ବେଆଇନ ଭାବେ ଗଞ୍ଜାମରେ ପ୍ରବେଶ କରୁଛନ୍ତି ଲୋକେ: ଏନ୍‌ଏଚ୍‌-୧୬, ସୀମାନ୍ତରେ ଯାଞ୍ଚ କରୁଛି ଟିମ୍‌

ଛତ୍ରପୁର, ୨।୫(ଡି.ଏନ୍‌.ଏ.)- କରୋନା ଜାରି ରହିଥିବା ଲକ୍‌ଡାଉନ୍‌ ସତ୍ତ୍ୱେ ଲୋକେ ବିଭିନ୍ନ ଗାଡିରେ ବେଆଇନ ଭାବେ ଗଞ୍ଜାମ ଜ଼ିଲାକୁ ପ୍ରବେଶ କରିବାରେ ଲାଗିଛନ୍ତି। ଅପରପକ୍ଷରେ କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଗଞ୍ଜାମର ବିଭିନ୍ନ ସୀମା, ଜାତୀୟ ରାଜପଥ-୧୬ରେ ପରିବହନ, ପୋଲିସ ରାଜସ୍ବ ବିଭାଗର ଅଧିକାରୀଙ୍କ ନେତୃତ୍ୱରେ ମିଳିତ ଯାଞ୍ଚ କରାଯାଉଛି। ଶନିବାର ଯାଞ୍ଚର ୧୩ ତମ ଦିବସରେ ଆନ୍ଧ୍ର, ଖୋର୍ଦ୍ଧା, ପୁରୀ ଜ଼ିଲା ସୀମାକୁ ସିଲ୍‌ କରି ଅସ୍ଥାୟୀ ଚେକ୍‌ଗେଟ କରାଯାଇ ଏହି ଯାଞ୍ଚ କରାଯାଉଛି। ଗଞ୍ଜାମ – ଆନ୍ଧ୍ର ସୀମାନ୍ତ ବଳରାମପୁର, ୧୬ନଂ ଜାତୀୟ ରାଜପଥ ଗୁରାପଲ୍ଲୀ ଚେକ ଗେଟ୍‌ ଠାରେ ପୋଲିସ ତନଖି ଫାଟକ ଖୋଲାଯାଇଛି। ସେହିଭଳି ଅନ୍ୟ ଜିଲାରୁ କିଛି ଲୋକ ବିଭିନ୍ନ ଟ୍ରକ, ଆମ୍ବୁଲାନ୍ସରେ ଗଞ୍ଜାମ ଜ଼ିଲାକୁ ଆସୁଛନ୍ତି। ଏମାନେ କିଭଳି ଜ଼ିଲାକୁ ଅସୁରକ୍ଷିତ ଓ ବେଆଇନ ଭାବେ ପ୍ରବେଶ ନ କରିପାରିବେ ସେଥିପାଇଁ ଯାଞ୍ଚ କଡାକଡି କରାଯାଇଛି। ଗଞ୍ଜାମ ଜିଲାପାଳଙ୍କ ନିର୍ଦ୍ଦେଶରେ ଏହି ଯାଞ୍ଚ ଚାଲିଥିବା ଗଞ୍ଜାମ ଆର୍‌ଟିଓଙ୍କ ପକ୍ଷରୁ ସୂଚନା ଦିଆଯାଇଛି ଯାନବାହନ ଗୁଡିକର ନମ୍ବର, ଯାତ୍ରୀଙ୍କ ସଂଖ୍ୟା, ଯାତ୍ରାର ଉଦ୍ଦେଶ୍ୟ ଏବଂ ମୋବାଇଲ ନଂ ପଞ୍ଜିକରଣ କରାଯାଉଛି। ସିସି କ୍ୟାମେରା ଲଗାଯିବା ସହ ୨୪ ଘଣ୍ଟିଆ ମନିଟରିଂ ହେଉଥିବା ସୂଚନା ଦିଆଯାଇଛି। ଜ଼ିଲାପାଳଙ୍କ ଦ୍ୱାରା ଗଠିତ ମଲ୍ଟି ଡିସିିପ୍ଳିନାରୀ ସ୍କୁୱାର୍ଡ଼ ଏହା ଉପରେ ନଜର ରଖୁଛନ୍ତି। ଜାତୀୟ ରାଜପଥ ଉପରେ ଟ୍ରକ ଆଦି ଗାଡି ପାର୍କିଂ ସମ୍ପୂର୍ଣ୍ଣ ଭାବେ ନିଷେଧ କରାଯାଇଛି। ଏଥିସହ ମିଳିତ ଟିମ୍‌ ଯାଞ୍ଚ ହୋଇ ଖିଲାପୀଙ୍କୁ ଜରିମାନା କରୁଥିବା ଆର୍‌ଟିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IAS ସ୍ତରରେ ବଡ଼ଧରଣର ଅଦଳବଦଳ: ବଦଳିଲେ ନବରଙ୍ଗପୁର ଓ ନୂଆପଡ଼ା ଜିଲାପାଳ, ଜାଣନ୍ତୁ କିଏ କେଉଁଠିକୁ ଗଲେ…

ଭୁବନେଶ୍ୱର,୭ା୧୦: ରାଜ୍ୟ ପ୍ରଶାସନିକ ସ୍ତରକୁ ଅଧିକ କ୍ରିୟାଶୀଳ ଓ ବ୍ୟବସ୍ଥିତ କରିବା ପାଇଁ ଓଡ଼ିଶା ସରକାର ରାଜ୍ୟରେ IAS ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ନବରଙ୍ଗପୁର…

ମା’ ତାରାତାରିଣୀଙ୍କ ଦାନହୁଣ୍ଡିରୁ ମିଳିଲା ଦୁଇ ଶିଶୁଙ୍କ ଭାବବିହ୍ବଳ ଚିଠି: ଏଥିରେ ଲେଖାଅଛି ମୋ’ ବାବାଙ୍କୁ ଭଲ ବାଟକୁ ଆଣ, ମୋ ମା’କୁ…

ପୁରୁଷୋତ୍ତମପୁର,୭ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡି ଖୋଲାଯାଇଥିବା ବେଳେ ସେଥିମଧ୍ୟରୁ ମିଳିଛି ଦୁଇଟି ଶିଶୁଙ୍କ ଚିଠି। ଗୋଟିଏ ଓଡ଼ିଆରେ ଲେଖା…

ଚିଲିକା ମଝିରେ ଅଟକିଲା ଡଙ୍ଗା: ଭୟରେ ଥରିଲେ ଯାତ୍ରୀ, ଆଉ ତା’ପରେ…

କୃଷ୍ଣପ୍ରସାଦ,୭।୧୦(କୈଳାଶ ଚନ୍ଦ୍ର ପଟ୍ଟନାୟକ):ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ସାତପଡ଼ା- ଜହ୍ନିକୁଦା ଚିଲିକା ମଝିରେ ଘଟିଛି ଅଘଟଣ। ବୁଧବାର ସକାଳ ୭ଟାରେ ଏକ ଯାତ୍ରୀବାହୀ ଡ଼ଙ୍ଗା ୫୦ରୁ ଉର୍ଦ୍ଧ୍ୱ…

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଚୌଦ୍ୱାର ଜେଲ୍‌ର ନିଲମ୍ବିତ ବରିଷ୍ଠ ଅଧୀକ୍ଷକ

କଟକ,୭।୧୦(ପ୍ରଭୁକଲ୍ୟାଣ ପାଲ୍) ଚୌଦ୍ୱାର ଜେଲ୍‌ର ନିଲମ୍ବିତ ବରିଷ୍ଠ ଅଧୀକ୍ଷକ ସୁଜିତ କୁମାର ରାଉଳ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଜି ହାଇକୋର୍ଟରେ ଜାମିନ ଆବେଦନ…

ଗୁମ୍ମା ଘାଟିରେ ଓଲଟିଲା ଟ୍ରଲର: ରାୟଗଡ଼ା-କୋରାପୁଟ ରାସ୍ତା ଜାମ

ରାୟଗଡ଼ା, ୭/୧୦(ସଂକେତ ପାତ୍ର/ଜଗନ୍ନାଥ ଗୌଡ଼): ରାୟଗଡ଼ା ଜିଲା ଗୁମ୍ମା ଘାଟିରେ ଏକ ଟ୍ରଲର ଓଲଟି ପଡ଼ିବାରୁ ରାୟଗଡ଼ା-କୋରାପୁଟ ମୁଖ୍ୟ ରାସ୍ତାରେ ଯାତାୟାତ ଜାମ ହୋଇଛି। ସ୍ଥାନୀୟ ଲୋକଙ୍କ…

ଅବ୍ୟବସ୍ଥା ମଧ୍ୟରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ମିଳୁନି ପାନୀୟଜଳ, ସଫା ହେଉନି ଶୌଚାଳୟ

ଝାରସୁଗୁଡ଼ା, ୭ା୧୦(ଆଶିଷ ରଞ୍ଜନ ଦାଶ):ଶିକ୍ଷାର ମାନବୃଦ୍ଧି ସହ ଭିତ୍ତିଭୂମି ସୁଦୃଢ ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ପ୍ରଶାସନିକ ଅବହେଳା ଯୋଗୁ ଝାରସୁଗୁଡ଼ା…

ଆସନ୍ତା ୮ରେ ଓଡ଼ିଶା ବନ୍ଦ ଡାକରା: ଡିଇଏଲ୍‌ଇଡି ପରୀକ୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌

କଟକ,୭।୧୦(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଡିପ୍ଲୋମା ଇନ୍‌ ଏଲିମେଣ୍ଟାରି ଏଜୁକେଶନ (ଡିଇଏଲ୍‌ଇଡି) ପରୀକ୍ଷା ଗତ ୩ ତାରିଖରୁ ଆରମ୍ଭ ହୋଇଛି। ଅଦ୍ୟାବଧି ଏହି…

ଝଡବର୍ଷା ସମ୍ଭାବନା: ୯ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର, ୭ା୧୦ (ବନ୍ଦନା ସେଠୀ):ଆଶ୍ବିନରେ ଅନୁଭୂତ ହେଉଛି ବୈଶାଖ ତାତି। ବର୍ଷା ଛାଡ଼ୁ ଛାଡ଼ୁ ତାପମାତ୍ରାରେ ଲଗାତର ବୃଦ୍ଧି ଘଟି ୩୭ ଡିଗ୍ରୀ ପାଖାପାଖି ହୋଇଛି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?