ବ୍ରହ୍ମପୁରରେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳଙ୍କୁ ସମ୍ବର୍ଦ୍ଧନା ‘ବିପ୍ଳବ ବିନା ବିକାଶ ନାହିଁ’

ବ୍ରହ୍ମପୁର ଅଫିସ୍‌,୨୧ା୧୧- ଓଡ଼ିଶା ମାଟିରୁ ଆରମ୍ଭ ହୋଇଥିଲା। ପାଇକ ବିଦ୍ରୋହକୁ ଦେଶର ସର୍ବପ୍ରଥମ ବିଦ୍ରୋହ ଭାବେ ମାନ୍ୟତା ମିଳିଛି । ଏଥିରୁ ପ୍ରମାଣ ମିଳୁଛି, ଆମ ଓଡ଼ିଶାର ବୀରପୁତ୍ରଙ୍କ ବିରତ୍ୱ। ଏ ଜାତିର ମଣିଷମାନେ ସଂଗ୍ରାମ ଓ ସଂଘର୍ଷ କରିବା ଭୁଲିଗଲେଣି। ବିପ୍ଲବ ବିନା ବିକାଶ ନାହିଁ। ଏଣୁ ଆସନ୍ତୁ, ଆମ ପୂର୍ବ ଗୌରବକୁ ମନେ ପକାଇ ବୀରପୁତ୍ରଙ୍କ ଜୀବନରୁ ପ୍ରେରଣା ନେବା ବୋଲି ଆହ୍ବାନ ଦେଇଛନ୍ତି ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୁଷଣ ହରିଚନ୍ଦନ। ଗଞ୍ଜାମ ହେଉଛି ସଂଗ୍ରାମୀଙ୍କ ମାଟି। ଏହି ମାଟିରୁ ବିପ୍ଲବ ଆରମ୍ଭ ହେଉ ବୋଲି ସେ ପ୍ରକାଶ କରିଛନ୍ତି ।
ଦକ୍ଷିଣ ଓଡ଼ିଶା ସାହିତ୍ୟ ସମ୍ମିଳନୀ ତରଫରୁ ସ୍ଥାନୀୟ ଟାଉନହଲ୍‌ରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ଯୋଗଦେଇ ପ୍ରତିଉତ୍ତରରେ ଉପରୋକ୍ତ ମନ୍ତବ୍ୟ ଦେଇଛନ୍ତି ରାଜ୍ୟପାଳ ହରିଚନ୍ଦନ। ସେ କହିଥିଲେ, ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା ସଂଗ୍ରାମ ମାନ୍ୟତା ଦେବା ପାଇଁ ଦୀର୍ଘଦିନ ସଂଘର୍ଷ କରିବାକୁ ପଡ଼ିଛି। ଅନେକ ଦିନର ଲଢ଼େଇ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏ ଦାବିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ରେ ଉପସ୍ଥାପନ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ଏହାକୁ ଗ୍ରହଣ କରିଥିଲେ। ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ତାଙ୍କର ଶେଷ ଅଭିଭାଷଣରେ ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତ ସଂଗ୍ରମର ମାନ୍ୟତା ଦେଇଥିଲେ । ଏହା ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଗର୍ବର ବିଷୟ ବୋଲି ସେ ପ୍ରକାଶ କରିଥିଲେ। ରାଜ୍ୟପାଳ ହରିଚନ୍ଦନ ଏହି ଅବସରରେ ଜୈବିକ ଚାଷ ଉପରେ ଗୁରୁତ୍ୱ ଦେଇଥିଲେ। ସେହିଭଳି ପ୍ରଦୁଷଣ ଦେଶବ୍ୟାପୀ ଅନେକ ସହରରେ ଉତ୍କଟ ସମସ୍ୟା ସୃଷ୍ଟି କରୁଛି। ସମସ୍ତେ ବ୍ୟାପକ ବୃକ୍ଷ ରୋପଣ କରନ୍ତୁ ବୋଲି ସେ ପରାମର୍ଶ ଦେଇଥିଲେ। ଗଞ୍ଜାମର ଚାଷୀମାନେ କଠିନ ପରିଶ୍ରମୀ। ମାଟି ସହ ନିଜକୁ ମିଶାଇ ଦିଅନ୍ତି। ଏଣୁ ଗଞ୍ଜାମ ଜିଲାର ଚାଷୀମାନେ ଜୈବିକ ଚାଷକୁ ଅପଣାନ୍ତୁ ବୋଲି ରାଜ୍ୟପାଳ ପ୍ରକାଶ କରିଥିଲେ ।
ଓଡ଼ିଶା ସାହିତ୍ୟ ସମ୍ମିଳନୀ ମହାସଚିବ ଦଣ୍ଡପାଣି ମହାପାତ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ମୁଖ୍ୟବକ୍ତା ଭାବେ ପ୍ରଫେସର ଡ. ସୁଦର୍ଶନ ଆଚାର୍ଯ୍ୟ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ପାରଳାଖେମୁଣ୍ଡି ବିଧାୟକ କେ. ନାରାୟଣ ରାଓ, ପୂର୍ବତନ ବ୍ରହ୍ମପୁର ବିଧାୟକ ଡା. ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ପୂର୍ବତନ ବିଧାୟକ ଏନ୍‌. ନାରାୟଣ ରେଡ୍ଡୀ, ଖବରଦାତା ସଞ୍ଜୟ ଜେନା, ପ୍ରଫେସର ଡା. ପ୍ରଫୁଲ୍ଲ ଚନ୍ଦ୍ର ସାହୁ, ଜିଲା କଂଗ୍ରେସ କମିଟି କାର୍ଯ୍ୟକାରୀ ସଭାପତି ପୀତବାସ ପଣ୍ଡା, ଭୃଗୁ ବକ୍ସିପାତ୍ର, ସୁଶାନ୍ତ ସାବତ, ସୁବାସ ମହାରଣା, ରବି ରଥ, ଦକ୍ଷିଣ ଓଡ଼ିଶା ସାହିତ୍ୟ ସମ୍ମିଳନୀ ସଭାପତି ପ୍ରଶାନ୍ତ ମିଶ୍ର, ଡ. ବିଦ୍ୟୁତ୍‌ପ୍ରଭା ସାହୁ ପ୍ରମୁଖ ଯୋଗ ଦେଇଥିଲେ। ଅଭ୍ୟର୍ଥନା କମିଟିର ଅଧ୍ୟକ୍ଷ ବିଭୂତି ଜେନା ସ୍ବାଗତ ଭାଷଣ ଦେଇଥିଲେ । ଏହି ଅବସରରେ ୧୦୮ ସଂଗଠନ, ବ୍ୟକ୍ତିବିଶେଷ ଏବଂ ସଂସ୍ଥା ତରଫରୁ ରାଜ୍ୟପାଳ ହରିଚନ୍ଦନଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍

ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri