ବୈଠକ ବର୍ଜନ, ଧାରଣା ଦେଲେ ପଞ୍ଚାୟତ ପ୍ରତିନିଧି

ବନ୍ତଳା,୧୮ା୧(ଡି.ଏନ.ଏ.) – ଅନୁଗୋଳ ବ୍ଲକ ପ୍ରଶାସନ ପଞ୍ଚାୟତ ପ୍ରତିନିଧିମାନଙ୍କୁ ଅଣଦେଖା କରୁଥିବା ଅଭିଯୋଗ କରି ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ ଓ ଜିଲା ପରିଷଦ ସଭ୍ୟମାନେ ଶୁକ୍ରବାର ସକାଳେ ଆୟୋଜିତ ପଞ୍ଚାୟତ ସମିତି ବୈଠକକୁ ବର୍ଜନ କରିଥିଲେ। ଏଥିସହ ସେମାନେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ମଧ୍ୟ ବସିଥିଲେ। ତେବେ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଓ ସମ୍ବଲପୁର ଏମ୍‌ପିଙ୍କ ପ୍ରତିନିଧି ପରେଶ ଦେଓଙ୍କ ହସ୍ତକ୍ଷେପ ପରେ ସମସ୍ୟାର ସମାଧାନ ହୋଇଥିଲା।
ବ୍ଲକ ଅଧ୍ୟକ୍ଷ ନିରଞ୍ଜନ ଦେହୁରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଆଠମଲ୍ଲିକ ବିଧାୟକ, ସମ୍ବଲପୁର ଏମ୍‌ପିଙ୍କ ପ୍ରତିନିଧି, ଅନୁଗୋଳ ବିଧାୟକଙ୍କ ପ୍ରତିନିଧି ପ୍ରିୟଦର୍ଶୀ ପଟ୍ଟନାୟକ, ଢେଙ୍କାନାଳ ଏମ୍‌ପିଙ୍କ ପ୍ରତିନିଧି ତପସ୍ବିନୀ ବେହେରା, ବ୍ଲକ ଉପାଧ୍ୟକ୍ଷା ମମତା ପ୍ରଧାନ, ବିଡିଓ ମାୟାଧର ବେହେରା, ଜିଲା ପରିଷଦ ସଭ୍ୟ ହାଡ଼ିବନ୍ଧୁ ଦେହୁରୀ, ଜିପିଓ ଭାସ୍କର ବେହେରା ପ୍ରମୁଖ ଯୋଗ ଦେଇଥିଲେ। ବିଡିଓ ସ୍ବାଗତ ଭାଷଣ ଦେବା ପରେ ଜିପିଓ ପୂର୍ବ ବୈଠକର ବିବରଣୀ ପ୍ରଦାନ କରିଥିଲେ। ଏହି ସମୟରେ ଉପସ୍ଥିତ ପଞ୍ଚାୟତ ପ୍ରତିନିଧିମାନେ ସଭାକୁ ବିରୋଧ କରି କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ। ସେମାନେ ଅଭିଯୋଗ କରିଥିଲେ ଯେ, ବିଭିନ୍ନ ବିକାଶମୂଳକ ସରକାରୀ କାର୍ଯ୍ୟକ୍ରମରେ ବ୍ଲକ ପ୍ରଶାସନ ଲୋକ ପ୍ରତିନିଧିମାନଙ୍କୁ ଅଣଦେଖା କରୁଛି। ପ୍ରାୟ ୧୦୦ କୋଟିରୁ ଊଦ୍ଧର୍‌ବ ଟଙ୍କାର ସରକାରୀ ଅନୁଦାନର ସଦୁପଯୋଗ କରାଯାଇ ପାରୁନାହିଁ। ୨୩୫ଟି ରାଜସ୍ବ ଗ୍ରାମ ମଧ୍ୟରୁ ୧୦ଟି ରାଜସ୍ବ ଗ୍ରାମ ଦୀର୍ଘ ୫ ବର୍ଷ ହେବ ଏସ୍‌ଇସିସି ଡାଟା(ସୋସିଆଲ ଇକୋନୋମିକ)ରେ ସାମିଲ ହୋଇ ନ ଥିବାରୁ ସରକାରଙ୍କ ଯୋଜନା ଉକ୍ତ ୧୦ ଗ୍ରାମରେ ପହଞ୍ଚିପାରୁ ନାହିଁ। ସେହିପରି ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତର ଓ ବିଦ୍ୟାଳୟରେ ଶିକ୍ଷକ ପଦବୀ ଖାଲିପଡ଼ିଥିଲେ ମଧ୍ୟ ତାହା ପୂରଣ ହେଉନାହିଁ। ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଓ ଏଏନ୍‌ଏମ ନାହାନ୍ତି। ଫଳରେ ରୋଗୀସେବା ବାଧାପ୍ରାପ୍ତ ହେଉଛି। ବ୍ଲକ ପ୍ରଶାସନ ଗ୍ରାମାଞ୍ଚଳ ଠିକାଦାରମାନଙ୍କ ଠାରୁ ୧୪ ଭାଗ ପିସି ନେଉଛନ୍ତି। ଫଳରେ ଉନୟନ କାର୍ଯ୍ୟ ବାଧାପ୍ରାପ୍ତ ହେବା ସହିତ ନିମ୍ନମାନର ହେଉଛି। ସେହିପରି ପ୍ରତି ଗ୍ରାମରେ କେତୋଟି ଟଙ୍କା ଲଗାଣକାରୀ ସଂସ୍ଥା ହରିଜନ, ଆଦିବାସୀ ଓ ସ୍ବୟଂସହାୟକ ଗୋଷ୍ଠୀମାନଙ୍କୁ ପ୍ରଲୋଭିତ କରି ଅଧିକ ସୁଧରେ ଅର୍ଥ ଆଦାୟ କରୁଛି। ଇତିମଧ୍ୟରେ ଅନେକ ମହିଳା ସୁଧ ଦେଇ ନ ପାରି ଗାଁ ଛାଡି ପଳାଉଛନ୍ତି ବୋଲି ସେମାନେ ଅଭିଯୋଗ କରିଥିଲେ। ପରେ ବିଧାୟକ ଓ ଏମ୍‌ପିଙ୍କ ପ୍ରତିନିଧିମାନେ ପହଞ୍ଚି ଉକ୍ତ ଦାବି ଗୁଡିକ ବିଷୟରେ ଜିଲା ପ୍ରଶାସନଠାରେ ଜଣାଇବା ସହିତ ଏହାର ସମାଧାନ ପାଇଁ ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri