ବୋର୍ଡ କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ : ସରକାରୀ ସ୍କୁଲରେ ଇଂଲିଶ କହିବା ଶିଖିବେ ପିଲା

କଟକ ଅଫିସ, ୭ା୬:  ରାଜ୍ୟର ସରକାରୀ ସ୍କୁଲଗୁଡ଼ିକରେ ଛାତ୍ରୀଛାତ୍ରମାନଙ୍କୁ ଇଂଲିଶରେ କହିବା (ସ୍ପୋକନ ଇଂଲିଶ) ଶିକ୍ଷା ଦିଆଯିବ। ଗତ ମାଟ୍ରିକ ପରୀକ୍ଷାରେ ୮୨ଟି ସ୍କୁଲର ଫଳାଫଳ ଶୂନ ରହିଥିଲା। ଉପରୋକ୍ତ ସ୍କୁଲଗୁଡ଼ିକୁ ଏଭଳି ଖରାପ ଫଳାଫଳ ସମ୍ପର୍କରେ ନୋଟିସ ଦିଆଯିବ। ଗୁରୁବାର ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଅଫିସ ପରିଦର୍ଶନ କରି ଏହି କଥା କହିଛନ୍ତି। ଜିରୋ ରେଜଲ୍‌ଟ କରିଥିବା ସ୍କୁଲଗୁଡ଼ିକୁ ଆବଶ୍ୟକ ସ୍ଥଳେ ମନ୍ତ୍ରୀ ଗସ୍ତ କରି ସେଠାକାର ଭିତ୍ତିଭୂମି ଓ ଶୈକ୍ଷିକ ବ୍ୟବସ୍ଥାର ଅନୁଧ୍ୟାନ କରିବେ। ଏପରି କି ସେଠାକାର ଲୋକଙ୍କ ମତାମତ ମଧ୍ୟ ସଂଗ୍ରହ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ମନ୍ତ୍ରୀ ଦାଶ ବୋର୍ଡ ଅଫିସରେ ପହଞ୍ଚତ୍ ବୋର୍ଡ ସଭାପତି ଡ. ଜହଁ।ଆରା ବେଗମ୍‌ଙ୍କ ସହ ଆଲୋଚନା କରିଥିଲେ। ରାଜ୍ୟରେ କ’ଣ କଲେ ଶିକ୍ଷା ବ୍ୟବସ୍ଥାର ଉନ୍ନତି ହୋଇପାରିବ, ରାଜ୍ୟବାସୀ କିପରି ଘରୋଇ ସ୍କୁଲ ମୋହ ତୁଟାଇ ସରକାରୀ ସ୍କୁଲ ମୁହଁ। ହେବେ ସେ ନେଇ ମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। ଏଥିସହିତ ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଓ ପାଠପଢାରେ ସୁଧାର ଆଣିବା ଉପରେ ମଧ୍ୟ ମନ୍ତ୍ରୀ ବୋର୍ଡ ସଭାପତିଙ୍କ ସହିତ ବିସ୍ତୃତ ଭାବେ ଆଲୋଚନା କରିଥିଲେ। ମୁଖ୍ୟତଃ ସରକାରୀ ସ୍କୁଲଗୁଡ଼ିକରେ ଶିକ୍ଷା ବ୍ୟବସ୍ଥା ଫେଲ୍‌ ମାରୁଥିବାରୁ ଅଭିଭାବକମାନେ ସେମାନଙ୍କ ପିଲାଙ୍କ ଭବିଷ୍ୟତ ପାଇଁ ଘରୋଇ ସ୍କୁଲ ଉପରେ ନିର୍ଭର କରୁଛନ୍ତି, ଯେଉଁଥିପାଇଁ ଦିନକୁ ଦିନ ସରକାରୀ ସ୍କୁଲରେ ପିଲା ସଂଖ୍ୟା କମି କମି ଯାଉଛି। ପ୍ରତ୍ୟେକଥର ପରୀକ୍ଷା ସମୟରେ ଶିକ୍ଷକଙ୍କ ଧାରଣାଠୁ ଆରମ୍ଭ କରି ଖାତା ଦେଖାରେ ଅବହେଳା ଆଦି ରିପୋର୍ଟ ଶିକ୍ଷା ବ୍ୟବସ୍ଥାକୁ ପଙ୍ଗୁ କରିଦେଇଛି, ଯାହାକୁ ନେଇ ଦେଶରେ ଶିକ୍ଷା କ୍ଷେତ୍ରରେ ଓଡ଼ିଶା ପଛୁଆ ରାଜ୍ୟ ଭାବେ ପରିଚିତ ହୋଇଛି। ଶିକ୍ଷା ବ୍ୟବସ୍ଥାର ଏଭଳି ପରିସ୍ଥିତିରେ ସୁଧାର ଆଣିବା ପାଇଁ ମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ସରକାରୀ ସ୍କୁଲରେ ଇଂଲିଶ ଶିକ୍ଷା ଦେବା ଫଳରେ ଆଗାମୀ ଦିନରେ ସରକାରୀ ସ୍କୁଲ ଘରୋଇ ସ୍କୁଲ ସହ ସମାନୁପାତିକ ହୋଇ ଶିକ୍ଷା କ୍ଷେତ୍ରରେ ସୁନାମ ଆଣିପାରିବ। ଏହାଛଡ଼ା ନିଜେ ମନ୍ତ୍ରୀ ଅଚାନକ ଭାବେ ରାଜ୍ୟର ସରକାରୀ ସ୍କୁଲ ପରିଦର୍ଶନ କରିବାକୁ ଯିବେ ବୋଲି କହିଛନ୍ତି। ଏ ନେଇ ବୋର୍ଡ ସଭାପତି ବେଗମ୍‌ କହିଛନ୍ତି, ରାଜ୍ୟରେ କ’ଣ କଲେ ଶିକ୍ଷା କ୍ଷେତ୍ରରେ ଉନ୍ନତି ହୋଇପାରିବ, ଆଗାମୀ ଦିନରେ ବଢୁଥିବା ଖରାପ ରେଜଲ୍‌ଟ ପ୍ରଦର୍ଶନକୁ ରୋକାଯାଇ ପାରିବ ସେ ଦିଗରେ ମନ୍ତ୍ରୀ ଆଲୋଚନା କରିଛନ୍ତି। ସେହିପରି ଆଗାମୀ ଦିନରେ ଶିକ୍ଷାବିତ୍‌, ଶିକ୍ଷୟିତ୍ରୀଶିକ୍ଷକ ଓ ଛାତ୍ରୀଛାତ୍ରମାନଙ୍କୁ ନେଇ ଏକ ବୈଠକ କରାଯିବା ପାଇଁ ମନ୍ତ୍ରୀଙ୍କୁ ପ୍ରସ୍ତାବ ଦିଆଯାଇଛି। ଫଳରେ ଶିକ୍ଷାର ଉନ୍ନତି ନିମନ୍ତେ କେଉଁଠି ସମସ୍ୟା ରହିଛି, ତାହା ସ୍ପଷ୍ଟ ଭାବେ ଜଣାପଡ଼ିବ। ଯାହାଦ୍ୱାରା ଶିକ୍ଷା କ୍ଷେତ୍ରରେ ଏକ ବୈପ୍ଳବିକ ପରିବର୍ତ୍ତନ ଅଣାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

ସାପ ଲାଞ୍ଜକୁ ଧରି ଦଉଡ଼ି ପରି ଘୂରାଉଥିଲେ ଯୁବକ, ହଠାତ୍‌ ଘଟିଲା ଏମିତି…

ସାପର ନାଁ ଶୁଣିଲେ ସମସ୍ତଙ୍କୁ ଡର ଲାଗେ। ଏହାର ନାଁ ଶୁଣିଲେ ସବୁଠାରୁ ସାହସୀ ମଣିଷ ମଧ୍ୟ ଭୟରେ ଥରି ଉଠେ। ଯଦି ଜଣେ ଯୁବକ ସେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri