ବ୍ରହ୍ମପୁରରେ ଜୁଡିସିଆଲ ଏକାଡେମୀର ୨୬ ଜଣିଆ ସଦସ୍ୟ

ବ୍ରହ୍ମପୁର ଅଫିସ,୧୪ା୨- ନ୍ୟାୟ ପରିଷଦ (ଜୁଡିସିଆଲ ଏକାଡେମୀ) ସଦସ୍ୟା ଓ ସଦସ୍ୟମାନେ ଗୁରୁବାର ବ୍ରହ୍ମପୁରରେ ପହଞ୍ଚିଥିଲେ। ୧୫ ଜିଲାର ୨୬ ଜଣିଆ ଟିମ୍‌ ପ୍ରଥମେ ସୁଧାର ଗୃହରେ ରହୁଥିବା ବାଳ ଅପରାଧୀମାନଙ୍କୁ ଭେଟିଥିଲେ। ସେଠାରେ ସେମାନଙ୍କର ରହଣି, ଖାଦ୍ୟପେୟ, ସ୍ବାସ୍ଥ୍ୟାବସ୍ଥା ଓ ସେମାନଙ୍କ ନାମରେ ଥିବା ମାମଲାଗୁଡିକର ଅଗ୍ରଗତି ସମ୍ପର୍କରେ ଆଲୋଚନା କରିଥିଲେ। ଏପରିକି ସେମାନେ ସମାଜର ମୁଖ୍ୟସ୍ରୋତକୁ କିପରି ଫେରି ଆସିବେ ସେ ନେଇ ଆଲୋଚନା କରିଥିଲେ ବୋଲି ଗଞ୍ଜାମ ଜିଲା ସଦସ୍ୟା ସରିତ୍ରୀ କୁମାରୀ ପଟ୍ଟନାୟକ ସୂଚନା ଦେଇଛନ୍ତି। ପରେ ସେମାନେ କେନ୍ଦ୍ରୀୟ ନାରୀ ସେବା ସଦନ ଯାଇଥିଲେ। ସେଠାରେ ରହୁଥିବା ଯୁବତୀ ଓ ମହିଳାଙ୍କୁ ଭେଟି ବିଭିନ୍ନ ସମସ୍ୟା ସମ୍ପର୍କରେ ବୁଝିଥିଲେ। ଶେଷରେ ଗୋଷାଣୀନୂଆଗଁାରେ ଥିବା ଶିଶୁ ଯତ୍ନ ଏବଂ ସୁରକ୍ଷା କେନ୍ଦ୍ର (ଉତ୍କଳ ବାଳାଶ୍ରମ) ପରିଦର୍ଶନରେ ଯାଇଥିଲେ। କେଉଁ ପରିବେଶ ଓ ପରିସ୍ଥିତିରେ ଅନ୍ତେବାସୀମାନେ ଉତ୍କଳ ବାଳାଶ୍ରମରେ ରହୁଛନ୍ତି, ସେମାନଙ୍କୁ ଠିକ୍‌ ଭାବେ ଖାଦ୍ୟ ଦିଆଯାଉଛି କି ନାହିଁ ଓ ଅନ୍ତେବାସୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ମଧ୍ୟ ଏହି କମିଟି ବୁଝିଥିଲେ। ଗଞ୍ଜାମ, ଗଜପତି, ବଲାଙ୍ଗୀର, ସମ୍ବଲପୁର, ପୁରୀ, କୋରାପୁଟ, ଖୋର୍ଦ୍ଧା, ମୟୂରଭଞ୍ଜ, କେନ୍ଦ୍ରାପଡା, ଝାରସୁଗୁଡା, ଯାଜପୁର, ଦେବଗଡ, ବରଗଡ, ବାଲେଶ୍ୱର ଓ ଅନୁଗୋଳ ଜିଲାରୁ ସଭ୍ୟା ଓ ସଭ୍ୟମାନେ ଆସିଥିଲେ। ୩ ଅନୁଷ୍ଠାନ ପରିଦର୍ଶନ କରି ସେଠାକାର ରିପୋର୍ଟ ସରକାରଙ୍କ ନିକଟକୁ ପଠାଯିବ ବୋଲି କହିଛନ୍ତି। ସମସ୍ତ ସଭ୍ୟା ଓ ସଭ୍ୟମାନେ କଟକ ସ୍ଥିତ ଜୁଡିସିଆଲ ଏକାଡେମୀ ଆଣ୍ଡ ଟ୍ରେନିଂ ସେଣ୍ଟରରୁ ଆସିଛନ୍ତି ବୋଲି ସରିତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

ବାଲେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ଶାନ୍ତି ରେଷ୍ଟୁରାଣ୍ଟ

ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍‌ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?