ବେକାରମୁକ୍ତ ମୟୂରଭଞ୍ଜ ଗଠନ ପାଇଁ ଦାବିପତ୍ର

ବାରିପଦା ଅଫିସ, ୬ା୨- ଅଣରାଜନୈତିକ ଯୁବ ସଂଗଠନ ଭଞ୍ଜ ସେନା ପକ୍ଷରୁ ବୁଧବାର ବେକାରମୁକ୍ତ ମୟୂରଭଞ୍ଜ ଗଠନ ଦାବିରେ ଜିଲା ପ୍ରଶାସନ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଦାବିପତ୍ର ପ୍ରଦାନ କରାଯାଇଛି। ସେନାର ସଭାପତି ପିଣ୍ଟୁ ମାଇତିଙ୍କ ନେତୃତ୍ୱରେ ଏକାଧିକ କର୍ମୀ ବେକାରମୁକ୍ତ ମୟୂରଭଞ୍ଜ ଗଠନ ଦାବି କରିଛନ୍ତି। ଭଞ୍ଜସେନା ବାରମ୍ବାର ଦାବି ଓ ବିକ୍ଷୋଭ କରିବା ସତ୍ତ୍ୱେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୀରବ ରହିବା କାରଣରୁ ଜିଲାରେ ବେକାର ସମସ୍ୟା ଜଟିଳରୁ ଜଟିଳତର ହେଉଛି। ଜିଲାରେ ଶିମିଳିପାଳ ସମେତ ଅନ୍ୟାନ୍ୟ ପର୍ଯ୍ୟଟନସ୍ଥଳୀର ବିକାଶ କରାଯିବା ସହିତ ବନ୍ୟଜାତ ଦ୍ରବ୍ୟର ଉଚିତ ବ୍ୟବସାୟୀକରଣ କରି ବେକାରମୁକ୍ତ ମୟୂରଭଞ୍ଜ ଗଠନ କରିବା ପାଇଁ ସେନା ଦାବି କରିଛି। ଆଗାମୀ ୭ ଦିନ ଭିତରେ ଏ ନେଇ କୌଣସି ପଦକ୍ଷେପ ଗ୍ରହଣ କରା ନ ଗଲେ ଆସନ୍ତା ୧୨ ତାରିଖରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ କର୍ମୀମାନେ ଗଣବିକ୍ଷୋଭ ପ୍ରଦର୍ଶନ କରିବେ ବୋଲି ଭଞ୍ଜସେନା ପକ୍ଷରୁ ଚେତାବନୀ ଦିଆଯାଇଛି। ଭଞ୍ଜସେନା କର୍ମୀମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟର ଏକ ଦାବିପତ୍ର ଅତିରିକ୍ତ ଜିଲାପାଳ ବ୍ରଜବନ୍ଧୁ ଭୋଳଙ୍କୁ ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏହି ଦାବିପତ୍ର ପ୍ରଦାନ ବେଳେ ଯୁବ ଛାତ୍ର ସଂଯୋଜକ ରାକେଶ ବେହେରା, ଉପଖଣ୍ଡ ସଭାପତି ସାମନ୍ତ ଶେଖର ପାଲ୍‌, ମୁଖପାତ୍ର ଜ୍ୟୋତିରଞ୍ଜନ ପୃଷ୍ଟି, ସହର ସଭାପତି ସୌମ୍ୟରଞ୍ଜନ ମିଶ୍ର, ସହର ଉପସଭାପତି ଏସ୍‌ କେ ରାଜା ଖାନ୍‌, ସାଧାରଣ ସମ୍ପାଦକ ମାନସ ବେହେରା, ଉପସଭାପତି ପ୍ରଶାନ୍ତ ମହାକୁଡ଼, ଛାତ୍ରନେତା ଏମଡି ନାଜିର ହକ୍‌, ଅଭିଷେକ କବାଟ, ଆଲୋକ ବେହେରା, ଅଭିଷେକ ମହାପାତ୍ର, ଅଭିଜିତ୍‌ କର୍ମକାର, ରାଜାରାମ ସିଂ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ଫାଇନାଲରେ ମୁହାଁମୁହିଁ ହେବେ କି? ଜାଣନ୍ତୁ ଦୁଇ ଦେଶ ମଧ୍ୟରେ ମ୍ୟାଚ କେବେ ଅନୁଷ୍ଠିତ ହେବ

ନୂଆଦିଲ୍ଲୀ,୨୧।୯: କ୍ରିକେଟରେ ଯେତେବେଳେ ଭାରତ ଓ ପାକିସ୍ତାନ ଦଳ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଉତ୍ସାହ ଚରମ ସୀମାରେ ପହଞ୍ଚିଯାଏ। ବର୍ତ୍ତମାନ ସମୟରେ ଏହି ଦୁଇ ଦେଶ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

ସ୍ମୃତିଶକ୍ତି ହ୍ରାସର ୬ ବର୍ଷ ପୂର୍ବରୁ ସୂଚନା ଦେବ ସାଧାରଣ ରକ୍ତ ପରୀକ୍ଷା

ୱାଶିଂଟନ,୨୧ା୯: ମାନସିକ ସ୍ମୃତିଶକ୍ତି ହ୍ରାସ ପାଇବା କିମ୍ବା ଆଲଜାଇମର୍ସ ରୋଗର ଲକ୍ଷଣ ପ୍ରକାଶ ପାଇବାର ବହୁ ବର୍ଷ କିମ୍ବା ଦଶନ୍ଧି ପୂର୍ବରୁ ମାନବ ଶରୀରରେ ଏହାର ଜୈବିକ…

ଆଜି ବିଶ୍ୱ ଆଲ୍‌ଜିମର୍ସ ଦିବସ: ଏହି ରୋଗ ହେଲେ ରୋଗୀର…

ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ‘ଆଲ୍‌ଜିମର୍ସ’ ଅନ୍ୟତମ। ଉକ୍ତ ରୋଗରେ ସ୍ମରଣ ଶକ୍ତି ଲୋପ ପାଇଯିବା ହେଉଛି ପ୍ରଧାନ ଲକ୍ଷଣ। ଏହି ରୋଗ…

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା…

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?