ୟକ୍ଷ ରିଙ୍କେଶ ରାୟ ଉଦ୍‌ଘାଟନ କରିଛନ୍ତି। ଏଥିରେ ଭାରତର ୧୨ଟି ବୃହତ୍‌ ବନ୍ଦର ମଧ୍ୟରୁ ୮ଟି ବନ୍ଦରର ୨୫୦ ପ୍ରତିଯୋଗୀ ଭାଗ ନେଇଛନ୍ତି। ପ୍ରତିଯୋଗିତାରେ ୧୨୫ ପ୍ରକାର ଖେଳ ହେବ, ଯାହାକୁ ଶହେରୁ ଊର୍ଦ୍ଧ୍ୱ ପ୍ରଶିକ୍ଷକ ପରିଚାଳନା କରିବେ। ଉଦ୍‌ଘାଟନୀ ଅବସରରେ ଖେଳ ପରିଚାଳନା କମିଟି ଅଧ୍ୟକ୍ଷ ଏସ୍‌.କେ. ମିଶ୍ର ଓ ଲେଡିଜ୍‌ କ୍ଲବ୍‌ ସଭାନେତ୍ରୀ ଶୁଭଲକ୍ଷ୍ମୀ ରାୟ ପ୍ରମୁଖ ଉପସ୍ଥିତ ଥିଲେ। ଗୋପବନ୍ଧୁ କ୍ରୀଡ଼ା ସଂସଦ ପକ୍ଷରୁ ବବ୍‌ଲୁ ସିକ୍‌ଦାର, ରଞ୍ଜନ ବେଉରା ସ୍ବାଗତ ଭାଷଣ ଓ ସଭା ପରିଚାଳନା କରିଥିଲେ। ଆସନ୍ତା ରବିବାର ପ୍ରତିଯୋଗିତା ଉଦ୍‌ଯାପିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri