ବୈଠକ ବିଫଳ, କୋଲ୍‌ ଫିଲଡ୍ସରେ ଅଚଳାବସ୍ଥା ଜାରି

ତାଳଚେର,୪ା୮(ନି.ପ୍ର.)-ଭରତପୁର ଖଣି ଦୁର୍ଘଟଣାରେ ୪ଜଣ ଶ୍ରମିକଙ୍କ ମୃତ୍ୟୁ ପରେ ତାଳଚେର କୋଲ୍‌ ଫିଲଡ୍ସରେ ଲାଗି ରହିଥିବା ଅଚଳାବସ୍ଥାର ସମାଧାନ ନିମନ୍ତେ ଶନିବାର ଗୋବରା, ଲକେଇପଶି, କୁକୁଡାଙ୍ଗ, ଶିବରାମପୁର ଗ୍ରାମବାସୀଙ୍କୁ ନେଇ ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ତାଳଚେର ଉପଜିଲାପାଳ ପରେଶ ଚନ୍ଦ୍ର ନାୟକ ଅଧ୍ୟକ୍ଷତା କରିଥିବା ବେଳେ ଏସ୍‌ଡିପିଓ ହେମନ୍ତ କୁମାର ପଣ୍ଡା, ବିଭିନ୍ନ କୋଇଲା ଖଣିର ପଦାଧିକାରୀ ଓ ଉକ୍ତ ଗ୍ରାମବାସୀଙ୍କ ପ୍ରତିନିଧି ଉପସ୍ଥିତ ଥିଲେ। ମୃତକଙ୍କ ପରିବାରକୁ ନିୟମ ଅନୁସାରେ କ୍ଷତିପୂରଣ ଓ ଅସ୍ଥାୟୀ ଚାକିରି ଦିଆଯିବ ବୋଲି ଏମ୍‌ସିଏଲ୍‌ କର୍ତ୍ତୃପକ୍ଷ ବୈଠକରେ ପ୍ରକାଶ କରିବା ସହ ଆନ୍ଦୋଳନରୁ ଓହରି ଯିବାକୁ ଗ୍ରାମବାସୀଙ୍କୁ ଅନୁରୋଧ କରିଥିଲେ। କିନ୍ତୁ ଗ୍ରାମବାସୀ ପ୍ରତି ମୃତକଙ୍କ ପରିବାରକୁ ୩ କୋଟି ଲେଖାଏ କ୍ଷତିପୂରଣ ସହ ସ୍ଥାୟୀ ଚାକିରି ଦେବାକୁ ଅଡି ବସିଥିଲେ। ଫଳରେ ବୈଠକରୁ କୌଣସି ନିର୍ଯାସ ବାହାରିପାରି ନାହିଁ। ସୂଚନାଯୋଗ୍ୟ ଯେ ଦୁର୍ଘଟଣା ପରେ ପ୍ରଥମେ ଭାଜପା ପକ୍ଷରୁ ଖଣି ବନ୍ଦ ଆନ୍ଦୋଳନ କରାଯାଇଥିଲା। ଏହାପରେ ମୃତକଙ୍କ ପରିବାର ଓ ଗ୍ରାମବାସୀ ଆନ୍ଦୋଳନ ଜାରି ରଖିଥିବାରୁ ଏମ୍‌ସିଏଲ୍‌ର ଏଠାରେ ଥିବା ହିଙ୍ଗୁଳା, ବଳରାମ, ଜଗନ୍ନାଥ, ଲିଙ୍ଗରାଜ, ଭୁବନେଶ୍ୱରୀ, ଭରତପୁର, ଅନନ୍ତ, କଣିହାଁ ସମେତ ୧୦ ଗୋଟି ଖଣିରେ ଉତ୍ତୋଳନ ଓ ପରିବହନ ଠପ୍‌ ହୋଇଯାଇଛି। ଏ ସମ୍ପର୍କରେ ଉପଜିଲାପାଳ କହିଛନ୍ତି, ମୃତକଙ୍କ ପରିବାର ପିଛା ସର୍ବନିମ୍ନ ୧ କୋଟି ଟଙ୍କା ଓ ସ୍ଥାୟୀ ଚାକିରି ଦେବାକୁ ଗ୍ରାମବାସୀ ଦାବି କରିଥିଲେ। ଏହାଦ୍ୱାରା ଆଲୋଚନାରେ ଅଗ୍ରଗତି ହୋଇପାରିଲା ନାହିଁ। ଆନ୍ଦୋଳନରୁ ଓହରି ଯିବାକୁ ଅନୁରୋଧ କରାଯାଇଛି। ଗ୍ରାମବାସୀ ସେମାନଙ୍କ ମଧ୍ୟରେ ଆଲୋଚନା କରି ପ୍ରଶାସନକୁ ଜଣାଇବେ ବୋଲି ଉପଜିଲାପାଳ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟିକୁ ଧକ୍କାଦେଲା କାର୍‌, ଭାଙ୍ଗିଲା ଦୋକାନ ଘର, ଜଣଙ୍କ ଜୀବନ ଗଲା

ବାଲେଶ୍ୱର,୧୮ା୫(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଅନ୍ତର୍ଗତ ସୋର-କୁପାରୀ ରାସ୍ତାର ଖଇରା ଥାନା ଅଧୀନ ଧୋବାଗାଡ଼ିଆ ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି l…

ମିଳୁଥିଲା ୩୫୦୦ ଭତ୍ତା, ମିଳିଲା ୧୦୦୦, ଅଭିଯୋଗ କରିବା ପରେ…

ଆଳି, ୧୮ା୫(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଳକ ପ୍ରଶାସନ ପକ୍ଷରୁ ଜଣେ ୮୫ବର୍ଷୀୟ ବୃଦ୍ଧଙ୍କୁ ଲଗାତର ଆଠ ମାସ ୩୫୦୦ ଟଙ୍କା ଲେଖାଏ ଭତ୍ତା…

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri