ବେଆଇନ ବାଲି ଚାଲାଣ: ବିପଦରେ ତଟବର୍ତ୍ତୀ ଅଞ୍ଚଳ

ବଡ଼ସାହି,୨୭ା୫(ସ୍ବ.ପ୍ର)-ମୟୂରଭଞ୍ଜ ଜିଲା ଦେଇ ପ୍ରବାହିତ ବୁଢାଳବଙ୍ଗ ନଦୀରୁ ବେଆଇନ ଭାବେ ବାଲି ଉତ୍ତୋଳନ ଦିନକୁ ଦିନ ବଢିଚାଲଛି। ଏହାକୁ ପ୍ରଶାସନ ରୋକି ପାରୁ ନ ଥିବାରୁ ସରକାର ବହୁ ରାଜସ୍ବ ହରାଉଛନ୍ତି ା ବେଆଇନ ବାଲି ଚାଲାଣ ଯୋଗୁଁ ନଦୀପଠା କ୍ଷୟ ହୋଇ ତଟବର୍ତ୍ତୀ ଅଞ୍ଚଳ ପ୍ରତି ବିପଦ ସୃଷ୍ଟି କରୁଛି ା କେତେକ ସ୍ଥାନରେ ବାଲିଖାଦାନ ପାଇଁ ଅନୁମତି ଦିଆଯାଇଥିବା ବେଳେ ଅନ୍ୟ ସ୍ଥାନରେ ବେଆଇନ ଭାବେ ବାଲି ଉଠାଯାଉଛି ା ତହସିଲ କାର୍ଯ୍ୟାଳୟ ପକ୍ଷରୁ ଦିଆଯାଉଥିବା ଟ୍ରାନଜିଟ ପାସର ଦୁରୂପଯୋଗ କରି ବିଭିନ୍ନ ସ୍ଥାନକୁ ମଧ୍ୟ ବାଲି ଚାଲାଣ କରାଯାଉଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି।
ବଡ଼ସାହି ତହସିଲ ଅଞ୍ଚଳର ମହୁପୁରା, ବେଲପାଳ, ଡିଙ୍ଗିରା, ଆରପଟା, ଶାକୁଆ ଓ ପ୍ରତାପପୁର ଅଞ୍ଚଳ ନଦୀରୁ ବାଲି ଉତ୍ତୋଳନ କରିବା ସକାଶେ ରାଜସ୍ବ ଜମା ଦିଆଯାଇ ଲିଜ ନିଆଯାଇଛି। ଲିଜ ଖାଦାନର ବାଲି ଚଢା ଦରରେ ବିକ୍ରି ହେଉଥିବାରୁ ଆବାସ ଗୃହ ଯୋଜନାରେ ହିତାଧିକାରୀମାନେ ଆର୍ଥିକ ସମସ୍ୟାରେ ପଡୁଛନ୍ତି। ଅନ୍ୟପକ୍ଷେ ଲିଜ ଖାଦାନରୁ ବେଆଇନ ଭାବେ ଜେସିବି ସାହାଯ୍ୟରେ ବାଲି ଉତ୍ତୋଳନ କରାଯାଇ ଡମ୍ଫରରେ ଚୋରା ଚାଲାଣ ହେଉଥିଲେ ମଧ୍ୟ ଏହାକୁ ରୋକିବାରେ ରାଜସ୍ବ ବିଭାଗ ଫେଲ୍‌ ମାରିଛି ା ଏହାର ସୁଯୋଗ ନେଇ କେତେକ ଅସାଧୁ ବେପାରୀ ବେଆଇନ ଭାବେ ଚୋରାରେ ବାଲି ଉତ୍ତୋଳନ କରି କମ୍‌ ଦାମରେ ବିକ୍ରି କରୁଛନ୍ତି ା ବୁଢାବଳଙ୍ଗ ନଦୀ ପଠାର ଯୋଗୀନୂଆଗାଁ, ହରିପୁର, କୁଳିଅଣା ଓ ନିଶ୍ଚିନ୍ତପୁର ଆଦି ସ୍ଥାନରୁ ବେଆଇନ ଭାବେ ବାଲି ଉତ୍ତୋଳନ କରାଯାଉଥିବାରୁ ନଦୀକୂଳ କ୍ଷୟ ଘଟି ମାଧପୁର, ଆରପଟା, ଉଞ୍ଚବାଲି, ବଳଭଦ୍ରପୁର, କୁଳିଅଣା, ବର୍ତ୍ତନା, ଗମ୍ଭାରିଆ, ବାଗୁଲି, ଖୁଣ୍ଟାପାଳ, ଭଞ୍ଜବାଟୀ, ମାଙ୍କଡାପାଳ, ବାଘୁଆପାଳ, ପତରାପଦା, ପଣ୍ଡୁପାଳ, ଆସୁକନ୍ଦ, ରଙ୍ଗପାଣି ଓ କୁଲକୋଠା ଗ୍ରାମ ପ୍ରତି ବିପଦ ସୃଷ୍ଟି କରିଛି। ଦିନରାତି ମେଶିିନ ସାହାଯ୍ୟରେ ବାଲି ଉତ୍ତୋଳନ କରାଯିବାରୁ ସେହି ସ୍ଥାନରେ ନଦୀଶଯ୍ୟା ଗଭୀର ହୋଇଛି। ତଳମୁଣ୍ଡରେ ଥିବା ନଦୀ ବାଙ୍କରେ ବର୍ତ୍ତମାନ ବାଲି ଜମା ହୋଇ ରହିଥିବାରୁ ବନ୍ୟା ଆସିଲେ ଅଞ୍ଚଳ ପ୍ରତି ବିପଦ ସୃଷ୍ଟି ହେବା ଆଶଙ୍କା କରାଯାଉଛି।
ଅନୁରୂପ ଭାବେ ଡ଼ିଙ୍ଗିରା ଓ ଶାକୁଆ ଘାଟରୁ ବାଲି ଉତ୍ତୋଳନ ହେଉଥିବାରୁ ଘାଟ ନିକଟସ୍ଥ ଗ୍ରାମ ଗୁଡିକ ନଦୀ ଗର୍ଭରେ ଲୀନ ହେବାକୁ ବସିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ବେଆଇନ ବାଲି ଚାଲାଣ ଯୋଗୁ ବିଭିନ୍ନ ସମୟରେ ଦୁର୍ଘଟଣା ଘଟି ଜୀବନ ହାନି ହେଉଛି ା ଶନିବାର ଅପରାହ୍ନରେ କାଳବୈଶାଖୀ ହେବା ବେଳେ ଚୋରାରେ ବାଲି ବୋଝେଇ କରୁଥିବା ଏକ ଟ୍ରାକ୍ଟରର ଡ୍ରାଇଭର ଓ ହେଲପର ବଜ୍ରପାତରେ ମୃତ୍ୟୁବରଣ କରିଛନ୍ତି ା ରାଜସ୍ବ ବିଭାଗ ଏଥିପ୍ରତି ଦୃଷ୍ଟି ଦେଇ ଚୋରା ବାଲି ବେପାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବରିଷ୍ଠ କଂଗ୍ରେସ ନେତା ପ୍ରକାଶ କରମହାପାତ୍ର ଦାବି କରିଛନ୍ତି ା ଏ ସମ୍ପର୍କରେ ତହସିଲଦାର ଅମୀୟ କୁମାର ରାଉତଙ୍କୁ ପଚାରିବାରୁ କହିଛନ୍ତି, ବେଆଇନ ବାଲି ଖାଦାନରେ ଚଢାଉ ହେଉଛି ା ନିର୍ଦ୍ଦିଷ୍ଟ ଭାବେ ଅଭିଯୋଗ ଆସିଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ା


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri