ବେଆଇନ ଇଟାଭାଟି ସିଲ୍‌ କଲା ପ୍ରଶାସନ

ହିଞ୍ଜିଳିକାଟୁ, ୧୯ା୮(ଡି.ଏନ୍‌.ଏ)- ହିଞ୍ଜିଳିକାଟୁ ତହସିଲର ବିଭିନ୍ନ ବେଆଇନ ଇଟାଭାଟିରେ ପ୍ରଶାସନ ପକ୍ଷରୁ ସୋମାବର ଲାଲ ବାନା ଲଗାଯିବା ସହ ଭାଟିରେ ତାଲା ପକାଯାଇଛି। ହିଞ୍ଜିଳିକାଟୁ ତହସିଲର ହିଞ୍ଜିଳି, ଚାନ୍ଦୁଲି, ଖରିଡ଼ା, ଧୋବାଡ଼ି ପାଟପୁର ଓ ସାହାପୁରର ବିଭିନ୍ନ ଚିମିନି ଇଟାଭାଟି ଗୁଡ଼ିକରେ ଚଢ଼ାଉ ହୋଇଥିଲା। ସ୍ଥାନୀୟ ଅତିରିକ୍ତ ତହସିଲଦାର ଦେବରାଜ ପାତ୍ରଙ୍କ ନେତୃତ୍ୱରେ ପ୍ରଦୂଷଣ ବୋର୍ଡ଼ର ସହକାରୀ ଯନ୍ତ୍ରୀ ମହେଶ୍ୱର ବେହେରା ପ୍ରମୁଖ ଏଥିରେ ସାମିଲ ଥିଲେ। ଜାତୀୟ ଗୀନ ଟ୍ରୁବନାଲ (ଏନ୍‌ଜିଟି) ନିର୍ଦ୍ଦେଶ ଅବମାନନା, ମାଇନିଂ ଉତ୍ତୋଳନ ଓ ପରିବେଶ ମଞ୍ଜୁରୀ ଅନୁମତି ଆଦି ନିୟମକୁ ଅବମାନନା କରି ଇଟାଭାଟି ଗଢ଼ି ଉଠିଥିବାରୁ ସେଗୁଡ଼ିକୁ ବନ୍ଦ କରିବାକୁ ଗତ ରାଜସ୍ବ ସମୀକ୍ଷା ବୈଠକରେ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଥିଲେ। ଜିଲାପାଳଙ୍କ ନିର୍ଦ୍ଦେଶରେ ପ୍ରଶାସନ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଆବଶ୍ୟକୀୟ ପ୍ରମାଣପତ୍ର ନ ଥିବାରୁ ତହସିଲ ଅଞ୍ଚଳର ୬ ଚିମିନି ଇଟାଭାଟିରେ ଲାଲ ବାନା ଉଡ଼ା ଯାଇଥିଲା। ଉକ୍ତ ଅଞ୍ଚଳକୁ ପ୍ରଶାସନ ପକ୍ଷରୁ ନିଷିଦ୍ଧାଞ୍ଚଳ ଭାବେ ଘୋଷଣା କରାଯାଇଛି। କଞ୍ଚା ଓ ପୋଡ଼ା ଇଟାକୁ କାୈଣସି ପରିସ୍ଥିତିରେ ବିକ୍ରି ନ କରିବାକୁ ଇଟାଭାଟି ମାଲିକଙ୍କୁ ନିର୍ଦ୍ଦେଶ କରାଯାଇଛି। ନିର୍ଦ୍ଦେଶ ଅବମାନନା କରିବା ବ୍ୟକ୍ତିଙ୍କ ବିରୁଧରେ କଡ଼ା ପଦକ୍ଷେପ ନିଆଯିବ ବୋଲି ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri