ବେକରେ ଓଢ଼ଣୀ ଲଗାଇ ଛାତ୍ରୀଙ୍କ ଆମତ୍ହତ୍ୟା: ବାପା ଆଣିଲେ ହତ୍ୟା ଅଭିଯୋଗ

କଣ୍ଟାପଡା,୨୧।୬(ଡି.ଏନ୍‌.ଏ.): ଓଲଟପୁର ଥାନା ଅନ୍ତର୍ଗତ ଅଡଶପୁରସ୍ଥିତ ଏକ ମହାବିଦ୍ୟାଳୟର ଛାତ୍ରୀନିବାସରେ ଜଣେ +3 ପ୍ରଥମବର୍ଷ ବାଣିଜ୍ୟ ଛାତ୍ରୀ ବେକରେ ଓଢ଼ଣୀ ଲଗାଇ ଶୁକ୍ରବାର ଆମତ୍ହତ୍ୟା କରିଛନ୍ତି। ଖବରପାଇ ଓଲଟପୁର ପୋଲିସ ତାଙ୍କ ମୃତଦେହ ବନ୍ଦ କୋଠରୀରୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ କଟକ ବଡ ଡାକ୍ତରଖାନାକୁ ପଠାଇ ୨/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଛି।
ଅପରପକ୍ଷେ ଝିଅ ଆତ୍ମହତ୍ୟା କରିନାହିଁ ବରଂ ତାଙ୍କୁ ମାରିଦେଇ ଫ୍ୟାନରେ ଝୁଲାଇ ଦିଆଯାଇଛି ବୋଲି ମୃତା ଛାତ୍ରୀଙ୍କ ବାପା ଓଲଟପୁର ଥାନାରେ ଲିଖିଖତ ଅଭିଯୋଗ କରିଛନ୍ତି।
ପୋଲିସ ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ଛାତ୍ରୀଜଣଙ୍କ ତାଙ୍କ ମାଆଙ୍କ ମୋବାଇଲକୁ ‘ମମ୍‌ ସରି’ ବୋଲି ଏକ ମେସେଜ ପଠାଇଥିଲେ। ମେସେଜ ଦେଖି ସକାଳେ ଛାତ୍ରୀଙ୍କ ମାଆ ଝିଅସହ କଥାହେବାପାଇଁ ଫୋନଲଗାଇଥିଲେ। ମାତ୍ର ମୋବାଇଲ ସୁଇଚଅଫ ଥିବାରୁ ସେ ଛାତ୍ରୀନିବାସ ସୁପରିଟେଣ୍ଡେଣ୍ଟଙ୍କୁ ଫୋନକରି ଝିଅ ସମ୍ପର୍କରେ ଜାଣିବାକୁ ଚାହିଁଥିଲେ। ସୁପରିଣ୍ଟେଣ୍ଡେଣ୍ଟ ଛାତ୍ରୀ ଜଣକ ରହୁଥିବା ରୁମକୁ ଯାଇ ସେଠାରେ ତାଙ୍କୁ ପାଇ ନ ଥିଲେ। ପାଖ ରୁମରେ କେହି ରହୁନଥିବାବେଳେ ଭିତରପଟୁ କବାଟ ଦିଆଯାଇଥିବା ଦେଖି ସନ୍ଦେହରେ ଉକ୍ତ ରୁମ୍‌ର ଝରକା କବାଟକୁ ଖୋଲିବାପରେ ଛାତ୍ରୀଙ୍କ ମୃତଦେହ ଫ୍ୟାନରେ ଝୁଲୁଥିବା ଦେଖିବାକୁ ମିଳିଥିଲା। ଏ ସମ୍ପର୍କରେ ହଷ୍ଟେଲ କର୍ତ୍ତୃପକ୍ଷ ପରିବାର ଲୋକ ଓ ପୋଲିସକୁ ଜଣାଇଥିଲେ। ତେବେ ଛାତ୍ରୀଜଣଙ୍କ ଅମତ୍ହତ୍ୟା କାରଣ ଅସ୍ପଷ୍ଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri