ବୋଲ୍ଡ ଡ୍ରେସ୍‌ ପାଇଁ ଟ୍ରୋଲ ହେଲେ ପ୍ରିୟଙ୍କା

ମୁମ୍ବାଇ: ପ୍ରିୟଙ୍କା ଚୋପ୍ରା ନିକ୍‌ ଜୋନାସ୍‌ଙ୍କ ହାତ ଧରିବା ପରଠାରୁ ନିଜର ବେଶପୋଷାକ, ଚାଲିଚଳନକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଆସୁଛନ୍ତି। ଚଳିତବର୍ଷ ଆରମ୍ଭରୁ ସେ ଟ୍ରୋଲ ହୋଇଛନ୍ତି। ଗତ ୨୬ ତାରିଖରେ ଲସ୍‌ ଏଞ୍ଜେଲସ୍‌ର ଷ୍ଟେପ୍‌ଲେସ୍‌ ସେଣ୍ଟରରେ ଆୟୋଜିତ ବିଶ୍ୱର ସବୁଠୁ ବଡ଼ ମ୍ୟୁଜିକ୍‌ ପୁରସ୍କାର ସମାରୋହ ‘ଗ୍ରାମୀ ଆଓ୍ବାର୍ଡ’ ୨୦୨୦ରେ ଅଂଶଗ୍ରହଣ କରିଥିଲେ। ଏହି ସମୟର କିଛି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହା ପରେ ଲୋକେ ପ୍ରିୟଙ୍କାଙ୍କୁ ଟ୍ରୋଲ କରିବାରେ ଲାଗିଛନ୍ତି। କାରଣ ପ୍ରିୟଙ୍କା ଏହି ସମାରୋହରେ ବୋଲ୍ଡ ପୋଷାକରେ ନଜର ଆସିଥିଲେ। ଯାହାକୁ ନେଇ ଏବେ ପ୍ରଶ୍ନ ଉଠିଛି।

ପ୍ରିୟଙ୍କା ମଧ୍ୟ ଏହାର କଡ଼ା ଜବାବ ରଖିଛନ୍ତି। ନିଜ ଇନ୍‌ଷ୍ଟାଗ୍ରାମରେ ଫଟୋ ଶେୟାର କରି ପ୍ରିୟଙ୍କା ଲେଖିଛନ୍ତି, ମୁଁ ଭାବିଥିଲି ଏବର୍ଷ ବହୁ ରୋମାଞ୍ଚକର ହେବ। ଯେଉଁଲୋକ ଆପଣଙ୍କୁ ପ୍ରେମ କରୁଛନ୍ତି ସେ ଅଧିକ ପ୍ରେମ କରିବେ। ଯିଏ ଯେମିତି ଜୀବନ ବଞ୍ଚିବାକୁ ଚାହୁଁଛି ସେ ସେମିତି ଭାବରେ ବଞ୍ଚିବ। ଯେତେ ଦୁଃଖକଷ୍ଟରେ ଥିଲେ ମଧ୍ୟ ସମସ୍ତଙ୍କ ପ୍ରତି ଦୟା ମନୋଭାବ ପୋଷଣ କରନ୍ତୁ।

ସେ ଆହୁରି ମଧ୍ୟ ଲେଖିଛନ୍ତି, ମୋତେ ଆପଣମାନଙ୍କ ସ୍ନେହ ଶ୍ରଦ୍ଧା ମିଳିଛି। ସେଥିପାଇଁ ବହୁତ ଖୁସି। କିନ୍ତୁ ମୋ’ ଭଲପାଇବା ଆପଣମାନଙ୍କୁ ମିଳୁନି ସେ ପାଇଁ ମନ ଦୁଃଖ କରୁଛି। ନିଜ ଲୋକଙ୍କ ପାଇଁ ଦୟାଳୁ ମନୋଭାବ ରଖନ୍ତୁ। ପ୍ରିୟଙ୍କାଙ୍କ ଏପରି ଜବାବ୍‌ରେ ଟ୍ରୋଲରଙ୍କ ମୁହଁ ଏକପ୍ରକାର ବନ୍ଦ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri