ବୋମା ପକାଇ ବ୍ୟବସାୟୀଙ୍କୁ ଧମକ: ୩ ଅଟକ, ୨ ବାଇକ୍‌ ଓ ବୋମା ଜବତ

ଖଣ୍ଡପଡା,୧୦ା୧୨(ସ୍ବ.ପ୍ର.): ଖଣ୍ଡପଡା ଥାନା ଖଳିସାହି ଦୁର୍ଗା ବଜାରରେ ସୋମବାର ବୋମା ପକାଇ ବ୍ୟବସାୟୀଙ୍କୁ ଧମକ ଦେବା ଘଟଣାରେ ପୋଲିସ ୩ଜଣଙ୍କୁ ଥାନାରେ ଅଟକ ରଖିବା ସହ ୨ଟି ବାଇକ୍‌ ଜବତ କରିଛି। ଦୁର୍ଗା ବଜାରରେ ବ୍ୟବସାୟୀ ଶରତ ମହାପାତ୍ରଙ୍କ ଦୋକାନ ସମ୍ମୁଖରେ ଅପରାହ୍ନ ୧ଟା ସମୟରେ ୮ରୁ ୧୦ ଜଣ ଯୁବକ ବୋମା ପକାଇ ତାଙ୍କୁ ଭୟଭୀତ କରିବା ସହ ଦୋକାନ ମଧ୍ୟରୁ ଲୁଟ୍‌ କରିବାକୁ ଉଦ୍ୟମ କରିଥିଲେ। ଶରତଙ୍କ ପାଟି ଶୁଣି ଅନ୍ୟ ବ୍ୟବସାୟୀମାନେ ଚାଲି ଆସିବାରୁ ଅସାମାଜିକ ବ୍ୟକ୍ତିମାନେ ସେଠାରୁ ପଳାଇବାକୁ ଚେଷ୍ଟା କରିଥିଲେ। ସେମାନଙ୍କ ମଧ୍ୟରୁ ୩ ଯୁବକଙ୍କୁ ସ୍ଥାନୀୟ ବାସିନ୍ଦା କାବୁ କରି ଖଣ୍ଡପଡା ପୋଲିସ ଜିମା ଦେଇଛନ୍ତି। ପୋଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିବା ସହ ଉକ୍ତ ଦୋକାଳନ ଆଗରେ ପଡିଥିବା ୨ଟି ଅଫୁଟା ବୋମା ଜବତ କରିଛି ା ସମ୍ପୃକ୍ତ ବ୍ୟକ୍ତିମାନେ ବଜାର ମଧ୍ୟରେ ଛାଡିଯାଇଥିବା ୨ଟି ବାଇକ୍‌କୁ ମଧ୍ୟ ପୋଲିସ ଜବତ କରି ଥାନାକୁ ଆଣିଛି ା ଶରତଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା ରୁଜୁ କରିଛି। ଘଟଣା ସମ୍ପର୍କରେ ଦୁର୍ଗା ବଜାର ବଣିକ ସଂଘର ସଭାପତି ଦାଶରଥି ସାଥୁଆ ଆଉ ଏକ ଲିଖିତ ଅଭିଯୋଗ କରିଥିବା ଜଣା ଯାଇଛି ା ରାତ୍ରକାଳୀନ ପୋଲିସ ପାଟ୍ରୋଲିଂ ବ୍ୟବସ୍ଥାକୁ କଡାକଡି କରିବା, ଘଟଣାରେ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ବଣିକ ସଂଘର ସଦସ୍ୟମାନେ ଦାବି କରିଛନ୍ତି ା ବଣିକ ସଂଘର ଶହେରୁ ଊର୍ଦ୍ଧ୍ୱ ସଦସ୍ୟ ଅପରାହ୍ନରେ ଖଣ୍ଡପଡା ଥାନାକୁ ଆସି ଦାବିପତ୍ର ପ୍ରଦାନ କରିଥିବା ଆଇଆଇସି ବିମଳ କୁମାର ମଲ୍ଲିକଙ୍କଠାରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

୫୩ ବର୍ଷରେ କର୍ଲାମୁଣ୍ଡା ଦୁର୍ଗାପୂଜା: ନୂଆ କମିଟିରେ ଦେବେନ୍ଦ୍ର ସଭାପତି, ଚନ୍ଦ୍ରଭାନୁ ସମ୍ପାଦକ

କର୍ଲାମୁଣ୍ଡା, ୩୦।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଦୁର୍ଗାମଣ୍ଡପରେ ଚଳିତ ବର୍ଷ ୫୩ତମ ବର୍ଷରେ ପଦାର୍ପଣ କରିଛି ଡୁକେରମାଲ ଦୁର୍ଗାପୂଜା। ଆଗାମୀ ଦୁର୍ଗାପୂଜାକୁ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?