ବେଆଇନ ଗଞ୍ଜେଇ କାରବାର ୫ ଗିରଫ: ଗଞ୍ଜେଇ ସହ ବୋଲେରୋ, ବାଇକ, ମୋବାଇଲ ଓ ନଗଦ ୩୦ହଜାର ଟଙ୍କା ଜବତ

ଦେବଗଡ଼, ୧୬।୧(ଡି.ଏନ.ଏ.)- ଦେବଗଡ଼ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା ଅଧିନ କରଲଗା ଗ୍ରାମରେ ବେଆଇନ ଗଞ୍ଜେଇ କାରାବାର ଚାଲିଥିବାବେଳେ ବୁଧବାର ଧରାପଡ଼ିଛି। କୁଣ୍ଢେଇଗୋଳା ଥାନା ପୋଲିସ ଚଢାଉକରି ୫ ଜଣଙ୍କୁ ଗିରଫ କରିଛି। ଗୁରୁବାର ଗିରଫ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଳାଣ କରାଯାଇଛି। ସେମାନଙ୍କ ନିକଟରୁ ୨୯କେଜି ୫୦୦ଗ୍ରାମ ଗଞ୍ଜେଇ, ୩ଟି ବାଇକ, ଗୋଟିଏ ବୋଲେରୋ, ୬ ମୋବାଇଲ ଫୋନ, ଏଟିଏମ୍‌ କାର୍ଡ, ଡ୍ରାଇଭିଂ ଲାଇସେନ୍ସ ଓ ନଗଦ ୩୦ହଜାର ଟଙ୍କା ପୋଲିସ ଜବତ କରିଛି। ଖବର ମୁତାବକ କରଲଗା ଗ୍ରାମଦେଇ ଯାଇଥିବା ବୁଢାପାଳ-ରେଙ୍ଗାଲୀ ରାସ୍ତାକଡରେ ଚା’ଦୋକାନ ଖୋଲିଥିବା ଉକ୍ତ ଗ୍ରାମର ଅରୁଣ କୁମାର ସାହୁ(୪୭) ବେଆଇନ ଗଞ୍ଜେଇ କାରବାର ଚଳାଇଥିବା ବିଶ୍ୱସ୍ତ ସୂତ୍ରରୁ ସୂଚନାପାଇ ଉକ୍ତ ଦୋକାନ ଉପରେ ପୋଲିସ ନଜର ରଖିଥିଲା। ସକାଳେ ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିବା ରିଆମାଳ ଅତିରିକ୍ତ ତହସିଲଦାର ମନୋରଞ୍ଜନ ବଘାରଙ୍କ ଉପସ୍ଥିତିରେ କୁଣ୍ଢେଇଗୋଳା ଥାନା ଭାରପ୍ରାପ୍ତ ଅଧିକାରୀ ମଳୟ କୁମାର ନାୟକ ସଦଳବଳେ ସେଠାରେ ଚଢାଉ କରିଥିଲେ। ଚଢାଉ ସମୟରେ ଅରୁଣ ସହ ସେଠାକୁ ଗଞ୍ଜେଇ ଯୋଗାଣ କରିବାକୁ ସମ୍ବଲପୁରରୁ ବୋଲେରୋରେ ଆସିଥିବା ଅନ୍ୟ ୪ଜଣଙ୍କୁ ପୋଲିସ ଗିରଫ କରିଥିଲା। ଆଉଁଳି ଗ୍ରାମର ଟୁନା ପ୍ରଧାନ ଏକ ବୋଲେରୋ ନଂ. ଓଡି ୧୯ ଏଫ୍‌ -୫୫୩୫ ଯୋଗେ ତାଙ୍କ ସହଯୋଗୀ କରଲଗା ଗ୍ରାମର ରିନୁନ ବେହେରା (୩୦), ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅନ୍ତର୍ଗତ ଖଇରବେର୍ଣ୍ଣୀ ଗ୍ରାମର ବିନୋଦ କୁମାର ସାହୁ(୨୭), ସମ୍ବଲପୁର ଜିଲା ନାକଟିଦେଉଳ ଥାନା ଅଧିନ କୁଞ୍ଜାମରା ଗ୍ରାମର ପୁରୁଷୋତ୍ତମ ସାହୁ(୩୧)ଙ୍କୁ ନେଇ ଗଞ୍ଜେଇ ଯୋଗାଣ କରିବାକୁ ଆସିଥିଲେ। ପୋଲିସ ଚଢାଉ କରି ଏହି ୫ଜଣଙ୍କୁ ଗିରଫ କରିଥିବାବେଳେ ଅନ୍ୟ ଜଣେ ଫେରାର୍‌ ହୋଇଯାଇଥିଲେ। ଅଭିଯୁକ୍ତମାନେ ଗଞ୍ଜେଇ ଯୋଗାଣ କରୁଥିବା ପୋଲିସ ନିକଟରେ ସ୍ବୀକାର କରିବା ପରେ ପୋଲିସ ଅଭିଯୁକ୍ତମାନଙ୍କୁ ଗିରଫ କରିଥିଲା। ଏଥିସହ ସେଠାରୁ ବେଆଇନ କାରବାରରେ ବ୍ୟବହୃତ ଯାନବାହାନଗୁଡିକୁ ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri