ବେଆଇନ ଗିରଫଦାରି ମାମଲା: କଟକ ଡିସିପିଙ୍କଠୁ ମାନବାଧିକାର ଆୟୁକ୍ତଙ୍କ ଜବାବ ତଲବ

କଟକ ଅଫିସ,୧୮।୮: ବେଆଇନ ଗିରଫଦାରି ମାମଲାରେ ରାଜ୍ୟ ମାନବାଧିକାର ଆୟୁକ୍ତ କଟକ ଡିସିପିଙ୍କୁ ଜବାବ ତଲବ କରିଛନ୍ତି। କଟକ ଡିପି ଲେନ ଅଞ୍ଚଳର ଅଙ୍କିତ ଅଗ୍ରଓ୍ବାଲ ଓ ହରିପୁର ଅଞ୍ଚଳର ଅନିଲ କୁମାର ସିମାନୀଙ୍କୁ କମିଶନରେଟ୍‌ ପୋଲିସ ବେଆଇନଭାବେ ଅଟକ ରଖି ଗିରଫ କରିବା ମାମଲାରେ ବିଚାର କରି ରାଜ୍ୟ ମାନବାଧିକାର ଆୟୁକ୍ତ ଜଷ୍ଟିସ୍‌ ରଘୁବୀର ଦାଶ ଡିସିପିଙ୍କୁ ପରବର୍ତ୍ତୀ ତାରିଖରେ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରକାଶ ଯେ, ଗତ ଜୁଲାଇ ୯ତାରିଖ ଅପରାହ୍ନରେ ଅଙ୍କିତ ଓ ଅନିଲ ଦୋଳମୁଣ୍ଡାଇସ୍ଥିତ ଓସିଆ ଟାୱାରରେ ଏକ ଉତ୍ସବରେ ଉପସ୍ଥିତ ଥିଲେ। ଏହି ସମୟରେ ପୁରୀଘାଟ ଥାନା ପୋଲିସ ସେମାନଙ୍କୁ ଜୋରଜବରଦସ୍ତ ଡିସିପିଙ୍କ କାର୍ଯ୍ୟାଳୟକୁ ନେଇ ଯାଇଥିଲେ। ସେଠାରେ ଗୋଟିଏ ଦିନ ଉଭୟଙ୍କୁ ଅଟକ ରଖିବା ପରେ ପରଦିନ ଅଦାଲତରେ ହାଜର କରିଥିଲେ। ତେବେ ଏସ୍‌ଡିଜେଏମ୍‌ କୋର୍ଟ ସେମାନଙ୍କୁ ଜାମିନ ପ୍ରଦାନ କରିଥିଲେ। ସେମାନଙ୍କୁ ବେଆଇନ ଗିରଫ କରାଯାଇଥିବାରୁ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଏବଂ ପ୍ରତ୍ୟେକଙ୍କୁ ଏକ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଉଭୟେ ରାଜ୍ୟ ମାନବାଧିକାର ଆୟୁକ୍ତଙ୍କୁ ପ୍ରାର୍ଥନା କରିଥିଲେ। ଆଇନଜୀବୀ କ୍ଷୀରୋଦ ରାଉତ ଉଭୟଙ୍କ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

ନିଦ ବଟିକା ଖୁଆଇବା ପରେ କରେଣ୍ଟ ଦେଇ ସ୍ବାମୀଙ୍କୁ ହତ୍ୟା, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨ା୮: ଦିଲ୍ଲୀର ସଙ୍ଗମ ବିହାରରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କୁ ନିର୍ମମ ଭାବେ ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି । ଦିଲ୍ଲୀ ପୋଲିସର କହିବାନୁଯାୟୀ, ଏହି…

ନାବାଳିକାକୁ ଅପହରଣ କରି ଯାଜପୁରରେ ବଳାତ୍କାର, ପରେ…

ଭୁବନେଶ୍ୱର, ୧୨।୮: ଭୁବନେଶ୍ୱରର ଇନଫୋସିଟି ଥାନା ଅଞ୍ଚଳରୁ ଜଣେ ନାବାଳିକାକୁ ଅପହରଣ କରି ଯାଜପୁର ନେଇଯିବା ଏବଂ ସେଠାରେ ତାଙ୍କ ବଳାତ୍କାର ରାଯାଇଥିବା ନେଇ ଅଭିଯୋଗ ହୋଇଛି।…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…

ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…

ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍‌ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ…

ବି.ଏଡ୍‌, ଏମ୍‌.ଏଡ୍‌., ବିଏଚ୍‌.ଏଡ୍‌. ନାମଲେଖା ପାଇଁ ପ୍ରଥମ ମେଧାତାଲିକା ପ୍ରକାଶ

ଭୁବନେଶ୍ୱର,୧୨ା୮(ସୁଚିସ୍ମିତା ସାହୁ): ଦୁଇବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌., ବିଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରଥମ ମେଧାତାଲିକା ମଙ୍ଗଳବାର ସାମ୍‌ସ ପୋର୍ଟାଲରେ ପ୍ରକାଶ ପାଇଛି। ମୋଟ ୪୪,୨୨୨ ଜଣ ଛାତ୍ରୀଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri