ବୋଇତ ବନ୍ଦାଣ ମହୋତ୍ସବ ଉଦ୍‌ଯାପିତ: ପର୍ଯ୍ୟଟନ କ୍ଷେତ୍ର ଚିଲିକାର ବିକାଶ ନିତାନ୍ତ ଆବଶ୍ୟକ

ବାଲୁଗାଁ,୧୪ା୧୧(ଡି.ଏନ.ଏ.): ନିଳାମ୍ବୁ ଚିିଲିକା ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି। ସମ୍ପ୍ରତି ଚିଲିକାର ପୃଷ୍ଠଭୂମି ଅବକ୍ଷୟ ଦିଗକୁ ଗତି କରୁଥବା ବେଳେ ଏହାର ବିକାଶ ନିତାନ୍ତ ଆବଶ୍ୟକ ହୋଇପଡ଼ିଛି। ଏ ଦିଗରେ ରାଜ୍ୟ ସରକାରଙ୍କ ପକ୍ଷରୁ ବିଶେଷ ଗୁରୁତ୍ୱ ଦିଆଯିବ। ଚିଲିକାର ବିକାଶ ହୋଇପାରିଲେ ଏହା ଉପରେ ନିର୍ଭର କରୁଥିବା ଜନସାଧାରଣ ଉପକୃତ ହୋଇପାରିବେ। ବୁଧବାର ଚିଲିକା ବୋଇତ ବନ୍ଦାଣ ମହୋତ୍ସବର ଉଦ୍‌ଯାପନୀ ସଭାରେ ଅତିଥିମାନେ ଏହି ମତ ଦେଇଥିଲେ।
ମହୋତ୍ସବ କମିଟି ସଭାପତି ତଥା ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବଙ୍କ ସଭାପତିତ୍ୱରେ ସନ୍ଧ୍ୟାରେ ଉଦ୍‌ଯାପନୀ ସଭା ଅନୁଷ୍ଠିତ ହୋଇଥିଲା। ଉପବାଚସ୍ପତି ରଜନୀକାନ୍ତ ସିଂହ ଉଦ୍‌ଘାଟକ ଓ କୃଷିମନ୍ତ୍ରୀ ଅରୁଣ କୁମାର ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, କେନ୍ଦ୍ରାପଡ଼ା ବିଧାୟକ ଶଶିଭୂଷଣ ବେହେରା, ରାଜ୍ୟ ପର୍ଯ୍ୟଟନ ବିଭାଗ ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ଓଡ଼ିଶା ହାଉସିଂ ବୋର୍ଡ଼ ଅଧ୍ୟକ୍ଷ ପ୍ରିୟଦର୍ଶୀ ମିଶ୍ର, ସଂଖ୍ୟାଲଘୁ ସେଲ ଅଧ୍ୟକ୍ଷ ମୁନା ଖାନ, ପ୍ରାଧ୍ୟାପକ ଶଶାଙ୍କ ଶେଖର ଚୁଡ଼ାମଣି, ପୂର୍ବତନ ମନ୍ତ୍ରୀ ଦେବେନ୍ଦ୍ରନାଥ ମାନସିଂହ, ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷ ରାମଚନ୍ଦ୍ର ମହାପାତ୍ର, ପୂର୍ବତନ ଚିଲିକା ବିଧାୟକ ରଘୁନାଥ ସାହୁ, ରଜ କୁଇନ୍‌ ବିଜୟିନୀ ଲତିକା ପ୍ରଧାନ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଚିଲିକାର ଐତିହ୍ୟ, ସଂସ୍କୃତି ଉପରେ ଆଲୋକପାତ କରିଥିଲେ। ଅଧ୍ୟାପକ ଡ. କୈଳାସ ଚନ୍ଦ୍ର ମହାରଣା ଅତିଥି ପରିଚୟ ଓ ସ୍ବାଗତ ଭାଷଣ ଦେଇଥିଲେ। ଦିନତମାମ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଜାରି ରହିଥିଲା। ବିଳମ୍ବିତ ରାତି ପର୍ଯ୍ୟନ୍ତ ମନୋରଞ୍ଜନ କାର୍ଯ୍ୟକ୍ରମ ଚାଲିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ଟେନସା/ବଣାଇଁ,୧୧।୪(ସମୀର କୁମାର ପାଢ଼ୀ/ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଷସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri