ବେଆଇନ ବାଲି ଉଠାଣକୁ ଗ୍ରାମବାସୀଙ୍କ ବିରୋଧ

କପ୍ତିପଦା,୧୭ା୩(ଡି଼.ଏନ୍‌.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅଧୀନ ସୋନ ନଦୀର ବିଶୋଳ ପଞ୍ଚାୟତ ନିକଟ ଏକ ବାଲି ଘାଟରୁ ଜେସିବି ଲଗାଇ ବେଆଇନ ଭାବେ ବାଲି ଉତ୍ତୋଳନ ଘଟଣାକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ଘଟଣା ମଧ୍ୟ ଉଚ୍ଚ ନ୍ୟାୟାଳୟରେ ପହଞ୍ଚିଛି। ଜେସିବି ମାଧ୍ୟମରେ ବାଲି ଉତ୍ତୋଳନ ହୋଇ ପାରିବ ନାହିଁ ବୋଲି ନ୍ୟାୟାଳୟଙ୍କ ନିର୍ଦ୍ଦେଶକୁ ଅବମାନନା କରି ରବିବାର ରାତି ସମୟରେ ବାଲି ଉତ୍ତୋଳନ ହେଉଥିବା ଖବର ପାଇ ଗ୍ରାମବାସୀ ତହସିଲ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ତହସିଲ ପକ୍ଷରୁ ଏ ସମ୍ପର୍କରେ କପ୍ତିପଦା ଥାନାଧିକାରୀ ସଞ୍ଜୟ ପ୍ରଧାନଙ୍କୁ ଅବଗତ କରାଯିବା ପରେ ପୋଲିସ ସଦଳବଳ ଘଟଣାସ୍ଥଳରେ ପହଞ୍ଚି ଥିଲା। ପୋଲିସକୁ ଦେଖି ଗାଡ଼ି ମାଲିକ ନଦୀ ଉପରକୁ ଗାଡ଼ି ଉଠାଇ ଆଣିଥିଲେ। ଏ ସଂକ୍ରାନ୍ତରେ ଥାନାଧିକାରୀ ତହସିଲ କର୍ତ୍ତୃପକ୍ଷଙ୍କୁ ଅବଗତ କରାଇଥିଲେ। ମାତ୍ର ତହସିଲ ପକ୍ଷରୁ ଗାଡ଼ିି ମାଲିକଙ୍କୁ ତାଗିଦ କରି ଛାଡ଼ି ଦିଆଯାଇ ଥିବାରୁ ଗ୍ରାମବାସୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଆଗାମୀ ଦିନରେ ପ୍ରଶାସନର ଏଭଳି ପଦକ୍ଷେପକୁ ତୀବ୍ର ବିରୋଧ କରାଯିବ ବୋଲି ସେମାନେ କହିଛନ୍ତି। ଗ୍ରାମବାସୀଙ୍କ ପକ୍ଷରୁ ଅଜୟ କୁମାର ଦାସ, ରବୀନ୍ଦ୍ର କୁମାର ସାହୁ, ରସାନନ୍ଦ ମହାନ୍ତି, ନରେନ୍ଦ୍ର ବେହେରା ଓ ଜଗନ୍ନାଥ ଖଣ୍ଡା ପ୍ରମୁଖ ଅଭିଯୋଗ କରିଛନ୍ତିି ଯେ, ମେଶିନ ଲଗାଇ ବାଲି ଉତ୍ତୋଳନ କରାଯିବାରୁ ନଦୀ ଗର୍ଭ ଅଧିକ ଗଭୀର ହେବାରେ ଲାଗିଛି। ଫଳରେ ଗୋରୁ, ଗାଈ, ଛେଳି, ମେଣ୍ଢା ଆଦି ଗୃହପାଳିତ ପଶୁ ନଦୀକୁ ଓହ୍ଲାଇ ପାଣି ପିଇବାକୁ ସମସ୍ୟାର ସମ୍ମୁଖୀନ ହୋଇ ମୃତ୍ୟୁମୁଖରେ ପଡ଼ୁଛନ୍ତି। ଟ୍ରକ୍‌, ଡମ୍ଫର ଓ ଟ୍ରାକ୍ଟରରେ ରାତିଦିନ ଗ୍ରାମ ମଧ୍ୟଦେଇ ବାଲି ପରିବହନ କରାଯାଉଥିବାରୁ ଗ୍ରାମ ରାସ୍ତା ମରଣଯନ୍ତା ପାଲଟିଛି । ଟ୍ରକ୍‌ ଚାଳକଙ୍କ ବେପରୁଆ ଗାଡ଼ିଚାଳନା ଦେଖି ଗ୍ରାମବାସୀ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏହାର ପ୍ରତିକାର ନ ହେଲେ ଆଗାମୀ ଦିନରେ ଗ୍ରାମବାସୀ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri