Posted inଜାତୀୟ

ବୋହୂକୁ ବଞ୍ଚାଇବାକୁ ଯାଇ ପୁଅକୁ ଗୁଳିକଲେ ମା’

କୋଲକାତା,୨୫।୬: ଚଳିତ ଦିନରେ ଶାଶୁ ବୋହୂଙ୍କ କଳି ସବୁବେଳେ ଶୁଣିବାକୁ ମିଳୁଥିବା ବେଳେ ପଶ୍ଚିମ ବଙ୍ଗରେ ଜଣେ ଶାଶୁ ବୋହୂ ସମସ୍ତଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ହାଓ୍ବଡା ଜିଲାର ସାଲିକାରେ ଜଣେ ଶାଶୁ ବୋହୂକୁ ବଞ୍ଚାଇବାକୁ ଯାଇ ନିଜ ପୁଅକୁ ଗୁଳି ମାରିଛନ୍ତି। ସୂଚନାଯୋଗ୍ୟ, ଉକ୍ତ ଅଞ୍ଚଳରେ ରେଣୁ ଶର୍ମା (୬୦), ପୁଅ ମନୋଜ(୩୧) ଓ ବୋହୂ ଦେବୀ ରୁହନ୍ତି। ମନୋଜ ଉଭୟ ଟ୍ରକ ଓ ଟ୍ୟାକ୍ସି ଚଲାନ୍ତି। ରାତିରେ ଟ୍ରକ ଚଲାଉଥିବାରୁ ସେ ନିଜ ସୁରକ୍ଷା ପାଇଁ ପାଖରେ ୨ଟି ବନ୍ଧୁକ ରଖିଥାନ୍ତି। ପ୍ରତିଦିନ ମନୋଜ ନିଶା ଅବସ୍ଥାରେ ଘରକୁ ଫେରି ମା’ ଓ ପତ୍ନୀଙ୍କୁ ଗାଳିଗୁଳଜ କରିବା ସହ ମାଡ଼ ମାରିଥାନ୍ତି। ତେବେ ସୋମବାର ମଧ୍ୟ ମନୋଜ ନିଶା ଅବସ୍ଥାରେ ଘରକୁ ଆସି ୨ହାତରେ ୨ଟି ବନ୍ଧୁକ ଧରି ଦେବୀଙ୍କ ସହ ମାଡ଼ପିଟ୍‌ କରିଥିଲେ। ସେହି ସମୟରେ ରେଣୁ ପହଞ୍ଚି ଦେବୀଙ୍କୁ ବଞ୍ଚାଇବାକୁ ଉଦ୍ୟମ କରିଥିଲେ। ହେଲେ ମନୋଜ ୨ଜଣଙ୍କୁ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ। ଏହାପରେ ରେଣୁ ପୁଅ ମନୋଜଠାରୁ ଏକ ବନ୍ଧୁକ ଛଡ଼ାଇ ତାଙ୍କୁ ଗୁଳି ମାରିଥିଲେ ବୋଲି ଦେବୀ କହିଛନ୍ତି। ତେବେ ମନୋଜଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ହାଓ୍ବଡା ଓ ପରେ କୋଲକାତାର ଏସ୍‌ଏସ୍‌କେଏମ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଏହି ଘଟଣାରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଥିବା ବେଳେ ଅଭିଯୁକ୍ତ ରେଣୁ ଗିରଫ କରିଛି। ଏଥିସହ ମନୋଜଙ୍କ ୨ଟି ବନ୍ଧୁକକୁ ଜବତ କରିଛି ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥାୟୀ ସେତୁ ଦାବିରେ ଗ୍ରାମବାସୀଙ୍କ ଆମରଣ ଅନଶନ: ଭରା ନଦୀ ଘେରରେ ୧୩୦ ପରିବାର, ୧୭୨୧ ଜୀବନ

ରାଜକନିକା, ୭।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଆଳି ନିର୍ବାଚନମଣ୍ଡଳୀ ଅଧୀନ ରାଜକନିକା ବ୍ଲକର ତ୍ରୈଲୋକ୍ୟପୁର ପଞ୍ଚାୟତ ଅନ୍ତର୍ଗତ ଦ୍ୱୀପାଞ୍ଚଳ ଗାଁ ଭାବେ ପରିଚିତ ଗଙ୍ଗାଧର…

ସ୍ତ୍ରୀଙ୍କୁ ଗୁଳିକଲେ ସ୍ବାମୀ: ରେଢ଼ାଖୋଲର ଲାଣ୍ଡିମାଲ ଗାଁରେ ଚାଞ୍ଚଲ୍ୟ

ରେଢ଼ାଖୋଲ, ୭।୯: ସମ୍ବଲପୁର ଜିଲା ରେଢ଼ାଖୋଲ ଅଞ୍ଚଳରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ୱ ଅଧିକାରୀ, ଏକକାଳୀନ ୩ସ୍ଥାନରେ ଚଢ଼ାଉ

ପିପିଲି,୭।୯: ଲାଞ୍ଚ କାରବାର ବିରୋଧରେ ଓଡ଼ିଶା ଭିଜିଲାନ୍ସ ଟିମ୍ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପୁରୀ ଜିଲା ପିପିଲି ତହସିଲ ଅଧୀନ ସିଉଳା ଆରଆଇ ସର୍କଲର…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଭଞ୍ଜନଗରରେ ଜିଲାସ୍ତରୀୟ ଜନଅଭିଯୋଗ ଶୁଣାଣି: ୧୮୮ ଅଭିଯୋଗର ଶୁଣାଣି, ୧୦ର ତୁରନ୍ତ ସମାଧାନ

ଭଞ୍ଜନଗର, ୭।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ…

ବଦଳିଲା ଗ୍ୟାସ ସିଲିଣ୍ଡର ବୁକିଂ ନିୟମ: ଏଣିକି ଏତିକି ଦିନରେ ମିଳିବ ନୂଆ ସିଲିଣ୍ଡର

ନୂଆଦିଲ୍ଲୀ, ୭।୯: ଗତ କିଛି ଦିନ ଧରି ଦେଶରେ ଗ୍ୟାସର ଅଭାବ ଦେଖାଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଥିଲେ ଯେ, ଗୋଟିଏ ଗ୍ୟାସ ସିଲିଣ୍ଡର…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

କୁମ୍ଭ-ବିଛା ସମେତ ୪ ରାଶି ପାଇଁ ଭାଗ୍ୟଶାଳୀ ଏହି ସପ୍ତାହ: ଚାକିରିରେ ପ୍ରମୋସନ ସହ ବଢ଼ିବ ଦରମା!

ଭୁବନେଶ୍ୱର: ନୂଆ ସପ୍ତାହର ଆରମ୍ଭ ବୁଧଙ୍କ ଗୋଚର ସହ ହେଉଛି। ଜ୍ୟୋତିଷ ଗଣନା ଅନୁସାରେ, ଏହି ସପ୍ତାହ କୁମ୍ଭ, ମିଥୁନ, ବିଛା ଓ ମୀନ ରାଶିର ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri