ବେପରୁଆ ଚାଳନା: କାର ଧକ୍କାରେ ୪ଗୁରୁତର

ପୁରୁଣାକଟକ, ୧୫।୫(ଡି.ଏନ.ଏ.)- ବୌଦ୍ଧ ଜିଲା ୫୭ନଂ. ଜାତୀୟ ରାଜପଥର ପୁରୁଣାକଟକ ହାଇସ୍କୁଲ ନିକଟରେ ମଙ୍ଗଳବାର ରାତିରେ  ଏକ କାର ଧକ୍କାରେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୁଣାକଟକ ଚିକିତ୍ସାଳୟରେ  ଭର୍ତ୍ତି କରାଯାଇଛି। ସେମାନେ ଓଡ଼ଗଁାର ରଶ୍ମିତା ବିଶୋଇ, ଗୋଧିପଡ଼ାର ସୁମନ୍ତ ସାମଲ, ହେମନ୍ତ ଓ ଉଦୟପୁରର ସତ୍ୟସୁନ୍ଦର ପ୍ରଧାନ ବୋଲି ଜଣାପଡ଼ିଛି। ସୂଚନାନୁଯାୟୀ, ରଶ୍ମିତା ଏକ ଘରୋଇ ବସ୍‌ରୁ ଓହ୍ଲାଇ ଖାଇବାକୁ ଯାଉଥିଲେ। ଏହି ସମୟରେ ଦ୍ରୁତଗତିରେ ଆସୁଥିବା ଏକ କାର୍‌ ଭାରସାମ୍ୟ ହରାଇ ତାଙ୍କୁ ଧକ୍କା ଦେବା ପରେ ଏକ ବାଇକ୍‌କୁ ମଧ୍ୟ ଧକ୍କା ଦେଇଥିଲା। ଫଳରେ ବାଇକ୍‌ରେ ଥିବା ୩ଜଣ ରାସ୍ତାପାର୍ଶ୍ୱକୁ ଛିଡି ପଡି ଆହତ ହୋଇଥିଲେ। ଦୁର୍ଘଟଣାରେ ବାଇକଟି ଚୁରମାର ହୋଇଯାଇଛି। ଦୁର୍ଘଟଣା ପରେ କାର ଛାଡି ଡ୍ରାଇଭର ଫେରାର ହୋଇଯାଇଛନ୍ତି। ଉକ୍ତ କାର୍‌ରୁ ଦେଶୀ ଓ ବିଦେଶୀ ମଦ ଜବତ ହୋଇଥିବା ଜଣାପଡ଼ିଛି। ଡ୍ରାଇଭରଙ୍କ ବେପରୁଆ ଗାଡି ଚାଳନା ଯୋଗୁ ଏହି ଦୁର୍ଘଟଣା ଘଟିଲା ବୋଲି ପ୍ରତ୍ୟକ୍ଷଦର୍ଶୀଠାରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଜମନକିରାରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ

ଜମନକିରା,୧୪।୭(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ସଦର ମହକୁମା ଅନ୍ତର୍ଗତ ରାଧାକୃଷ୍ଣପଡ଼ା ଅଞ୍ଚଳରେ ଏକ ଦୁଃଖଦାୟକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୋଖରୀରେ ବୁଡ଼ି…

ଘରେ ଝିଅକୁ ସ୍ତନ୍ୟପାନ କରାଉଥିଲେ ମା’: ମାଡ଼ିଗଲା ଟ୍ରକ୍‌, ଆଉ ତା’ପରେ ଯାହା ଘଟିଲା…

ସମ୍ବଲପୁର,୧୪।୭(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ସଦର ଥାନା ଅନ୍ତର୍ଗତ ବାରିବନ୍ଧ ନିକଟ ଜାତୀୟ ରାଜପଥ(୫୩)ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ବାରିବନ୍ଦ…

ସମ୍ବଲପୁର କୋର୍ଟକୁ ତୃତୀୟ ଥର ପାଇଁ ବୋମା ଧମକ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ଓକିଲଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ

ସମ୍ବଲପୁର,୧୩।୭(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କୋର୍ଟକୁ ପୁଣି ଥରେ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିଛି। ତୃତୀୟ ଥର ପାଇଁ ଏଭଳି ଧମକପୂର୍ଣ୍ଣ ମେଲ ଆସିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri