ବେଆଇନ ଗଛକଟାକୁ ଗ୍ରାମବାସୀଙ୍କ ବିରୋଧ: ଜଙ୍ଗଲ ସୁରକ୍ଷା ପାଇଁ ଅଣ୍ଟା ଭିଡ଼ିଲେ

କାମାକ୍ଷାନଗର, ୯ା୧୧(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ ବୀରାଶାଳ ଫରେଷ୍ଟ ସେକ୍ସନ ଅଧୀନ ହରିଡ଼ାପଦାରେ ବେଆଇନ ଗଛକଟାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ୭୦ବର୍ଷ ଧରି ଗଛ ସହ ନିବିଡ଼ ସମ୍ପର୍କ ଥିବା ଆଦିବାସୀଙ୍କ ପକ୍ଷେ ଏପରି କାର୍ଯ୍ୟ ଅସହ୍ୟ ହୋଇପଡ଼ିଥିବାବେଳେ ସେମାନେ ଜଙ୍ଗଲ ସୁରକ୍ଷା ପାଇଁ ଅସ୍ତ୍ର ଉଠାଇଛନ୍ତି।
ଗ୍ରାମବାସୀଙ୍କ କହିବା କଥା, ରାଇବୋଲ ପଞ୍ଚାୟତ ହରିଡ଼ାପଦା ସମେତ ଆଖପାଖ ୫ ଖଣ୍ଡ ଗଁାର ବାସିନ୍ଦାଙ୍କ ପେଟପାଟଣାର କଥା ବୁଝୁଛି ଗ୍ରାମ୍ୟ ଜଙ୍ଗଲ। ଜାଳେଣି, ଖଲିପତ୍ର, ଝୁଣା, ଦାନ୍ତକାଠି, ଛତୁ ସମେତ ଅନ୍ୟ ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ କରି ପରିବାର ଚଳାଉଛନ୍ତି। ଦୀର୍ଘ ୭ ଦଶନ୍ଧି ଧରି ସେମାନେ ଜଙ୍ଗଲକୁ ସୁରକ୍ଷା ଦେଇ ଆସୁଛନ୍ତି। ହେଲେ ୧୦ଦିନ ହେଲା ବୀରାଶାଳ ଗ୍ରାମରେ ଜଣେ ବ୍ୟକ୍ତି ଜଙ୍ଗଲ ଜମିକୁ ନିଜ ରେକର୍ଡରେ ଥିବା ଦର୍ଶାଇ ୩୦ରୁ ଊର୍ଦ୍ଧ୍ୱ ମୂଲ୍ୟବାନ ଗଛ କାଟି ସାରିଲେଣି। ଏ ନେଇ ରେଞ୍ଜ ଅଧିକାରୀ, କାମାକ୍ଷାନଗର ଉପଜିଲାପାଳ, ତହସିଲଦାର, ଆର୍‌ଆଇଙ୍କ ନିକଟରେ ଲିଖିତ ଅଭିଯୋଗ କରାଯାଇଥିଲେ ମଧ୍ୟ ଅଭିଯୁକ୍ତଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ, ଯାହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ତେଜିବାରେ ଲାଗିଛି। ପ୍ରଶାସନ ଏଥିରେ ହସ୍ତକ୍ଷେପ କରି ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କଲେ ଆଇନ ହାତକୁ ନେବାକୁ ବାଧ୍ୟ ହେବେ, ଏଥିପାଇଁ ପ୍ରଶାସନିକ ଅଧିକାରୀ ଦାୟୀ ରହିବେ ବୋଲି ସେମାନେ ଚେତାବନୀ ଦେଇଛନ୍ତି।
ଏ ନେଇ ଭାରପ୍ରାପ୍ତ ତହସିଲଦାର ମାନସ କୁମାର ଦଣ୍ଡପାଟ କୁହନ୍ତି, ଅଭିଯୋଗ ମିଳିଛି। ଜାଗା ଚିହ୍ନଟ ହେବାପରେ ପ୍ରକୃତ ସତ୍ୟତା ପଦାକୁ ଆସିବ। ବେଆଇନ ଭାବେ ଗଛ କଟାଯାଇଥିଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

ବରଗଡ଼ରେ ସ୍କ୍ରବ୍ ଟାଇଫସ୍‌ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି…

ଆଦିବାସୀ କଲ୍ୟାଣ ଓ ଅଧିକାର ନେଇ ସମୀକ୍ଷା: ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ନେଇ…

ଖୋର୍ଦ୍ଧା,୯ା୯(ପ୍ରଭାତ ପାଣିଗ୍ରାହୀ): ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ଅଧିକାର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଜାତୀୟ ଅନୁସୂଚିତ ଜନଜାତି କମିଶନ ଅଧ୍ୟକ୍ଷ ଅନ୍ତର ସିଂ ଆର୍ଯ୍ୟ…

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

ଘର ପଛ ଅଣ୍ଡରଗ୍ରାଉଣ୍ଡ୍‌ ସିକ୍ରେଟ୍‌ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ୍‌ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍‌ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍‌ ବଡ଼ମାଳ ଗ୍ରାମରେ…

ଦାଦନ ସମସ୍ୟା ଦୂର ସହ ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଆଲୋଚନା

ଦାରିଙ୍ଗବାଡ଼ି,୯ା୯(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଦାଦନ ସମସ୍ୟା ଦୂର କରିବା ସହ ସ୍ଥାନୀୟ ଅଞ୍ଚଳରେ ରୋଜଗାର ସୃଷ୍ଟି କରି ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଦାରିଙ୍ଗବାଡ଼ି ଜାଗୃତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri