Posted inଫୁରସତ

ବେସାହାରା ପ୍ରାଣୀଙ୍କ ସାହାରା ୯ ବର୍ଷର ବାଳକ

ଅନେକ ସମୟରେ ପାଖରେ ଟଙ୍କା ଥାଇ ବି ମନରେ ଅନ୍ୟକୁ ସାହାଯ୍ୟ କରିବା ମନୋବୃତ୍ତି ନ ଥିବା ଯୋଗୁ ଲୋକେ ଅନ୍ୟର ଅସୁବିଧା ଦେଖି ବି ଅଣଦେଖା କରିଦିଅନ୍ତି। ତେବେ ଋଷ୍‌ର ଜଣେ ୯ ବର୍ଷର ବାଳକ ପାଭେଲ ଆବ୍ରାମଭ୍‌ଙ୍କ ପାଖରେ ନଥିଲା ଅର୍ଥ। ହେଲେ ମନରେ ଥିଲା ସାହାଯ୍ୟ କରିବାର ମନୋବୃତ୍ତି। ତେଣୁ ଏହି ଇଚ୍ଛାକୁ ପୂରଣ କରିବା ଲାଗି ସେ କୁକୁର, ବିଲେଇ ଭଳି ବିଭିନ୍ନ ପ୍ରାଣୀଙ୍କ ପେଣ୍ଟିଂ କରିବା ଆରମ୍ଭ କଲେ। ଆଉ ତାକୁ ବିକ୍ରି କଲେ। ଯେଉଁ ଅର୍ଥ ମିଳିଲା ସେଥିରେ ସେ ନିଜ ପାଇଁ ଖେଳଣା ନ କିଣି ବରଂ କିଣିଲେ ବେସାହାରା କୁକୁର, ବିଲେଇଙ୍କ ପାଇଁ ଖାଦ୍ୟ। ଆଉ ତାକୁ ସେହି ପ୍ରାଣୀ ରହୁଥିବା ଆଶ୍ରୟସ୍ଥଳରେ ଦାନ କଲେ। ପାଭେଲ ଓ ତାଙ୍କ ମା’ ଏହି ଅଭିଯାନର ନାଁ ଦେଲେ ‘କାଇଣ୍ଡ ପେଣ୍ଟବ୍ରଶ୍‌’। ଏକ ବର୍ଷ ତଳେ ପାଭେଲ ଆରମ୍ଭ କରିଛନ୍ତି ଏହି ମହତ କାର୍ଯ୍ୟ। ଏଥିରେ ତାଙ୍କ ମା’ ସହଯୋଗ କରୁଛନ୍ତି। ପାଭେଲ ବିଭିନ୍ନ ପୋଷା ପ୍ରାଣୀଙ୍କ ପେଣ୍ଟିଂ କରନ୍ତି। ଆଉ ତାଙ୍କ ମାଲିକମାନେ ଖୁସିରେ ଅର୍ଥ ପ୍ରଦାନ କରନ୍ତି। ତାଙ୍କର ଏହି ମହତ କାର୍ଯ୍ୟରେ ସହଯୋଗ କରିବା ପାଇଁ ଏବେ ସ୍ପେନ, ଜର୍ମାନୀରୁ ବି ପେଣ୍ଟିଂ ଅର୍ଡର ଆସୁଛି। ପାଭେଲ ପେଣ୍ଟିଂ ବଦଳରେ ଅର୍ଥ ନଚେତ୍‌ ପ୍ରାଣୀ ଖାଇବା ଲାଗି ଖାଦ୍ୟ ଓ ଔଷଧ ବରାଦ କରନ୍ତି। ଆଉ ତାକୁ ବେସାହାରା ପ୍ରାଣୀ ରହୁଥିବା ଆଶ୍ରୟସ୍ଥଳରେ ଦାନ କରନ୍ତି। ଭବିଷ୍ୟତରେ ପାଭେଲ ନିଜର ଏକ ପ୍ରାଣୀ ଆଶ୍ରୟସ୍ଥଳ କରିବାକୁ ଯୋଜନା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri