ବ୍ରହ୍ମପୁରରେ ପୋଲିସ ଡିଜି: ଅପରାଧ ସ୍ଥିତି, ୫ଟି ଉପରେ କଲେ ସମୀକ୍ଷା

ବ୍ରହ୍ମପୁର ଅଫିସ,୮।୨: ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ ଶନିବାର ବ୍ରହ୍ମପୁର ଗସ୍ତରେ ଆସି ଦକ୍ଷିଣାଞ୍ଚଳ ରେଞ୍ଜ ଡିଆଇଜିଙ୍କ ସମ୍ମିଳନୀ କକ୍ଷରେ ୫ଟି ପୋଲିସ ଜିଲାର ଏସ୍‌ପିଙ୍କୁ ନେଇ ସମୀକ୍ଷା କରିଛନ୍ତି। ଦକ୍ଷିଣାଞ୍ଚଳ ପୋଲିସ ରେଞ୍ଜର ଆଇନଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କରିବା ସହିତ ମାଓବାଦୀଙ୍କ ଗତିବିଧି ଓ ଅପରାଧ ଉପରେ ସମୀକ୍ଷା କରିଥିଲେ। ବିଶେଷକରି ରାଜ୍ୟ ସରକାରଙ୍କ ମୋ’ ସରକାର କାର୍ଯ୍ୟକ୍ରମ ଅନ୍ତର୍ଗତ ୫ -ଟିର କାର୍ଯ୍ୟକାରିତା, ଅଞ୍ଚଳର ଅପରାଧ ସ୍ଥିତିକୁ ଅଧିକ ଗୁରୁତ୍ୱ ଦିଆଯାଇଥିଲା। ସେହିପରି ଆଇନ ଶୃଙ୍ଖଳା, ଟ୍ରାଫିକ ନିୟନ୍ତ୍ରଣ, ମାଓବାଦୀ ମୁକାବିଲା, ଗୁଇନ୍ଦା ସଂସ୍ଥାର କାର୍ଯ୍ୟକାରିତାକୁ ନେଇ ଡିଜିପି ଅଭୟ ଏହି ସମୀକ୍ଷା କରିଛନ୍ତି। ଅନ୍ୟପଟେ ବିଭିନ୍ନ ଥାନାରେ ରୁଜୁ ହୋଇଥିବା ମାମଲାଗୁଡ଼ିକର ସଠିକ ତଦନ୍ତ କରିବା ସହିତ ଦଣ୍ଡବିଧାନ ହାର କିପରି ବୃଦ୍ଧି କରାଯିବ ସେ ନେଇ ଆଲୋଚନା କରାଯାଇଥିଲା। କନ୍ଧମାଳ ଓ ଗଜପତି ଜିଲାରେ ମାଓବାଦୀଙ୍କ ଗତିବିଧି ନିୟନ୍ତ୍ରଣ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଏଡିଜେ (ଗୁଇନ୍ଦା) ରାଧାକୃଷ୍ଣ ଶର୍ମା, ଡିଆଇଜି ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌)ଜୟନାରାୟଣ ପଙ୍କଜ, ଡିଆଇଜି ସ୍ପେଶାଲ ଇଣ୍ଟିଲିଜେନ୍ସ ଓ୍ବିଙ୍ଗ୍‌( ଏସଆଇ ଡବ୍ଲ୍ୟୁ) ଅନିରୁଦ୍ଧ ସିଂ, ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର, ଗଞ୍ଜାମ ଏସ୍‌ପି ବ୍ରିଜେଶ ରାୟ, ଗଜପତି ଏସ୍‌ପି ସାରା ଶର୍ମା, ବୌଦ୍ଧ ଏସ୍‌ପି ଭି.ରଘୁନାଥ ରାଓ ଏବଂ ଏଏସ୍‌ପି ପ୍ରବସନ ଅଭିଳାଷ ଜୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri