ବେଆଇନ ଶ୍ରମିକ ଚାଲାଣ: ଗୋଟିଏ ଦିନରେ ୪୧ ମଧ୍ୟସ୍ଥି, ଦଲାଲ ଗିରଫ

କଟକ ଅଫିସ,୧୨ା୧୦- ବେଆଇନ ଶ୍ରମିକ ଚାଲାଣ କରୁଥିବା ୪୧ ଜଣ ମଧ୍ୟସ୍ଥି ଓ ଦଲାଲଙ୍କୁ ବଲାଙ୍ଗୀର, ନୂଆପଡ଼ା ଜିଲା ପୋଲିସ ଗିରଫ କରି ଶନିବାର କୋର୍ଟଚାଲାଣ କରିଛି। ଡିଜିପି ବି.କେ. ଶର୍ମାଙ୍କ ନିର୍ଦ୍ଦେଶକ୍ରମେ ଏହି ଦୁଇ ଜିଲାର ଏସ୍‌ପିଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଥିଲା। ଏହି ଟିମ୍‌ ଶୁକ୍ରବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ମଧ୍ୟସ୍ଥି ଓ ଦଲାଲମାନଙ୍କୁ ଗିରଫ କରିଛି।
ମିଳିଥିବା ସୂଚନା ଅନୁଯାୟୀ, ଏହି ଦୁଇ ଜିଲାରେ ବେଆଇନ ଶ୍ରମିକ ଚାଲାଣ କରାଯାଉଥିବା ନେଇ ବାରମ୍ବାର ଅଭିଯୋଗ ହୋଇଥିଲା। ତେବେ ଡିଜିପିଙ୍କ ନିର୍ଦ୍ଦେଶ ପରେ ଶୁକ୍ରବାର ଏହି ଟିମ୍‌ ଚଢ଼ାଉ କରି ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିରୁ ୮, ତୁରେଇକେଲାରୁ ୬, ବେଲପଡ଼ାରୁ ୫, ଖପ୍ରାଖୋଲରୁ ୪ ଓ ଲାଠୋରରୁ ୨ଜଣଙ୍କୁ ଗିରଫ କରିଥିଲା। ସେହିପରି ନୂଆପଡ଼ା ଜିଲାର ବେଲ୍‌ଟୁକୁରିରୁ ୩, ଜଙ୍କରୁ ୫, କୋମନାରୁ ୨, ଖରିଆରରୁ ୩, ବୋଡେନରୁ ୧ ଓ ସିନାପାଲିର ୨ଜଣ ମଧ୍ୟସ୍ଥି ଓ ଦଲାଲ ଗିରଫ ହୋଇଛନ୍ତି। ଏ ନେଇ ଉଭୟ ଥାନାରେ ମାମଲା ରୁଜୁ ହୋଇଛି। ଅନ୍ୟପକ୍ଷରେ ସେମାନଙ୍କ ନାମରେ ଉଭୟ ଜିଲାରେ ୧୬ରୁ ଅଧିକ ମାମଲା ରହିଥିବା ପୋଲିସ ସୂଚନା ଦେଇଛି। ଅଧିକ ତଥ୍ୟ ସଂଗ୍ରହ ପାଇଁ ପୋଲିସ ସେମାନଙ୍କ ମଧ୍ୟରୁ କେତେଜଣଙ୍କୁ ରିମାଣ୍ଡରେ ଆଣିବାର ଯୋଜନା ରଖିଥିବା ଜଣାପଡିଛି। ଗିରଫ ଦଲାଲମାନଙ୍କ ସହ ରାଜ୍ୟ ଭିତରେ ଓ ରାଜ୍ୟ ବାହାରେ ସମ୍ପର୍କ ରହିଥିବା ପୋଲିସ ସନ୍ଦେହ କରୁଛି। ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମର ଅଂଶବିଶେଷ ଭାବେ ଏଭଳି କରାଯାଇଥିବା ଡିଜିପି ଶର୍ମା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭାରେ ଉତ୍ତର ରଖିଲେ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ : ‘ଧରିତ୍ରୀ’ ସର୍ବାଧିକ ପ୍ରସାରିତ ଖବରକାଗଜ

ଭୁବନେଶ୍ୱର,୨୮।୬(ବ୍ୟୁରୋ) : ରାଜ୍ୟରେ ପ୍ରସାରିତ ଖବରକାଗଜଗୁଡିକ ମଧ୍ୟରୁ ‘ଧରିତ୍ରୀ’ ପ୍ରସାରଣ ସର୍ବାଧିକ। ଚଳିତ ବର୍ଷ ଜାନୁୟାରୀ ୨୪ରେ ପ୍ରକାଶିତ ତଥ୍ୟକୁ ଆଧାର କରି ସୂଚନା ଓ...

ଅବହେଳାରୁ ଆଶ୍ରମ ସ୍କୁଲ ଛାତ୍ରଙ୍କ ମୃତ୍ୟୁ

ମାଲକାନଗିରି,୧୬।୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ନନ୍ଦିନୀଗୁଡା ଆଶ୍ରମ ବିଦ୍ୟାଳୟରେ ଚିକିତ୍ସା ଅବହେଳାରୁ ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ: ଉଚ୍ଚଶିକ୍ଷା ନିର୍ଦ୍ଦେଶକଙ୍କୁ ସଚିବଙ୍କ ଚିଠି; ଜୟନ୍ତଙ୍କୁ ସିଣ୍ଡିକେଟରୁ ବାଦ ଦେବାକୁ ପରାମର୍ଶ

ବ୍ରହ୍ମପୁର ଅଫିସ,୨୨ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସିଣ୍ଡିକେଟକୁ ମନୋନୀତ ହୋଇଥିବା ପୂର୍ବତନ କୁଳପତି ପ୍ରଫେସର ଜୟନ୍ତ କୁମାର ମହାପାତ୍ରଙ୍କ ସଦସ୍ୟତା ବାତିଲ ହୋଇପାରେ। ଏହାକୁ ବାତିଲ କରିବାକୁ ଉଚ୍ଚଶିକ୍ଷା...

ଘରଭଙ୍ଗା ତଦନ୍ତରେ ଅନିୟମିତତା: ସତ୍ୟବାଦୀ ତହସିଲ ଅଫିସ ଘେରାଉ କଲେ ଫନୀ କ୍ଷତିଗ୍ରସ୍ତ

ସାକ୍ଷୀଗୋପାଳ, ୨୧।୧(ଡି.ଏନ୍‌.ଏ)-ଫନୀ ପ୍ରଭାବରେ କ୍ଷତିଗ୍ରସ୍ତ ପରିବାର ନ୍ୟାୟ ପ୍ରଦାନ ଦାବିରେ ମଙ୍ଗଳବାର ସତ୍ୟବାଦୀ ତହସିଲଦାରଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲେ। ଘରଭଙ୍ଗା ତଦନ୍ତରେ ଅନିୟମିତତା ଅଭିଯୋଗ କରି...

ଶଟ୍‌ଡାଉନ୍‌ରେ ନିୟମିତ ‘ମୋ ବସ୍‌’ ସେବା ବନ୍ଦ: କେବଳ ଷ୍ଟେଶନରୁ…

ଭୁବନେଶ୍ୱର,୨୩।୪(ବ୍ୟୁରୋ): ସପ୍ତାହନ୍ତ ଶଟ୍‌ଡାଉନ୍‌ରେ ନିୟମିତ ‘ମୋ ବସ୍‌’ ସେବା ବନ୍ଦ ରହିବ। କେବଳ ରେଳ ଷ୍ଟେଶନରୁ ଯାତ୍ରୀଙ୍କୁ ନେବା ପାଇଁ ଏହା ଚାଲିବ। ଷ୍ଟେଶନରୁ କଟକ...

ବିସ୍ମୟ ବାଳକ ଆୟୁଷ

ଆୟୁଷ ରଞ୍ଜନ ରାଉତ। ବୟସ ୧୪। ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିବା ଏହି ଛାତ୍ର ଜଣକ ଏବେ ବିସ୍ମୟ ବାଳକ ଭାବେ ବେଶ୍‌ ଚର୍ଚ୍ଚା ସାଉଣ୍ଟିଛନ୍ତି।...

ଚୂଡ଼ାନ୍ତ ସଂରକ୍ଷଣ ତାଲିକା ପ୍ରକାଶ

ଜଳେଶ୍ୱର, ୩ା୨(ଡି.ଏନ.ଏ.) ସମଗ୍ର ରାଜ୍ୟର ୧୦୭ ପୌରପରିଷଦ ଲାଗି ନିର୍ବାଚନ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି ା ଏଥିରେ ବାଲେଶ୍ୱର ଜିଲା ଜଳେଶ୍ୱର ପୌରପାଳିକାର ଅଧ୍ୟକ୍ଷ...

ଆଠମଲ୍ଲିକରେ କେନ୍ଦ୍ରୀୟ ବିଦ୍ୟାଳୟ ଦାବି :କେନ୍ଦ୍ରମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ ଏମ୍‌ପି

ଛେଣ୍ଡିପଦା,୧୬।୭(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ଏବଂ ଆଠମଲ୍ଲିକ ବ୍ଲକରେ ଦୁଇଟି କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାକୁ ସମ୍ବଲପୁର ଏମ୍‌ପି ନୀତୀଶ ଗଙ୍ଗଦେବ ଦାବି କରିଛନ୍ତି। ଏ ନେଇ...

Advertisement
Archives

Model This Week