ବୋହୂ ମାନ୍ୟତା ଦାବିରେ ଶାଶୁଘର ଆଗରେ ଧାରଣା

ଭଦ୍ରକ ଅଫିସ, ୧୬।୧୧: ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ଭାଟପଡ଼ା ପଞ୍ଚାୟତର ଶଂଖିଡା ଗଁାରେ ବୋହୂ ମାନ୍ୟତା ପାଇବା ପାଇଁ ଜଣେ ମହିଳା ସୋମବାରଠାରୁ ଶାଶୁଘର ଆଗରେ ଧାରଣା ଦେଇଥିଲେ। ତାଙ୍କ ବାପଘର ଧୂଷୂରୀ ଥାନା ଅଧୀନ ଖଡ଼ିମାହାରା ଅଞ୍ଚଳରେ। ସେ ଅଭିଯୋଗ କରିଥିଲେ ଯେ, ୨୦୧୬ରେ ଭଦ୍ରକ ମହିଳା କଲେଜରେ ପଢୁଥିବା ବେଳେ ଶଂଖିଡା ଗଁାର ଜଣେ ଯୁବକଙ୍କ ସହ ତାଙ୍କର ପ୍ରେମସମ୍ପର୍କ ଗଢ଼ିଉଠିଥିଲା। ଘର ଲୋକ ବିରୋଧ କରିବାରୁ ଯୁବକ ଜଣଙ୍କ ୨୦୧୯ରେ ତାଙ୍କୁ ନେଇ ଭୁବନେଶ୍ୱର ପଳାଇ ଯାଇଥିଲେ। ୨୦୨୦ରେ ସେମାନେ ଫେରି ଭଦ୍ରକ ସହର ଲୋକନାଥ ମନ୍ଦିର ଓ କୋର୍ଟରେ ବିବାହ କରିଥିଲେ। ବିବାହ ପରେ ସେମାନେ ହାଇଦ୍ରାବାଦରେ ରହୁଥିଲେ। ସେଠାରେ ତାଙ୍କ ସ୍ବାମୀଙ୍କ ଦେହ ଅସୁସ୍ଥ ହେବାରୁ ୫ ମାସ ତଳେ ଗଁାକୁ ଫେରିଆସିଥିଲେ। ତାଙ୍କୁ ବାପଘରେ ଛାଡ଼ି ସ୍ବାମୀ ନିଜ ଗଁାକୁ ଯାଇଥିଲେ। ପରିବାର ଲୋକଙ୍କ ସହ କଥା ହୋଇ ତାଙ୍କୁ ଘରକୁ ନେଇଯିବେ ବୋଲି ସେ ପ୍ରତିଶ୍ରୁତି ଦେଇଥିଲେ। ହେଲେ ସେବେଠାରୁ ସେ ତାଙ୍କ ସହ କୌଣସି ଯୋଗାଯୋଗ ରଖି ନ ଥିବାବେଳେ ଏବେ ଅନ୍ୟତ୍ର ବିବାହ ପାଇଁ ପ୍ରସ୍ତୁତ ହେଉଛନ୍ତି। ଗତ ଜୁଲାଇରେ ଏନେଇ ସେ ତିହିଡ଼ି ଥାନାରେ ଅଭିଯୋଗ କରିଥିଲେ। ବାରମ୍ବାର ଗୁହାରି ପରେ ବି ପୋଲିସ କିଛି ନ ବୁଝିବାରୁ ସେ ବାଧ୍ୟହୋଇ ଭଦ୍ରକ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। କୋର୍ଟଙ୍କ ନିର୍ଦ୍ଦେଶ ପରେ ଜୁଲାଇ ୧୪ରେ ପୋଲିସ ଏକ ମାମଲା ରୁଜୁ କରିଥିଲା। ପୋଲିସ କାର୍ଯ୍ୟାନୁଷ୍ଠାନରେ ବିଳମ୍ବ ହେଉଥିବାରୁ ସେ ଧାରଣା ନିଷ୍ପତ୍ତି ନେଇଥିଲେ। ମଙ୍ଗଳବାର ଚାନ୍ଦବାଲି ଏସ୍‌ଡିପିଓ ଦେବୀଶଙ୍କର ପ୍ରତାପ ପହଞ୍ଚି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଲିଖିତ ପ୍ରତିଶ୍ରୁତି ଦେବା ପରେ ମହିଳା ଜଣଙ୍କ ଧାରଣାରୁ ଉଠିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri