ବେଦାନ୍ତ ପକ୍ଷରୁ ଏମ୍‌ଏଚ୍‌ୟୁର ଶୁଭାରମ୍ଭ

ଭୁବନେଶ୍ୱର,୨୧।୧୦:ଦେଶର ପ୍ରମୁଖ ଆଲୁମିନିୟମ ଉପତ୍ାଦକ କମ୍ପାନୀ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଏକ ମୋବାଇଲ ହେଲ୍‌ଥ ୟୁନିଟ୍‌(ଏମ୍‌ଏଚ୍‌ୟୁ)ର ଶୁଭାରମ୍ଭ କରାଯାଇଛି। ବିଶେଷକରି ଏହି ଏମ୍‌ଏଚ୍‌ୟୁ ବା ଭ୍ରାମ୍ୟମାଣ ସ୍ବାସ୍ଥ୍ୟ ୟୁନିଟ୍‌ ସ୍ବତନ୍ତ୍ର ଭାବେ ସୁନ୍ଦରଗଡ଼ ଜିଲାର ଦୂରବର୍ତ୍ତୀ ଅଞ୍ଚଳଗୁଡ଼ିକର ଲୋକମାନଙ୍କ ସେବାରେ ନିୟୋଜିତ ରହିବ। ଏପରିକି ଲୋକଙ୍କ ଦ୍ୱାରଦେଶରେ ସ୍ବାସ୍ଥ୍ୟସେବା ଉପଲବ୍ଧ କରାଇବା ପାଇଁ କମ୍ପାନୀ ଏଭଳି ଏକ ୟୁନିଟ୍‌ର ଶୁଭାରମ୍ଭ କରିଛି। ସେହିଭଳି କମ୍ପାନୀର କହିବା ଅନୁଯାୟୀ ନିକଟରେ ସୁନ୍ଦରଗଡ଼ ଜିଲାର ଝରପଲମ ଗ୍ରାମରେ ମଧ୍ୟ ଏକ ମୋଗ ସ୍ବାସ୍ଥ୍ୟ ଶିବିର ଆୟୋଜନ କରାଯାଇଥିଲା। ଏଠାକୁ ଅନ୍ୟାନ୍ୟ ଅଞ୍ଚଳର ଲୋକମାନେ ମଧ୍ୟ ଆବଶ୍ୟକ ସ୍ବାସ୍ଥ୍ୟସେବା ପାଇବାକୁ ଆସିଥିଲେ। ଏପରିକି ଅଭିଜ୍ଞ ଡାକ୍ତରୀ ଟିମ୍‌ଙ୍କ ଦ୍ୱାରା ଲୋକମାନଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯାଇଥିଲା। ଅପରପକ୍ଷରେ କମ୍ପାନୀର କର୍ମଚାରୀମାନେ ମଧ୍ୟ ସ୍ବେଚ୍ଛାକୃତ ଭାବେ ଉକ୍ତ ଶିବିରରେ ଯୋଗଦେଇ ସ୍ବାସ୍ଥ୍ୟଭିତ୍ତିକ କାର୍ଯ୍ୟକ୍ରମକୁ ସଫଳ କରାଇଥିଲେ। ଏହି ଭ୍ରାମ୍ୟମାଣ ସ୍ବାସ୍ଥ୍ୟ ୟୁନିଟ୍‌ ମାଧ୍ୟମରେ ବେଦାନ୍ତ ଆଲୁମିନିୟମ ସୁନ୍ଦରଗଡ଼ ଜିଲାର ଏକାଧିକ ଗାଁରେ ପହଞ୍ଚି ଲୋକଙ୍କୁ ଗୁଣାତ୍ମକ ମାନର ସ୍ବାସ୍ଥ୍ୟସେବା ପ୍ରଦାନ କରିଥିଲା। ପ୍ରାଥମିକ ଚିକିତ୍ସା ପରାମର୍ଶ, ରକ୍ତ ପରୀକ୍ଷା, ରକ୍ତଚାପ ଅନୁଧ୍ୟାନ, ସାଧାରଣ ରୋଗ ପାଇଁ ପରୀକ୍ଷା ଓ ପରାମର୍ଶ ଭଳି ଅନେକ ପ୍ରାଥମିକ ଚିକିତ୍ସା ଏଥିରେ ପ୍ରଦାନ କରାଯାଇଥିଲା। ଏ ସମ୍ପର୍କରେ ବେଦାନ୍ତ ଆଲୁମିନିୟମର ସିଇଓ (ମାଇନ୍ସ) ଭି. ଶ୍ରୀକାନ୍ତ କହିଛନ୍ତି, ସ୍ଥାନୀୟ ବାସିନ୍ଦାଙ୍କୁ ଉତ୍ତମ ସ୍ବାସ୍ଥ୍ୟ ଓ ସୁସ୍ଥତାର ସ୍ଥାୟୀ ବିକାଶ ପାଇଁ ବେଦାନ୍ତ ଆଲୁମିନିୟମ ପ୍ରତିବଦ୍ଧ ରହିଛି। ଆମର ସାମୂହିକ କାର୍ଯ୍ୟକ୍ରମକୁ ଅଧିକ ସୁଦୃଢ କରିବା ଲାଗି ଆମ ପ୍ରୟାସରେ ଏହା ପ୍ରତିଫଳିତ ହୋଇଛି। ଆମର ଭ୍ରାମ୍ୟମାଣ ସ୍ବାସ୍ଥ୍ୟ ୟୁନିଟ୍‌ ଓ ସ୍ବାସ୍ଥ୍ୟ ଶିବିର ପରି ଫୋକସ ହସ୍ତକ୍ଷେପ ମାଧ୍ୟମରେ ଆମେ ଗ୍ରାମୀଣ ଗୋଷ୍ଠୀର ଗୁଣାତ୍ମକ ସ୍ବାସ୍ଥ୍ୟସେବାକୁ ସେମାନଙ୍କ ଦ୍ୱାରଦେଶରେ ପହଞ୍ଚାଇବାରେ ସାହାଯ୍ୟ କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

ଜୟଆଲୁକ୍କାସ ପକ୍ଷରୁ ଜୟୱାଲି ଦିୱାଲି ଉତ୍ସବ

ଭୁବନେଶ୍ୱର, ୧୩ା୧୦: ପାର୍ବଣକୁ ଦୃଷ୍ଟିରେ ରଖି ଜୟଆଲୁକ୍କାସ ପକ୍ଷରୁ ‘ଜୟୱାଲି ଦିୱାଲି’ ଉତ୍ସବ ଆରମ୍ଭ ହୋଇଛି। ଏହି ଅବସରରେ ଅଳଙ୍କାର ମେକିଙ୍ଗ ଚାର୍ଜ ଉପରେ ୫୦% ରିହାତି…

ଏଆଇ ଦ୍ୱାରା ପ୍ରଭାବିତ ହେବ ୪୦% ନିଯୁକ୍ତିକ୍ଷେତ୍ର

ବ୍ୟାଙ୍କକ୍‌,୧୩ା୧୦(ରଏଟର୍ସ): ସାମ୍ପ୍ରତିକ ସ୍ଥିତିରେ ଏଆଇ (କୃତ୍ରିମ ବୁଦ୍ଧିମତ୍ତା)କୁ ନେଇ ବୈଶ୍ୱିକ ସ୍ତରରେ ଏକପ୍ରକାର ପ୍ରତିଦ୍ୱନ୍ଦ୍ୱିତା ଚାଲିଛି ା ବାଣିଜ୍ୟ, ବ୍ୟବସାୟଠାରୁ ଆରମ୍ଭ କରି ଭିତ୍ତିଭୂମି ପର୍ଯ୍ୟନ୍ତ ସବୁକ୍ଷେତ୍ରରେ…

୨୨ ମାସର ସର୍ବୋଚ୍ଚ ସ୍ତରରେ ମୁଦ୍ରାସ୍ଫୀତି, ପିଆଜ ଦରରେ ୧୦୮%

ନୂଆଦିଲ୍ଲୀ,୧୩।୧୦: ଦେଶରେ ପନିପରିବାଠାରୁ ଆରମ୍ଭ କରି ଖାଦ୍ୟ ସାମଗ୍ରୀ ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଦର ବେଳକୁ ବେଳ ମହଙ୍ଗା ହେଉଥିବାରୁ ମୁଦ୍ରାସ୍ପୀତି ରୋକର୍ଡ ସ୍ତରରେ ପହଞ୍ଚିଲାଣି…

ମାତ୍ର ୩୫ ପଇସାରେ ୧୦ ଲକ୍ଷର ବୀମା କଭର୍‌! କାହାକୁ ମିଳିବ ଏହି ଲାଭ, ଜାଣନ୍ତୁ ରେଳବାଇର ନିୟମ

ନୂଆଦିଲ୍ଲୀ, ୧୨।୧୦: ଯଦି ଆପଣ ନିୟମିତ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଅନଲାଇନରେ ଟିକେଟ ବୁକ କରୁଛନ୍ତି, ତେବେ ଟିକେଟ ବୁକିଂ ସମୟରେ ମିଳୁଥିବା ରେଳ ଯାତ୍ରା…

ଆଇପିଓ ପୂର୍ବରୁ ଜିଓକୁ ଟାର୍ଗେଟ କଲେ ଏଲନ ମସ୍କ

ବେଙ୍ଗାଲୁରୁ, ୧୨ା୧୦(ରଏଟର୍ସ): ଚଳିତ ମାସ ୨୦ କିମ୍ବା ୨୧ରେ ରିଲାଏନ୍ସ ଜିଓ ଦେଶର ସବୁଠାରୁ ବଡ଼ ଆଇପିଓ(ଇନିସିଆଲ ପବ୍ଲିକ୍‌ ଅଫରିଂ) ଇସ୍ୟୁ କରିବାକୁ ଯାଉଛି। ଏହି ଆଇପିଓ…

8th Pay Commissionକୁ ନେଇ କେନ୍ଦ୍ର ସରକାରୀ କମଚାରୀଙ୍କ ପାଇଁ ଆସିଲା ବଡ଼ ଅପଡେଟ,ଜାଣନ୍ତୁ କେବେ ମିଳିବ ବର୍ଦ୍ଧିତ ଦରମା

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ ଅଷ୍ଟମ ବେତନ ଆୟୋଗ (8th Pay Commission)କୁ ଅପେକ୍ଷା କରି ରହିଛନ୍ତି। ଏହା କାର୍ଯ୍ୟକାରୀ ହେଲେ କର୍ମଚାରୀଙ୍କ ମୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?