ବେଆଇନ ଶ୍ରମିକ ଚାଲାଣ: ଗୋଟିଏ ଦିନରେ ୪୧ ମଧ୍ୟସ୍ଥ, ଦଲାଲ ଗିରଫ

କଟକ ଅଫିସ,୧୩।୧୦: ବେଆଇନ ଶ୍ରମିକ ଚାଲାଣ କରୁଥିବା ଅଭିଯୋଗରେ ୪୧ ଜଣ ମଧ୍ୟସ୍ଥ ଓ ଦଲାଲଙ୍କୁ ବଲାଙ୍ଗୀର, ନୂଆପଡ଼ା ଜିଲା ପୋଲିସ ଗିରଫ କରି ଶନିବାର କୋର୍ଟଚାଲାଣ କରିଛି। ଡିଜିପି ବି.କେ. ଶର୍ମାଙ୍କ ନିର୍ଦ୍ଦେଶକ୍ରମେ ଏହି ଦୁଇ ଜିଲାର ଏସ୍‌ପିଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଥିଲା। ଏହି ଟିମ୍‌ ଶୁକ୍ରବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ମଧ୍ୟସ୍ଥ ଓ ଦଲାଲମାନଙ୍କୁ ଗିରଫ କରିଛି। ମିଳିଥିବା ସୂଚନା ଅନୁଯାୟୀ, ଏହି ଦୁଇ ଜିଲାରେ ବେଆଇନ ଶ୍ରମିକ ଚାଲାଣ କରାଯାଉଥିବା ନେଇ ବାରମ୍ବାର ଅଭିଯୋଗ ହୋଇଥିଲା। ତେବେ ଡିଜିପିଙ୍କ ନିର୍ଦ୍ଦେଶ ପରେ ଶୁକ୍ରବାର ଏହି ଟିମ୍‌ ଚଢ଼ାଉ କରି ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିରୁ ୮, ତୁରେଇକେଲାରୁ ୬, ବେଲପଡ଼ାରୁ ୫, ଖପ୍ରାଖୋଲରୁ ୪ ଓ ଲାଠୋରରୁ ୨ଜଣଙ୍କୁ ଗିରଫ କରିଥିଲା। ସେହିପରି ନୂଆପଡ଼ା ଜିଲାର ବେଲ୍‌ଟୁକୁରିରୁ ୩, ଜଙ୍କରୁ ୫, କୋମନାରୁ ୨, ଖରିଆରରୁ ୩, ବୋଡେନରୁ ୧ ଓ ସିନାପାଲିର ୨ଜଣ ମଧ୍ୟସ୍ଥ ଓ ଦଲାଲ ଗିରଫ ହୋଇଛନ୍ତି। ଏ ନେଇ ଉଭୟ ଥାନାରେ ମାମଲା ରୁଜୁ ହୋଇଛି। ଅନ୍ୟପକ୍ଷରେ ସେମାନଙ୍କ ନାମରେ ଉଭୟ ଜିଲାରେ ୧୬ରୁ ଅଧିକ ମାମଲା ରହିଥିବା ପୋଲିସ ସୂଚନା ଦେଇଛି। ଅଧିକ ତଥ୍ୟ ସଂଗ୍ରହ ପାଇଁ ପୋଲିସ ସେମାନଙ୍କ ମଧ୍ୟରୁ କେତେଜଣଙ୍କୁ ରିମାଣ୍ଡରେ ଆଣିବାର ଯୋଜନା ରଖିଥିବା ଜଣାପଡିଛି। ଗିରଫ ଦଲାଲମାନଙ୍କ ସହ ରାଜ୍ୟ ଭିତରେ ଓ ରାଜ୍ୟ ବାହାରେ ସମ୍ପର୍କ ରହିଥିବା ପୋଲିସ ସନ୍ଦେହ କରୁଛି। ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମର ଅଂଶବିଶେଷ ଭାବେ ଏଭଳି କରାଯାଇଥିବା ଡିଜିପି ଶର୍ମା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଗର୍ଭଧାରଣ ଘଟଣାରେ ପୋଲିସର ବଡ଼ ଆକ୍ସନ! ଯୁବକ ଗିରଫ

ବଞ୍ଚୋ,୧୧।୬(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲାର ସୋସୋ ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକା ଗର୍ଭବତୀ ହେବା ଘଟଣାରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି…

କଂଗ୍ରେସରେ ବିଲୟ ହେବାକୁ ଯାଉଛି କି ଟିଏମସି? ଘଣ୍ଟା ଘଣ୍ଟା ବୈଠକ ପରେ କ’ଣ ନିଆଗଲା ନିଷ୍ପତ୍ତି ଜାଣନ୍ତୁ

କୋଲକାତା,୧୧।୬: ଦିଲ୍ଲୀରେ କଂଗ୍ରେସ ଦଳର ଏକ ପ୍ରମୁଖ ବୈଠକ ଶେଷ ହୋଇଛି; ରାହୁଲ ଗାନ୍ଧୀଙ୍କ ସମେତ ଅନେକ ବରିଷ୍ଠ ନେତା ଏଥିରେ ଉପସ୍ଥିତ ଥିଲେ। ବୈଠକ ସମୟରେ…

କୁଆଡେ ଗଲା ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟାର ରହସ୍ୟମୟ ରିପୋର୍ଟ? ବଡ଼ ବୟାନ ଦେଲେ ତଦନ୍ତ କମିଶନ ଅଧ୍ୟକ୍ଷ

କଟକ,୧୧।୬(ପ୍ରଭୁକଲ୍ୟାଣ ପାଲ): ବହୁ ଚର୍ଚ୍ଚିତ କନ୍ଧମାଳ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟା ଘଟଣାର ତଦନ୍ତ କମିଶନ ରିପୋର୍ଟ ଗାଏବ ହେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ତଦନ୍ତ…

ପୋଲିସ ଅଧିକାରୀ ହେବେ ସାଇ ପଲ୍ଲବୀ: ବଢୁଛି କ୍ରେଜ୍‌

ଅଭିନେତ୍ରୀ ସାଇ ପଲ୍ଲବୀ ଆଗାମୀ ଫିଲ୍ମ ‘ରାମାୟଣ’ ପାଇଁ ବେଶ୍‌ ପରିଶ୍ରମ କରୁଛନ୍ତି। ନିଜର ସର୍ବାଧିକ ସମୟ ଏହି ଫିଲ୍ମ ପାଇଁ ଉତ୍ସର୍ଗ କରିଛନ୍ତି। ଫିଲ୍ମର ପ୍ରଥମ…

ଡ୍ରାଇଭରମାନଙ୍କ ସମସ୍ୟାର ସ୍ଥାୟୀ ସମାଧାନ କରିବାକୁ ସରକାରଙ୍କୁ ୯୦ ଦିନର ସମୟ

ବଲାଙ୍ଗୀର,୧୧ା୬(ସୁନିଲ କୁମାର ମହାନ୍ତି): ଅଟୋ ଓ ପ୍ରାଇଭେଟ ଗାଡ଼ିର ବୃତ୍ତିଗତ ଡ୍ରାଇଭରମାନଙ୍କୁ ଡ୍ରାଇଭର କଲ୍ୟାଣ ବୋର୍ଡରେ ସାମିଲ କରିବା ଏବଂ ଡ୍ରାଇଭରମାନଙ୍କୁ ନିର୍ବାଚନରେ ତାଙ୍କର ମତଦାନ ଦେବାର…

ପଞ୍ଚଭୂତରେ ଲୀନ ହେଲେ ଛତ୍ରପୁର ପୌରପରିଷଦ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ଶେଷକୃତ୍ୟରେ ସାମିଲ ହେଲେ ହଜାର ହଜାର…

ଛତ୍ରପୁର,୧୧।୬(ଦିଲୀପ ସାମଲ): ଛତ୍ରପୁର ପୌରପରିଷଦରେ ସମସ୍ତଙ୍କ ଆଖିକୁ ଲୁହରେ ଓଦା କରି ପଞ୍ଚଭୂତରେ ଲୀନ ହେଲେ ଛତ୍ରପୁର ପୌରପରିଷଦ ଅଧ୍ୟକ୍ଷା ସ୍ଵର୍ଗତା ଶର୍ମିଷ୍ଠା ପ୍ରଧାନ। ମୃତ୍ୟୁ ବେଳେ…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ନୂଆ ଅବତାର ଦେଖି ଖେଳ ଜଗତ ଆଶ୍ଚର୍ଯ୍ୟ: ବଦଳାଇ ଦେଲେ…

ନୂଆଦିଲ୍ଲୀ,୧୧।୬: ବୈଭବ ସୂର୍ଯ୍ୟବଂଶୀଙ୍କୁ ‘ଛକା ମାରିବା ମେଶିନ’ କହିବା ଭୁଲ ହେବ ନାହିଁ। ତାଙ୍କ ଟି୨୦ କ୍ୟାରିୟରରେ ସେ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି। ସେ…

ଫ୍ଲାଇଟ୍ ବିଳମ୍ବ ହେବାରୁ ନଷ୍ଟ ହେଲା ଚାଷୀଙ୍କ ଗଛ ! ଏୟାରଏସିଆକୁ କୋର୍ଟଙ୍କ ବଡ଼ ଝଟ୍‌କା, କ୍ଷତିପୂରଣ ଶୁଣିଲେ…

ନୂଆଦିଲ୍ଲୀ,୧୧।୬: ଏୟାର ଏସିଆ ବିମାନ କମ୍ପାନୀର ଉଡ଼ାଣ ବିଳମ୍ବ ଯୋଗୁଁ କେରଳର ଜଣେ ଚାଷୀଙ୍କ ଏକ ଗଛ ନଷ୍ଟ ହୋଇଗଲା। କେରଳର ପାଲକ୍କଡର ବାସିନ୍ଦା ଅବଦୁଲ ଅଜିଜ ହାଇବ୍ରିଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri