ବେଆଇନ ବାଲି ଚାଲାଣ ବନ୍ଦ ଦାବି

ଭୁବନ, ୩।୬(ଡି.ଏନ.ଏ.)-ଭୁବନ ରାଜସ୍ବ ବିଭାଗ ପକ୍ଷରୁ ନିଲାମ ଦିଆଯାଇଥିବା ବାଲି ଖାଦାନଗୁଡ଼ିକରୁ ବେଆଇନ ବାଲି ଚାଲାଣ ବଢ଼ିବାରେ ଲାଗିଛି। ସରକାରୀ ନୀତିନିୟମକୁ ବେଖାତିର କରି ହାଇଓ୍ବା, ଟ୍ରକ୍‌ରେ ମନଇଚ୍ଛା ବାଲି ଚାଲାଣ କରାଯାଉଛି। ବାଲିଘାଟରେ ମୂଲ୍ୟ ସମ୍ପର୍କିତ ଫଳକ ଲଗାଯାଇନାହିଁ କିମ୍ବା ବାଲି ଖାଦାନ ସୀମା ନିର୍ଦ୍ଧାରଣ ହୋଇନାହିଁ। ଏହାର ସୁଯୋଗ ନେଉଛନ୍ତି ନିଲାମଧାରୀ। ସେମାନେ ଆଇନ ଉଲ୍ଲଂଘନ କରି ବ୍ରାହ୍ମଣୀ ନଦୀ, ପାଣ୍ଡରା ନାଳ, ରାମିଆଳ ନଦୀରୁ ଚୋରାରେ ଦିନରାତି ବାଲି ଉଠାଉଛନ୍ତି।
ଅଧିକାଂଶ ଭାରିଯାନରେ ମାତ୍ରାଧିକ ବାଲି ବୋଝେଇ କରାଯାଉଛି। ପାଲ ମଧ୍ୟ ଘୋଡ଼ାଯାଉନାହିଁ। ଫଳରେ ସାମାନ୍ୟ ପବନରେ ବାଲି ଉଡ଼ି ରାସ୍ତାରେ ପଡୁଛି। ଏହା ପରିବେଶକୁ ପ୍ରଦୂଷିତ କରୁଛି। ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌, ହାଇଓ୍ବା ଭଳି ଭାରିଯାନ ଚଳାଚଳ ଦୁର୍ଘଟଣା ବଢ଼ାଉଛି। ଦିନବେଳା ଉକ୍ତ ଗାଡ଼ି ଚଳାଚଳ ବନ୍ଦ କରିବା ନେଇ ପ୍ରଶାସନ ପକ୍ଷରୁ ପଦକ୍ଷେପ ନେବାକୁ ଅଞ୍ଚଳର ବୁଦ୍ଧିଜୀବୀ ଏବଂ ବ୍ୟବସାୟୀମାନେ ଦାବି କରିଛନ୍ତି।
ଏ ସଂକ୍ରାନ୍ତରେ ତହସିଲଦାର ଶକ୍ତିକାନ୍ତ ରାୟ କୁହନ୍ତି, ଜନସାଧାରଣଙ୍କ ଅଭିଯୋଗକୁ ଗୁରୁତ୍ୱ ଦିଆଯିବ। ବେଆଇନ ବାଲି ଖାଦାନଗୁଡ଼ିକୁ ଖୁବ୍‌ଶୀଘ୍ର ଚିହ୍ନଟ କରାଯିବ। ବାଲି ଚାଲାଣରେ ବ୍ୟବହୃତ ଯାନବାହନଗୁଡ଼ିକର ଟ୍ରଞ୍ଜିଟ୍‌ ପାସ୍‌ ଯାଞ୍ଚ ହେବ। ନିର୍ଦ୍ଧାରିତ ପରିମାଣଠାରୁ ଅଧିକ ବାଲି ପରିବହନ ଉପରେ କଟକଣା ଜାରି କରାଯିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ ଏନଇଇଟିରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍‌: ଚାଳକ ଫେରାର, ଗୁରୁତର…

ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ବ୍ଲକ-ପଞ୍ଚାୟତ ପ୍ରଶାସନର ଟାଳଟୁଳ ନୀତି: ସ୍ୱାମୀଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ବି ସୂର୍ଯ୍ୟଙ୍କୁ ମିଳିନି ବିଧବା ଭତ୍ତା

ଥୁଆମୂଳ ରାମପୁର,୨୧।୭ (ଦୁର୍ଗା କୀର୍ତ୍ତି): ସରକାରୀ ସାମାଜିକ ସୁରକ୍ଷା ଯୋଜନାର ବ୍ୟାପକ ପ୍ରଚାର ଚାଲିଥିଲେ ହେଁ ପ୍ରଶାସନିକ ଅବହେଳା ଯୋଗୁ ପ୍ରକୃତ ହିତାଧିକାରୀମାନେ ଏହାରୁ ବଞ୍ଚିତ ହେଉଥିବା…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri