Posted inଖେଳ

ବେଞ୍ଜାମାଙ୍କ ଡବଲ ଗୋଲରେ ମାଡ୍ରିଡ୍‌ ବିଜୟୀ

ଏବର,୧୦।୧୧- କରିମ ବେଞ୍ଜାମାଙ୍କ ଡବଲ ଗୋଲ ବଳରେ ରିଅଲ ମାଡ୍ରିଡ୍‌ ଶନିବାର ଏକ ବୃହତ୍‌ ବିଜୟ ହାସଲ କରିଛି। ଦଳ ୪-୦ ଗୋଲରେ ଏବରକୁ ହରାଇ ଦେଇଛି। ଷ୍ଟାର୍ଟିଂ ଏକାଦଶରେ ସ୍ଥାନ ପାଇଥିବା ବେଞ୍ଜାମା ମ୍ୟାଚ୍‌ର ୧୭ତମ ମିନିଟ୍‌ରେ ଦଳୀୟ ଖାତା ଖୋଲିଥିଲେ। ଏହାର ୪ ମିନିଟ୍‌ ପରେ ଦଳକୁ ମିଳିଥିଲା ପ୍ରଥମ ପେନାଲ୍ଟି, ଯାହାକୁ ସେର୍ଗିଓ ରାମୋସ ଗୋଲରେ ପରିଣତ କରିଥିଲେ। ପୁଣି ୨୯ତମ ମିନିଟ୍‌ରେ ମିଳିଥିବା ପେନାଲ୍ଟି ଜରିଆରେ ବେଞ୍ଜାମା ବ୍ୟକ୍ତିଗତ ଦ୍ୱିତୀୟ ଗୋଲ ଦେଇଥିଲେ। ଫଳରେ ପ୍ରଥମାର୍ଦ୍ଧ ସୁଦ୍ଧା ରିଅଲ ମାଡ୍ରିଡ୍‌ ୩-୦ ଗୋଲର ଅଗ୍ରଣୀ ହାସଲ କରିସାରିଥିଲା। ଦ୍ୱିତୀୟାର୍ଦ୍ଧରେ ଫେଡେରିକୋ ଭାଲଭେର୍ଡେ (୬୧ତମ ମିନିଟ୍‌) ଦଳ ପାଇଁ ଚତୁର୍ଥ ଗୋଲ ସ୍କୋର କରିଥିଲେ। ଏହି ବିଜୟ ଯୋଗୁ ଲା ଲିଗା ପଏଣ୍ଟ ଟେବୁଲରେ ରିଅଲ ମାଡ୍ରିଡ୍‌ ୨୫ ପଏଣ୍ଟ ସହ ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ଏପର୍ଯ୍ୟନ୍ତ ୧୨ ମ୍ୟାଚ୍‌ ଖେଳିଥିବା ଦଳ ୭ ବିଜୟ ଓ ୪ ମ୍ୟାଚ୍‌ ଡ୍ର’ ରଖିଛି। ସମାନ ସଂଖ୍ୟକ ପଏଣ୍ଟ ଥିଲେ ମଧ୍ୟ ଡିଫେଣ୍ଡ ଚାମ୍ପିୟନ ଗୋଲର ବ୍ୟବଧାନ ଯୋଗୁ ବାର୍ସିଲୋନା ଟେବୁଲର ଶୀର୍ଷରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ନୂଆବର୍ଷରେ ଘର ତିଆରି ହେବ ମହଙ୍ଗା, ବୃଦ୍ଧି ପାଇବ ସିମେଣ୍ଟ ଦର, ବ୍ୟାଗ୍‌ ପିଛା…

ନୂଆଦିଲ୍ଲୀ,୨ା୧: ନୂଆବର୍ଷ ଅବସରରେ ମୁଦ୍ରାସ୍ଫୀତି ସମ୍ପର୍କରେ ନିରାଶାଜନକ ଖବର ଆସିଛି। ପ୍ରକୃତରେ କମ୍ପାନୀଗୁଡ଼ିକ ସିମେଣ୍ଟର ମୂଲ୍ୟ ବୃଦ୍ଧି କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏକ ରିପୋର୍ଟ ଅନୁଯାୟୀ,...

୧୫ ଅଗଷ୍ଟରୁ ଚାଲିବ ଦେଶର ପ୍ରଥମ ବୁଲେଟ ଟ୍ରେନ, ଜାଣନ୍ତୁ କେତେ ହେବ ଏହାର ଭଡ଼ା

ନୂଆଦିଲ୍ଲୀ,୨।୧: ଭାରତୀୟ ରେଲଓ୍ବେ ବିଶ୍ୱର ଚତୁର୍ଥ ବୃହତ୍ତମ ରେଳ ବ୍ୟବସ୍ଥା, ଏବଂ ଲକ୍ଷ ଲକ୍ଷ ଯାତ୍ରୀ ପ୍ରତିଦିନ ଟ୍ରେନରେ ଯାତ୍ରା କରନ୍ତି। ସମୟ ସହିତ, ରେଲଓ୍ବେ...

LICକୁ ଲାଗିଲା ଝଟକା: ୨ ଦିନରେ ବୁଡିଗଲା ୧୧୪୦୦ କୋଟି ଟଙ୍କା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୧: ସରକାରଙ୍କ ସିଗାରେଟ୍‌ ବିଡ଼ି ଏବଂ ପାନ ମସଲା ଗୁଟଖାର ମୂଲ୍ୟ ବୃଦ୍ଧି ନିଷ୍ପତ୍ତି ପରେ, ITC ଶେୟାରରେ ତୀବ୍ର ହ୍ରାସ ଘଟୁଛି। ଏହା ଉଲ୍ଲେଖନୀୟ...

ହାଇ ରିଟର୍ଣ୍ଣ ଲୋଭ ଦେଖାଇ କୋଟି କୋଟି ଟଙ୍କା ଠକେଇ: ଅଭିଯୁକ୍ତଙ୍କୁ ବାନ୍ଧିଲା EOW

ଭୁବନେଶ୍ୱର,୨।୧: ଗ୍ରାହକଙ୍କୁ ହାଇ ରିଟର୍ଣ୍ଣର ଲୋଭ ଦେଖାଇ ଟଙ୍କା ଠକେଇ କରିଥିବା ଅଭିଯୋଗରେ EOW ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ...

ଏହା ଡବଲ ଗେମ୍‌…, କ୍ରିକେଟର୍ସଙ୍କ ସହ ହ୍ୟାଣ୍ଡସେକ୍‌ ପାଇଁ କାହିଁକି ନାହିଁ ଅନୁମତି? ଜୟଶଙ୍କରଙ୍କ ସହ PAK ସ୍ପିକରଙ୍କ ହାତ ମିଳାଇବାକୁ ନେଇ…

ଇସଲାମାବାଦ/ନୂଆଦିଲ୍ଲୀ,୨।୧: ପାକିସ୍ତାନୀ ବିଶେଷଜ୍ଞ କମର ଚିମା ଢାକାରେ ପାକିସ୍ତାନ ଜାତୀୟ ପରିଷଦର ବାଚସ୍ପତି ଆୟାଜ ସାଦିକଙ୍କ ସହ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ. ଜୟଶଙ୍କରଙ୍କ ହାତ...

ହାତୀର ଟ୍ରାଙ୍କୁଲାଇଜ୍‌ ଚିକିତ୍ସା ପାଇଁ ଅନୁମତି ମାଗିଥିଲା ବନ ବିଭାଗ, ହେଲେ…

ବଲାଙ୍ଗୀର,୨ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ରେଞ୍ଜ ବେଲଗାଁ ସେକ୍ସନ ନାରିକଟା ବିଟ୍‌ ବିଜେପୁର ପଞ୍ଚାୟତ ବର୍ଣ୍ଣି ଜଙ୍ଗଲସ୍ଥିତ ନୀମପଡ଼ା ଗାଁର ନାଳରେ ଏକ...

ଖୋଲିଲା ମଣ୍ଡି: ପ୍ରଥମ ଦିନରେ ଧାନ ଦେଲେ ଏତିକି ଚାଷୀ

ପାଟଣା,୨।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟରେ ଶୁକ୍ରବାର ରାଜ୍ୟ ଯୋଗାଣ ନିଗମ ତରଫରୁ ଧାନ ମଣ୍ଡି ଖୋଲିଛି। ପ୍ରଥମ ଦିନରେ ପାଟଣା...

ଖଣ୍ଡଗିରି ମାଘ ମେଳା ନେଇ ମେୟରଙ୍କ ସୂଚନା, ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣ…

ଭୁବନେଶ୍ବର, ୨/୧:  ମାଘ ମେଳା ପାଖେଇ ଆସୁଥିବା ବେଳେ ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ । ଖଣ୍ଡଗିରି ମାଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri