ବୋଲେରୋ-ଟ୍ରାକ୍ଟର ମୁହାଁମୁହିଁ, ୧୧ ଆହତ

ଗଞ୍ଜାମ,୧୨ା୧(ଡି.ଏନ୍‌.ଏ.)- ରମ୍ଭା ଥାନା ଖଣ୍ଡଦେଉଳୀ ଛକଠାରେ ରବିବାର ପୂର୍ବାହ୍ନ ସାଢ଼େ ୧୧ଟାରେ ଟ୍ରାକ୍ଟର ଓ ବୋଲେରୋ ମୁହାଁମୁହିଁ ଧକ୍କା ହେବାରୁ ୧୧ ଜଣ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୮ ଜଣ ଗୁରୁତର ଥିବା ଜଣାପଡ଼ିଛି। ଗୁରୁତରମାନେ ହେଲେ ମମତା ମଲିକ, ସୁକାନ୍ତି ରାଶ, ଅରୁଣ ଜେନା, ଅଭୟ ସେଠୀ, ଭାରତୀ ସାହୁ, ମାନସୀ ବେହେରା, ଇନ୍ଦୁମତି ବେହେରା, ଗୌରାଙ୍ଗ ତ୍ରିପାଠୀ ପ୍ରମୁଖ। ସେମାନେ କେନ୍ଦ୍ରାପଡ଼ା ଓ ଯାଜପୁର ଅଞ୍ଚଳର ବୋଲି ଜଣାପଡ଼ିଛି। ମିଳିଥିବା ସୂଚନାନୁଯାୟୀ, ଗୋଟିଏ ବୋଲେରୋ (ନଂ. ଓଡି୦୪ଏନ-୧୨୪୮)ରେ ୧୧ ଜଣ ଶିକ୍ଷୟିତ୍ରୀ ଶିକ୍ଷକ ପୁରୁଷୋତ୍ତମପୁରସ୍ଥିତ ମା’ ତାରାତାରିଣୀଙ୍କ ଦର୍ଶନ ସାରି ଫେରୁଥିବା ବେଳେ ହୁମା ପଟୁ ଯାଉଥିବା ଇଟା ବୋଝେଇ ଟ୍ରାକ୍ଟର (ନଂ.ଓଡି୦୭ଟି-୪୬୬୧) ସହ ଖଣ୍ଡଦେଉଳୀ ଛକରେ ମୁହାଁମୁହିଁ ଧକ୍କା ହୋଇଥିଲା। ଟ୍ରାକ୍ଟର ଡ୍ରାଇଭର ସମେତ ବୋଲେରୋରେ ବସିଥିବା ବ୍ୟକ୍ତିମାନେ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ଆହତଙ୍କୁ ପ୍ରଥମେ ଖଣ୍ଡଦେଉଳୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ହୁମ୍ମା ଫାଣ୍ଡି ଅଧିକାରୀ ରାମଚନ୍ଦ୍ର ବେହେରା ପହଞ୍ଚତ୍ ୧୦୮ ଆମ୍ବୁଲାନ୍ସ ଯୋଗେ ଆହତଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଇବା ବ୍ୟବସ୍ଥା କରିଥିଲେ। ଉଭୟ ପଟେ ବହୁ ଗାଡି ଅଟକି ରହିଥିଲା। କ୍ରେନ ସାହାଯ୍ୟରେ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ରାସ୍ତା ପାର୍ଶ୍ୱକୁ ନିଆଯିବାପରେ ଉକ୍ତ ରାସ୍ତାରେ ଗାଡି ଚଳାଚଳ ସ୍ବାଭାବିକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?