ବୋଲେରୋ-ଅଟୋ ମୁହାଁମୁହିଁ ଧକ୍କା: ୫ ଗୁରୁତର

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୧୦ା୧୨(ଡି.ଏନ୍‌.ଏ.): ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅନ୍ତର୍ଗତ ବଙ୍ଗରଦୁଆ ଘାଟିରେ ମଙ୍ଗଳବାର ବୋଲେରୋ ସହ ଅଟୋ ମୁହାଁମୁହିଁ ଧକ୍କା ହେବାରୁ ୧୦ ଜଣ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ଓ ପୋଲିସ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ବ୍ରାହ୍ମଣୀଗାଁ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଆହତଙ୍କ ମଧ୍ୟରୁ ଝିଞ୍ଜିରିଗୁଡା ପଞ୍ଚାୟତ ଗଡ଼ମା ଗ୍ରାମର ଆଇବ ମଲିକ, ଆହରଣ ମୁଠାମାଝି, ଅନନ୍ତ ମାଝି, କୁମ୍ଭାରିଗାଁ ପଞ୍ଚାୟତ ଲାଣ୍ଡାଗୁଡି ଗ୍ରାମର ମାଧୁରୀ ବଳିଆରସିଂ ଏବଂ ସରାମଳି ପଞ୍ଚାୟତ ମାର୍ଦ୍ଦିପଙ୍କା ଗ୍ରାମର ସୟେନ୍ଦ୍ର ମାଝିଙ୍କ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି । ବୋଲେରୋ (ନଂ.ଓଡି-୦୨ଏଟି-୫୫୯୪) ବ୍ରାହ୍ମଣୀଗାଁ ପଟୁ ବାଲିଗୁଡା ଅଭିମୁଖେ ଯାଉଥିବା ବେଳେ ବଙ୍ଗରଦୁଆ ଘାଟିରେ ଗଦାପୁରଠାରୁ ଯାତ୍ରୀ ନେଇ ବ୍ରାହ୍ମଣୀଗାଁ ଅଭିମୁଖେ ଯାଉଥିବା ଅଟୋ (ନଂ.ଓଡି-୦୭ପି- ୨୦୮୪) ସହ ମୁହାଁମୁହିଁ ଧକ୍କା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା

ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍‌…

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri