ବେସରକାରୀ ଡାକ୍ତରଖାନା କର୍ମଚାରୀ ପାଇବେ ବୀମା ସୁବିଧା

ଭୁବନେଶ୍ୱର,୨୩ା୪(ବ୍ୟୁରୋ): କରୋନା ରୋକିବା ପାଇଁ ଆଗଧାଡିରେ କାର୍ଯ୍ୟରତ ଡାକ୍ତର, ସ୍ବାସ୍ଥ୍ୟ, କର୍ମୀ ଓ ପାରାମେଡିକାଲ କର୍ମଚାରୀଙ୍କ ସକାଶେ ରାଜ୍ୟ ସରକାର ୫୦ ଲକ୍ଷ ଟଙ୍କା ପ୍ରୋତ୍ସାହନ ରାଶି ଦେବାକୁ ଘୋଷଣା କରିଛନ୍ତି। କର୍ତ୍ତବ୍ୟ ସମ୍ପାଦନ ବେଳେ ଯଦି କାହାର ମୃତ୍ୟୁ ହୁଏ ତେବେ ତାଙ୍କ ପରିବାରକୁ ରାଜ୍ୟ ସରକାର ପ୍ରୋତ୍ସାହନ ରାଶି ସହିତ ସରକାରୀ କର୍ମଚାରୀଙ୍କୁ ଅବସର ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଦରମା ଓ ପେନ୍‌ସନ୍‌ ଦେବାକୁ ଘୋଷଣା କରିଛନ୍ତି। ଏ ନେଇ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଅନ୍ୟ ପକ୍ଷରେ କେନ୍ଦ୍ର ସରକାର ୯୦ ଦିନ ଲାଗି କୋଭିଡ୍‌-୧୯ ସଂକ୍ରମଣ ରୋକିବା ପାଇଁ କାର୍ଯ୍ୟରତ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀଙ୍କ ପାଇଁ ୫୦ ଲକ୍ଷ ଟଙ୍କାର ବୀମା ରାଶି ଦେବାକୁ ଘୋଷଣା କରିଛନ୍ତିି। କେନ୍ଦ୍ର ସହିତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଥିବା ସରକାରୀ ହସ୍ପିଟାଲ ସହିତ ବେସରକାରୀ ହସ୍ପିଟାଲ କର୍ମଚାରୀ, ସ୍ବେଚ୍ଛାସେବୀ, ପୌରପାଳିକାରେ କାର୍ଯ୍ୟରତ ଠିକା ସଫେଇ କର୍ମଚାରୀଙ୍କୁ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ପ୍ୟାକେଜ ଅଧୀନରେ ଘୋଷଣା କରାଯାଇଥିବା ସ୍ବାସ୍ଥ୍ୟ ବୀମା ମିଳିବ ବୋଲି କେନ୍ଦ୍ର ସରକାର ଘୋଷଣା କରିଛନ୍ତିି। ରାଜ୍ୟ ସରକାର ମଧ୍ୟ ଅନୁରୂପ ଭାବେ ସରକାରୀ, ବେସରକାରୀ,ସ୍ବେଚ୍ଛାସେବୀ, ସହରାଞ୍ଚଳ ଓ ଗ୍ରାମାଞ୍ଚଳ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକୁ ସାମିଲ କରିଛନ୍ତିି। ଯେଉଁମାନେ କୋଭିଡ୍‌-୧୯ ମୁକାବିଲା ପାଇଁ ସମ୍ମୁଖ ଭାଗରେ କାର୍ଯ୍ୟ କରୁଛନ୍ତି ସେମାନଙ୍କୁ ଏହି ସୁବିଧା ମିଳିବ। ଏହାଛଡା ଯେଉଁ କର୍ମଚାରୀ କେନ୍ଦ୍ର ସରକାରଙ୍କ ବୀମା ଯୋଜନା ପରିସରରେ ଆସୁନାହାନ୍ତିି ସେମାନଙ୍କୁ ରାଜ୍ୟ ସରକାରଙ୍କ ପ୍ରୋତ୍ସାହନ ଯୋଜନାରେ ସାମିଲ କରାଯିବ ବୋଲି ବୁଧବାର ପ୍ରକାଶିତ ବିଜ୍ଞପ୍ତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ବୃହତ୍‌ ଷ୍ଟିଲ୍‌ ପ୍ଲାଣ୍ଟ ଭୁଲିଯାଇ ଜାହାଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri