ବେପରୁଆ ଗାଡ଼ି ଚାଳନା: ୨୩୭୦ ଜଣଙ୍କ ଡିଏଲ୍‌ ରଦ୍ଦ

ଛତ୍ରପୁର,୧ା୧୧(ଡି.ଏନ.ଏ)- ଚଳିତବର୍ଷ ସେପ୍ଟେମ୍ବର ମାସ ସୁଦ୍ଧା ଗଞ୍ଜାମ ଜିଲାରେ ୨,୩୭୦ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯାଇଛି। ବେପାରୁଆ ଗାଡିଚାଳନା, ହେଲ୍‌ମେଟ୍‌ ନ ପିନ୍ଧି ଓ ମଦ୍ୟପାନ କରି ଗାଡି ଚଳାଇବା ଆଦି କାରଣରୁ ଏପରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପୋଲିସ ଓ ଆର୍‌ଟିଓଙ୍କ ନିଜସ୍ବ ରିପୋର୍ଟକୁ ଆଧାର କରି ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯାଇଛି। ସେଥିମଧ୍ୟରେ ବେପାରୁଆ ଗାଡିଚାଳନା ଓ ଅନ୍ୟ କାରଣ ଯୋଗୁ ୧,୫୮୩ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ପାଇଁ ଆର୍‌ଟିଓଙ୍କୁ ପୋଲିସ ପକ୍ଷରୁ ସୁପାରିସ କରାଯାଇଥିଲା। ଆରଟିଓ କାର୍ଯ୍ୟାଳୟ ପକ୍ଷରୁ ଉପରୋକ୍ତ କାରଣରୁ ୭୮୭ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯାଇଥିଲା। ଜାନୁୟାରୀରେ ୧୬୯ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ହୋଇଥିବାବେଳେ ଫେବୃୟାରୀରେ ୨୬୧, ମାର୍ଚ୍ଚରେ ୨୬୫, ଏପ୍ରିଲରେ ୧୨୨, ମେ ମାସରେ ୨୦୬ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯାଇଛି। ସେହିପରି ଜୁନ୍‌ ମାସରେ ୩୬୧, ଜୁଲାଇରେ ୨୨୭, ଅଗଷ୍ଟରେ ୪୬୮, ସେପ୍ଟେମ୍ବର ମାସରେ ୨୯୧ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ହୋଇଛି। ଏଥିସହ ହେଲ୍‌ମେଟ୍‌ ନ ପିନ୍ଧି ଗାଡି ଚଳାଇ ଧରାପଡିଥିବା ଚାଳକଙ୍କଠାରୁ ଚଳିତବର୍ଷ ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ୮୬ ଲକ୍ଷ ୩୮ ହଜାର ୫୦୦ ଟଙ୍କା ଜରିମାନା ଆଦାୟ ହୋଇଛି। ସେଥିମଧ୍ୟରେ ପୋଲିସ ପକ୍ଷରୁ ୬୪ ହଜାର ୪୦୯ ଜଣଙ୍କଠାରୁ ୮୩ ଲକ୍ଷ ୧୦୦ ଟଙ୍କା ଜରିମାନା ଆଦାୟ ହୋଇଥିବାବେଳେ ଆର୍‌ଟିଓ କାର୍ଯ୍ୟାଳୟ ପକ୍ଷରୁ ୮୧୪୮ ଜଣଙ୍କଠାରୁ ୩ ଲକ୍ଷ ୩୮ ହଜାର ୪୦୦ ଟଙ୍କା ଜରିମାନା ଆଦାୟ ହୋଇଛି। ଚଳିତବର୍ଷ ସେପ୍ଟେମ୍ବର ଶେଷ ସୁଦ୍ଧା ୩୧୪୪ ଗାଡି ଯାଞ୍ଚ ହୋଇଥିଲା। ସେଥିରୁ ୧୩୨୧ ଗାଡିର ବୀମା ପ୍ରମାଣପତ୍ର ନ ଥିଲା। ଏଥିଲାଗି ସେମାନଙ୍କଠାରୁ ୩ ଲକ୍ଷ ୩୮ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ସୂଚନାଯୋଗ୍ୟ, ୨୦୧୮ରେ ୨,୦୦୧ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍‌: ପୁରୁଷୋତ୍ତମପୁର ଏସ୍‌ଡିପିଓ, ଗଞ୍ଜାମ ଥାନା ପ୍ରଥମ

ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍‌ ନେଟ୍‌ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍‌ଏସ୍‌) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍‌...

ଅବ୍ୟବସ୍ଥା ଘେରରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତରଙ୍କ ମରୁଡି, କାମରେ ଆସୁନି …

ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ...

ଗଞ୍ଜାମ ଜିଲା ଭାଜପା  ସମ୍ପାଦକ ଭାବେ ମନୋନୀତ ହେଲେ ଦୁର୍ଯ୍ୟୋଧନ ରେଡ୍ଡି, ଗୁରୁ ଦାୟିତ୍ୱ ମିଳିବା ପରେ…

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ /ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି(ଭାଜପା) ଗଞ୍ଜାମ ଜିଲା ସମ୍ପାଦକ ଭାବେ ଏନ୍‌ ଦୁର୍ଯ୍ୟୋଧନ ରେଡ୍ଡି (ପିତୁ ଭାଇ)ଙ୍କୁ ମନୋନୀତ କରିଛି ।...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri