ବେତନ ଦେବାରେ ବିଏସ୍‌ଏନ୍‌ଏଲ୍‌-ଏମ୍‌ଟିଏନ୍‌ଏଲ୍‌ ପୁଣି ବିଫଳ

ନୂଆଦିଲ୍ଲୀ,୨-୮: ରାଷ୍ଟ୍ରାୟତ୍ତ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ) ଓ ମହାନଗର ଟେଲିଫୋନ ନିଗମ ଲିମିଟେଡ(ଏମ୍‌ଟିଏନ୍‌ଏଲ୍‌) ଏହାର କର୍ମଚାରୀଙ୍କୁ ଜୁଲାଇ ଦରମା ଦେବାରେ ବିଫଳ ହୋଇଛି। ବିଗତ ୬ ମାସ ମଧ୍ୟରେ ଏହା ଦ୍ୱିତୀୟଥର। ଏଥିପୂର୍ବରୁ କମ୍ପାନୀ ଫେବୃୟାରୀରେ ନିଜର କର୍ମଚାରୀଙ୍କୁ ଦରମା ଦେଇପାରି ନ ଥିଲା। ସରକାରଙ୍କ ଠାରୁ ସହାୟତା ଆଣି ଏହା ମାର୍ଚ୍ଚ ୧୫ ସୁଦ୍ଧା ଦରମା ଦେଇଥିଲା। ବିଏସ୍‌ଏନଏଲ୍‌ ସିଏମ୍‌ଡି ପି.କେ.ପୁରଓ୍ବାର କହିଛନ୍ତି ଯେ, ଏ ଦିଗରେ ପ୍ରୟାସ ଚାଲିଛି। ଆସନ୍ତା ୪ କିମ୍ବା ୫ ତାରିଖ ମଧ୍ୟରେ କର୍ମଚାରୀଙ୍କୁ ବେତନ ଦେବାକୁ ଚେଷ୍ଟା କରାଯାଉଛି। ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ କୌଣସି ବଜେଟୀୟ ସହାୟତା ଦିଆଯାଉ ନ ଥିବାରୁ ଟେଲିକମ୍‌ ବିଭାଗ ବିଏସ୍‌ଏନ୍‌ଏଲ୍‌କୁ ସହାୟତା ପ୍ରଦାନ ସ୍ଥିତିରେ ନାହିଁ। ସୂଚନାଥାଉ କି, କର୍ମଚାରୀଙ୍କ ଦରମା ବାବଦରେ ବିଏସ୍‌ଏନ୍‌ଏଲ୍‌ ମାସକୁ ପ୍ରାୟ ୮୫୦ କୋଟି ଟଙ୍କା ଓ ଏମ୍‌ଟିଏନ୍‌ଏଲ୍‌ ୧୬୦ କୋଟି ଟଙ୍କା ବ୍ୟୟ କରିଥାଏ। ଅଲ୍‌ ଇଣ୍ଡିଆ ବିଏସ୍‌ଏନ୍‌ଏଲ୍‌ ଏମ୍ପ୍ଲଇଜ୍‌ ୟୁନିୟନ ମହାସଚିବ ପ୍ରହ୍ଲାଦ ରାୟ କହିଛନ୍ତି ଯେ, ବର୍ତ୍ତମାନ କମ୍ପାନୀ ଭେଣ୍ଡରଙ୍କ ବକେୟା ବାବଦରେ ଥିବା ୩୦୦୦ କୋଟି ଟଙ୍କା ମଧ୍ୟରୁ କିଛି ଅଂଶ ପ୍ରଦାନ ପାଇଁ ଆଭ୍ୟନ୍ତରୀଣ ସ୍ରୋତରୁ ଅର୍ଥ ଯୋଗାଡ କରୁଛି। ଏହି ସ୍ରୋତରୁ ହିଁ ଆସନ୍ତା ୧୦ ଦିନ ଭିତରେ କର୍ମଚାରୀଙ୍କୁ ଦରମା ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri