ବେପରୁଆ ଚାଲିଛି ବର୍ତ୍ତନା-ଆଗରପଡା ରାସ୍ତା

ଖଇରା, ୨୦।୮(ଡି.ଏନ.ଏ.)-ବାଲେଶ୍ୱର ଭଦ୍ରକ କେନ୍ଦୁଝର ଓ ମୟୂରଭଞ୍ଜ ୪ ଜିଲାକୁ ସଂଯୋଗ କରୁଥିବା ବର୍ତ୍ତନା-ଆଗରପଡା ପୂର୍ତ୍ତ ବିଭାଗ ରାସ୍ତା ଏବେ ବେପରୁଆ ଢଙ୍ଗରେ ଚାଲୁଥିବାରୁ ଯାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଗୋଟିଏ ପଟେ ଅବଧି ସରିବାକୁ ଆଉ ମାତ୍ର ୪ମାସ ଥିବା ବେଳେ ୬୦ଭାଗ କାମ ସରିପାରିନାହିଁ ା ଅନ୍ୟପଟେ ଯେତିକି ବି କାର୍ଯ୍ୟ ଶେଷ ହୋଇଛି ତାହା ଅତ୍ୟନ୍ତ ନିମ୍ନମାନର ହୋଇଥିବାରୁ ଅନେକ ସ୍ଥାନରେ ଖାଲଖମା ସୃଷ୍ଟି ହେବା ବିଭାଗର ଦକ୍ଷତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରୁଛି ା ରାସ୍ତା ନିର୍ମାଣରେ ହେଉଥିବା ଏଭଳି ଅନିୟମିତତାର ଭିଜିଲାନ୍ସ ତଦନ୍ତ କରାଯିବାକୁ ଶହ ଶହ ଯାତ୍ରୀ ଦାବି କରିଛନ୍ତି ା
୨ କି.ମି. ରାସ୍ତା ପ୍ରଶସ୍ତୀକରଣ ପାଇଁ ୨କୋଟି ୫୮ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିଲା ା ଡିସେମ୍ବର ୧୨ତାରିଖରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ ବର୍ତ୍ତମାନର ମନ୍ତ୍ରୀ ତଥା ତତ୍କାଳୀନ ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କ ଦ୍ୱାରା କରାଯାଇଥିଲା ା ପୂର୍ତ୍ତ ବିଭାଗ ସହ ଚୁକ୍ତି ଅନୁଯାୟୀ ରାସ୍ତାର ନିର୍ମାଣ କାର୍ଯ୍ୟ ୨୦୧୯ ଡିସେମ୍ବରରେ ଶେଷ ହେବା କଥା ା ହେଲେ କଚ୍ଛପ ଗତିରେ କାର୍ଯ୍ୟ ଚାଲୁଥିବାରୁ ୨୦୧୯ ଡିସେମ୍ବର କଥା ଛାଡ ୨୦୨୦ ଡିସେମ୍ବର ସୁଦ୍ଧା ସରିବା ନେଇ ସାଧାରଣରେ ସନ୍ଦେହ ପ୍ରକାଶ ପାଇଛି ା ଏବେ ଯେତିକି ରାସ୍ତାରେ ପିଚୁ ନିର୍ମାଣ ଶେଷ ହୋଇଛି ରାମପୁର କେନାଲ ଆଗ ପୋଲ ଉପରୁ ପିଚୁ ଉଠି ଗର୍ତ୍ତ ହୋଇଯିବା କାରଣରୁ ପ୍ରତ୍ୟେକ ମୁହୂର୍ତ୍ତରେ ଛୋଟ ବଡ ଦୁର୍ଘଟଣା ଘଟୁଛି ା ୨ କଲଭର୍ଟ ମଧ୍ୟରୁ ଗୋଟିକର କାମ ସରିଥିବା ବେଳେ ଅନ୍ୟ ଗୋଟିଏର କାର୍ଯ୍ୟ ଏପର୍ଯ୍ୟନ୍ତ ଆରମ୍ଭ ହୋଇନାହିଁ ା ଯେଉଁ ଗୋଟିଏ ବି ଶେଷ ହୋଇଛି ତାହା ୨ଫୁଟ ତଳକୁ ଦବିଗଲାଣି ା ଯାତ୍ରୀମାନେ ଏହି ବିପଦପୂର୍ଣ୍ଣ କଲଭର୍ଟ ଉପରେ ଆତଙ୍କିତ ଅବସ୍ଥାରେ ଯାତାୟାତ କରୁଛନ୍ତି। ରାସ୍ତାର ଦୁଇ ପାର୍ଶ୍ୱରେ ମାଟି ଫିଲିଂ କାର୍ଯ୍ୟ ମଧ୍ୟ ଅସମ୍ପୂର୍ଣ୍ଣ ହୋଇରହିଛି ା ଏ ସମ୍ପର୍କରେ ସୋର ସବଡିଭିଜନର ସହକାରୀ ଯନ୍ତ୍ରୀ ହରିଶ ଚନ୍ଦ୍ର ଦ୍ୱାରୀଙ୍କ ମତାମତ ନେବାରେ ଯେଉଁ ଜାଗାରେ ଗର୍ତ୍ତ ହୋଇଛି ତାକୁ ମରାମତି କରିବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri