ବେଆଇନ ବାଣ ଭିଡ଼ିବା ବେଳେ ଅଘଟଣ: ବିସ୍ଫୋରଣରେ ୬ ଗୁରୁତର

ବିଞ୍ଝାରପୁର, ୫।୧୦(ଡି.ଏନ.ଏ)- ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ପଶ୍ଚିମ ବାଛୋଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବେଆଇନ ବାଣ ଭିଡୁଥିବାବେଳେ ବିସ୍ଫୋରଣ ଘଟି ୬ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଜିଲା ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଖବର ଅନୁଯାୟୀ ଏହି ଗ୍ରାମର ରମାକାନ୍ତ ସାହୁ(୪୫) ଙ୍କ ସମେତ ଅନ୍ୟ କେତେକ ବ୍ୟକ୍ତି ବେଆଇନ ଭାବେ ବାଣ ଭିଡୁଥିବା ଶନିବାର ସନ୍ଧ୍ୟାରେ ଭୟଙ୍କର ଭାବେ ବିସ୍ଫୋରଣ ହୋଇଥିଲା। ଏହି ବିସ୍ଫୋରଣରେ ରମାକାନ୍ତଙ୍କ ସମେତ ତାଙ୍କ ପୁଅ ସୈାଭାଗ୍ୟ(୨୩), ଏକାଦଶୀ ଦାସଙ୍କ ପୁଅ ସୁଧାଶୁଂ ଦାସ(୨୩), ରମାକାନ୍ତଙ୍କ ମା’ ରୁକ୍ମୁଣୀ ସାହୁ(୮୦), ରମାକାନ୍ତଙ୍କ ଭଉଣୀ ଶାନ୍ତିଲତା ସାହୁ (୫୦) ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ନିମନ୍ତେ ବିଞ୍ଝାରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସେଠାରେ ରମାକାନ୍ତଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ଥିବାରୁ ଜିଲା ମୁଖ୍ୟ ଚିକିସତ୍ାଳୟକୁ ସ୍ଥାନାନ୍ତର କରାଯାଇଛି। ଘଟଣା ସମ୍ପର୍କରେ ଖବର ପାଇ ବିଞ୍ଝାରପୁର ଅଗ୍ନିଶମ ବିଭାଗ କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚତ୍ ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ବିଞ୍ଝାରପୁର ଥାନା ଅଧିକାରୀ ଶିବ ଚରଣ ବେହେରା ଘଟଣା ସ୍ଥଳରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିବା ସହିତ ଅଫୁଟା ବାଣ ଜବତ କରିଛନ୍ତି ା ଏହି ଘଟଣାକୁ ନେଇ ସମଗ୍ର ଅଞ୍ଚଳରେ ଆଲୋଡନ ସୃଷ୍ଟି ହୋଇଥିବାବେଳେ ବିସ୍ଫୋରଣର ଭୟାବହତା ଏତେ ଥିଲା ଯେ ପଡୋଶୀଙ୍କ ଘର ଉପରେ ମଧ୍ୟ ପ୍ରଭାବ ଦେଖିବାକୁ ମିଳିଛି । ଖବରପାଇ ଘଟଣାସ୍ଥଳରେ ଏସ୍‌ପି ଚରଣ ସିଂ ମୀନା ଏବଂ ଏସ୍‌ଡିପିଓ ରବୀନ୍ଦ୍ର କୁମାର ଜେନା ପହଞ୍ଚତ୍ ଘଟଣା ସମ୍ପର୍କରେ ଅଧିକ ତଦନ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରୋକୋ କଲେ ଚାଷୀ, ଘଟଣାସ୍ଥଳରେ ପୋଲିସ: ଏହି କାରଣକୁ ନେଇ ତାତିଲେ….

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନଥିବା କାରଣରୁ ଚାଷୀମାନେ ବୁଧବାର ପ୍ରତିବାଦ ଏବଂ ରାସ୍ତାରୋକୋ…

ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା ଶୁଭାରମ୍ଭ କଲେ ବିଧାୟକ, ସ୍ଲୋଗାନରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୨।୮(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି l…

ଦିନ ଦ୍ୱିପ୍ରହରରେ ପ୍ରଧାନଶିକ୍ଷକଙ୍କ ଘରୁ ଚୋରି ଉଦ୍ୟମ: ଗାଡ଼ି ଗ୍ଲାସ ଭାଙ୍ଗିଲା ମାତ୍ରେ ବାଜିଲା ସାଇରନ୍‌, ଆଉ ତା’ପରେ…

ମୋହନା,୧୨।୮( ମନ୍ମଥ ମିଶ୍ର ): ଦ୍ୱିପ୍ରହରରେ ଚୋରି ଉଦ୍ୟମ। ଘରେ କେହି ନଥିବାର ସୁଯୋଗ ନେଇ ଚୋରି ପାଇଁ ଘରେ ପଶିବାକୁ ଉଦ୍ୟମ କରିଥିଲେ ଚୋର। ହେଲେ…

ଝଡ଼ବର୍ଷା ପ୍ରଭାବିତଙ୍କୁ ମିଳିନି କ୍ଷତିପୂରଣ: ଜିଲାପାଳଙ୍କୁ ପଡ଼ାବାସୀ ଫେରାଦ

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ଜୁଲାଇ ୨୮ତାରିଖରେ ହୋଇଥିବା ଝଡ଼ବର୍ଷା ଜିଲାବାସୀଙ୍କ ନିଦ ହଜାଇ ଦେଇଥିଲା। ଏଥିରେ ବରଗଡ଼ ବ୍ଲକ ଅନ୍ତର୍ଗତ ଚକରକେନ୍ଦ ସର୍ବାଧିକ ପ୍ରଭାବିତ ହୋଇଥିଲା।…

ହୀରାପୁର ଛକରେ ହେବ ଇଞ୍ଜିନିୟରିଂ କଲେଜ: ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର

ଲୋଇସିଂହା,୧୨।୮(ସୁଶାନ୍ତ ବାରିକ):ସ୍ବାଧୀନତା ଦିବସ ପୂର୍ବରୁ ବଲାଙ୍ଗୀର ଜିଲା ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର ଆସିଛି। ଲୋଇସିଂହା ଥାନା ହୀରାପୁର ଛକ ଅଞ୍ଚଳରେ ଚିହ୍ନଟ ଜାଗାରେ…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ବାଙ୍କୀରେ ୧୬୩ ଧାରା ଉଲ୍ଲଂଘନ: ଭାଜପା-ବିଜେଡି ମୁହାଁମୁହିଁ, ୭ ଦିନିଆ ଚେତାବନୀ: ପ୍ରଶାସନିକ କାର୍ଯ୍ୟାନୁଷ୍ଠାନକୁ ନେଇ

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଖଣ୍ଡ ଡମପଡ଼ା ବ୍ଲକ ଏବଂ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବିଏନ୍‌ଏସ୍‌ର ୧୬୩ ଧାରା ଜାରି ହୋଇଥିବା ସତ୍ତ୍ବେ ଦୁଇ ପ୍ରମୁଖ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri