ବେପରୁଆ ଗାଡି ଚାଳକଙ୍କୁ ଧରି ଥାନା ଜିମାଦେଲେ ଲୋକେ

ଲାଠୋର, ୨୬ା୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲାଠୋର ଥାନା ସଦର ଗ୍ରାମ ଲାଠୋରରେ ବୁଧବାର ବେପରୁଆ ଗାଡି ଚାଳନା କରୁଥିବା ଜଣେ ଚାଳକଙ୍କୁ ଆମ୍ବେଦକର କଲୋନୀର ଯୁବକମାନେ ଧରି ଥାନା ଜିମା ଦେଇଛନ୍ତି। ସୂଚନା ଅନୁଯାୟୀ ମଧ୍ୟାହ୍ନରେ ଏକ ମାଲ ବୋଝେଇ ଟ୍ରକ ନଂ ସିଜି ୦୪ ଏମଏନ ୪୩୪୭ ରାୟପୁରରୁ କଣ୍ଟାବାଞ୍ଜିକୁ ଆସୁଥିଲା। ଲାଠୋର ଗ୍ରାମର ଆମ୍ବେଦକର ଛକ ନିକଟରେ ବିପରୀତ ପାର୍ଶ୍ୱରୁ ଆସୁଥିବା ଏକ କପା ବୋଝେଇ ଟ୍ରକ ନଂ ସିଜି ୦୪ ଏମଟି ୦୨୦୭କୁ ଏହି ଟ୍ରକ ଧକ୍କାଦେଇ ଦ୍ରୁତ ଗତିରେ ଆଗକୁ ମାଡି ଯାଇଥିଲା। ଏହି ସମୟରେ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତୀ ନିକଟରେ ଛିଡା ହୋଇଥିବା କେତେକ ଯୁବକଙ୍କ ଗାଡି ସେମାନଙ୍କ ଆଡକୁ ମାଡି ଆସୁଥିବା ଦେଖି ଭୟରେ ଦୌଡି ପଳାଇଥିଲେ। ପରେ ସମ୍ପୃକ୍ତ ଗାଡି ଡ୍ରାଇଭର ରବି ବୈଷ୍ଣବ ଗାଡିରୁ ଓହ୍ଳାଇ ଓଲଟି କପା ବୋଝେଇ ଟ୍ରକର ଡ୍ରାଇଭର ସୟତ ପିରଅଲ୍ଲୀଙ୍କୁ ମାରପିଟ କରିଥିଲେ। ଏହି ସମୟରେ ସେଠାରେ ଉପସ୍ଥିତ ଥିବା ଯୁବକମାନେ ରବିଙ୍କୁ କାବୁ କରି ପୋଲିସ ଜିମା ଦେଇଥିଲେ। ପୋଲିସକୁ ମଧ୍ୟ ରବି କୁଆଡେ ଗାଳିଗୁଲଜ କରିଥିଲେ। ଏ ନେଇ ଲାଠୋର ଥାନାରେ ଏକ ମାମଲା (ନଂ. ୧୯/୨୦)ରୁଜୁ କରି ତଦନ୍ତ ଜାରି ରହିଛି ବୋଲି ଥାନା ଅଧିକାରୀ ଧର୍ମେନ୍ଦ୍ର ଶାନ୍ତି କହିଛନ୍ତି। ପୋଲିସ ଉକ୍ତ ଟ୍ରକକୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ବ୍ଲକ ଓଷ୍ଟାର ନୂତନ କର୍ମକର୍ତ୍ତା ମନୋନୀତ: ଜାଣନ୍ତୁ ସେମାନେ ସବୁ କିଏ…

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପିଏମଶ୍ରୀ ୟୁ. ବି. ହାଇସ୍କୁଲଠାରେ ବ୍ଲକର ଓଷ୍ଟା ଖବରଦାତା ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଦିଲ୍ଲୀପ କୁମାର…

ଟ୍ରମ୍ପଙ୍କୁ ଇରାନର ଭୟଙ୍କର ଚେତାବନୀ: ଯଦି ବନ୍ଦରଗୁଡ଼ିକ ପ୍ରତି ବିପଦ ସୃଷ୍ଟି ହୁଏ, ତା’ହେଲେ…

ଓ୍ବାଶିଂଟନ୍‌,୧୩।୪: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ଏକ ନୂତନ ଏବଂ ଗମ୍ଭୀର ମୋଡ଼ ନେଇଛି। ଆମେରିକା ଇରାନର ଉପସାଗରୀୟ ବନ୍ଦରଗୁଡ଼ିକର ନୌସେନା ଅବରୋଧ ଘୋଷଣା…

ଭାଜପା ଏସସି ମୋର୍ଚ୍ଚା ଜିଲା ସଭାପତି ଘୋଷଣା: ଗନ୍ଧମାର୍ଦ୍ଦନ ଉପରେ ପୁଣି ଭରସା କଲା ଭାଜପା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଭାଜପା ଅନୁସୂଚିତ ଜାତି (ଏସ୍‌ସି) ମୋର୍ଚ୍ଚା ଜିଲା ସଭାପତି ସୋମବାର ଘୋଷଣା ହୋଇଛି। ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର) ଏସସି ମୋର୍ଚ୍ଚା…

ବସ୍‌ ଉପରକୁ ଗୁଳିମାଡ଼: ଚାଲିଗଲା ଫୁଟବଲ୍‌ ଖେଳାଳିଙ୍କ ଜୀବନ

ଘାନା,୧୩ା୪: ଡକାୟତଙ୍କ ଆକ୍ରମଣରେ ଘାନାନିଆନ ପ୍ରିିମିୟର ଲିଗ୍‌ କ୍ଲବର ଫୁଟବଲ ଖେଳାଳି ବେରେକୁମ୍‌ ଚେଲ୍‌ସୀର ଡୋମିନିକ୍‌ ଫ୍ରିମ୍‌ପଙ୍ଗ୍‌ ନିହତ ହୋଇଛନ୍ତି। କ୍ଲବ ସୂତ୍ରରୁ ପ୍ରକାଶ ଘାନାର ଦକ୍ଷିଣାଞ୍ଚଳରେ…

ଏହି କାର୍ଯ୍ୟ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଠୋର ଦଣ୍ଡ ଦେଲା BCCI, ମ୍ୟାଚ ସମୟରେ ଏମିତି କ’ଣ କଲେ ଅଧିନାୟକ

ନୂଆଦିଲ୍ଲୀ,୧୩।୪: ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ରନ ଦୃଷ୍ଟିରୁ ଐତିହାସିକ ଥିଲା। ଏହି ମ୍ୟାଚ ମଧ୍ୟ ବିବାଦରେ ଫସି…

ପାରମ୍ପରିକ ଖାଦ୍ୟକୁ ନେଇ ପ୍ରତିଯୋଗିତା: ପ୍ରଥମ ସ୍ଥାନରେ ଆନନ୍ଦମୟୀ….

ଦାରିଙ୍ଗବାଡି, ୧୩ା୪ (ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ୍‌ କାର୍ଯ୍ୟାଳୟ ପରିସର ମଧ୍ୟରେ ସୋମବାର ଓଡ଼ିଆ ପକ୍ଷ ଅବସରରେ ଆମ ରୁଚି ଆମ ଖାଦ୍ୟ କାର୍ଯ୍ୟକ୍ରମ ବିଡ଼ିଓ ପ୍ରୀତିରଞ୍ଜନ…

ମାଲକାନଗିରି କୋର୍ଟର ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ମାଲକାନଗିରି,୧୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କୋର୍ଟକୁ ଏକ ଅଜ୍ଞାତ ମେଲ୍‌ରୁ ସୋମବାର ବୋମା ଧମକ ମିଳିଛି। କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିବା ପରେ ଅଞ୍ଚଳରେ…

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri