ବୈତରଣୀ ନଦୀଶଯ୍ୟାରୁ ବାଲି ଲୁଟ୍‌

ଯାଜପୁର ରୋଡ,୩୦ା୮(ଡି.ଏନ.ଏ.):ନଦୀଶଯ୍ୟାରୁ ବାଲି ଖନନ ପାଇଁ କୌଣସି ମେଶିନ ବ୍ୟବହାର ଅନୁମତି ଦିଆଯିବ ନାହିଁ। ଏହାସହ ବାଲିଖାଦାନଗୁଡ଼ିକରେ ସିସିଟିଭି ଏବଂ ପରିବହନ ଗାଡ଼ିରେ ଜିପିଏସ୍‌ ସ୍ଥାପନ କରିବାକୁ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ପକ୍ଷରୁ ନିକଟରେ ନିର୍ଦ୍ଦେଶ ହୋଇଛି। କିନ୍ତୁ ବୈତରଣୀ ନଦୀରେ ଏହାର ଖୋଲାଖୋଲି ଉଲ୍ଲଂଘନ କରି ଜନବସତି ରାସ୍ତାରେ ଓଭରଲୋଡିଂ ପରିବହନ ସାଧାରଣ ଲୋକଙ୍କ ପାଇଁ ବିପଦ ସାଜିଛି। ଏଥିପାଇଁ ଯାଜପୁରରୁ କେନ୍ଦୁଝର ଜିଲାକୁ ସଂଯୋଗ କରୁଥିବା ଏକମାତ୍ର ମଥୁରାପୁର ସେତୁ କେତେବେଳେ ଭୁଶୁଡି ପଡ଼ିବ ବୋଲି ସନ୍ଦେହ ହୋଇଛି। ଏହିକ୍ରମରେ କେରେଇ ସଂଗ୍ରାମ ସମିତି ପକ୍ଷରୁ ଏକାଧିକ ଥର ଆନ୍ଦୋଳନ ଓ ପ୍ରତିବାଦ କରାଯାଇଥିଲେ ହେଁ କିଛି ସୁଫଳ ମିଳି ପାରୁନାହିଁ। ତେଣୁ ସମିତି ଆଗାମୀ ଦିନରେ ପୁଣି ଆନ୍ଦୋଳନକୁ ଓହ୍ଲାଇବ ବୋଲି ସୋମବାର ଏକ ବୈଠକରେ ଚେତାବନୀ ଦେଇଛି। ଅଭିଯୋଗ ଅନୁସାରେ ବୈତରଣୀ ନଦୀର ସାଆଁଳା-୨, ମୁକୁନ୍ଦପୁର-୨, ସାଲବା, ରଣପାଳ, ଧନତ୍ରୀ, ନିଶଙ୍ଖପୁର, ବରପଦା ଆଦି ବାଲିଘାଟରୁ ୨୪,୭୯୫ ଘନମିଟର ବାଲି ଉତ୍ତୋଳନ କରିବାକୁ ଅନୁମତି ମିଳିଛି। ଅନୁମତି ପତ୍ରରେ ପୋକଲିନ ବ୍ୟବହାର ହୋଇପାରିବ ନାହିଁ ଏବଂ ମାନୁଆଲ ଭାବେ ଉତ୍ତୋଳନ କରାଯିବ ବୋଲି ନିର୍ଦ୍ଦେଶ ରହିଛି। ହେଲେ ପ୍ରାୟ ସମସ୍ତ ବାଲିଘାଟରେ ୭/୮ଟି ଲେଖାଏ ପୋକଲିନ ମେଶିନ ବ୍ୟବହାର କରାଯାଇ ଅନୁମୋଦନଠାରୁ ବହୁ ଗୁଣ ବାଲି ଉତ୍ତୋଳନ ହେଉଥିବା ଦେଖିବାକୁ ମିଳିଛି। ଏହାର ପ୍ରତିବାଦରେ ସମିତି ପକ୍ଷରୁ ତହସିଲ ଅଫିସ ଆଗରେ ପାଞ୍ଚ ଦିନ ଧାରଣା ଦିଆଯିବା ପରେ ଦିନରେ ମଥୁରା ପୋଲ ଦେଇ ବିିଭିନ୍ନ ଗ୍ରାମ ରାସ୍ତାରେ ପରିବହନ ନିଷେଧ କରାଯିବା ସହ ଭାରିଯାନ ଯାଇପାରିବ ନାହିଁ ବୋଲି ପ୍ରଶାସନ ପକ୍ଷରୁ ଲିଖିତ ପ୍ରତିଶ୍ରୁତି ଦିଆଯାଇଥିଲା। ଏହାପରେ ଆନ୍ଦୋଳନ ସ୍ଥଗିତ କରାଯାଇଥିଲା। ଏହି ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବାକୁ କୋରେଇ ଓ ପାଣିକୋଇଲି ଥାନା ଅଧିକାରୀଙ୍କୁ କୁହାଯାଇଥିଲା। ଏହି ନିର୍ଦ୍ଦେଶ କିଛି ଦିନ କାର୍ଯ୍ୟକାରୀ ହେବା ପରେ ଏବେ ପୁଣି ବେଧଡକ ଭାବେ ପୂର୍ବ ପରି ଭାରିଯାନ ପରିବହନ ଆରମ୍ଭ ହୋଇଛି। ଏହାକୁ ତୁରନ୍ତ ରୋକା ନ ଗଲେ କଳିଙ୍ଗନଗର ଅତିରିକ୍ତ ଜିଲାପାଳ ଅଫିସ ସମ୍ମୁଖରେ ଆନ୍ଦୋଳନ କରିବାକୁ ସମିତି ନିଷ୍ପତ୍ତି ନେଇଛି। ଏହିମର୍ମରେ ଏକ ଜରୁରୀ ବୈଠକରେ ସମିତିର ସଭାପତି ବିଦ୍ୟାଧର ମହାନ୍ତି, ସମ୍ପାଦକ ଅଭିମନ୍ୟୁ ମିଶ୍ର, ଆଲୋକ ମହାନ୍ତି, ମନୋରଞ୍ଜନ ନାୟକ, ଦୀପ୍ତିମୟୀ କୁଅଁର, ପ୍ରଦ୍ୟୁମ୍ନ ବୋଇତେଇ, ସୀତାକାନ୍ତ କୁଅଁର, ପ୍ରମୋଦ ପାତ୍ର, ପ୍ରହଲ୍ଲାଦ ଦେଓ ପ୍ରମୁଖ ଆଲୋଚନା କରିବା ସହିତ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri