ବ୍ରହ୍ମପୁରରେ ସୁଧୁରିନି ପାଣି ସମସ୍ୟା : ଜାନୁୟାରୀ ସୁଦ୍ଧା କାର୍ଯ୍ୟକ୍ଷମ ନିର୍ଦ୍ଦେଶ

ଛତ୍ରପୁର,୨୦ା୧୦(ଡି.ଏନ.ଏ)-ବ୍ରହ୍ମପୁର ମହାନଗର ନିଗମରେ ପାଣି ସମସ୍ୟା ଦୂର କରିବା ପାଇଁ ବ୍ୟୟ ବହୁଳ ଜାନିବିଲି ପ୍ରକଳ୍ପ ପ୍ରତିଷ୍ଠା ହୋଇଛି। ଏହି ପ୍ରକଳ୍ପ ଉଦ୍‌ଘାଟନ ହୋଇଥିଲେ ହେଁ ଏହା ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟକ୍ଷମ ହୋଇନି। ଏପରିକି ପାଇପ୍‌ ବିଛା କାମଠାରୁ ଆରମ୍ଭ କରି ସମସ୍ତ ଘରକୁ ପାଣି ଯୋଗାଣ ହୋଇ ନ ଥିବା ଜଣାପଡିଛି। ଶନିବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଏହି ପ୍ରକଳ୍ପ ସମ୍ବନ୍ଧୀୟ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ଏହି ପ୍ରକଳ୍ପ ପାଇଁ ପାଇପ୍‌ ଲାଇନ୍‌ ବିଛା କାମ ଓ ସମସ୍ତ ଘରକୁ ଜଳ ଯୋଗାଣ ଆସନ୍ତା ବର୍ଷ ଜାନୁୟାରୀ ସୁଦ୍ଧା ତ୍ୱରାନ୍ବିତ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏଥିରେ ଖିଲାପ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ସତର୍କ କରାଇଛନ୍ତି। ଦିନ ବେଳା ପାଇପ୍‌ କାମ ଚାଲୁଥିବାରୁ ଟ୍ରାଫିକ୍‌ ସମସ୍ୟା ଉପଜୁଛି। ଏଣୁ ରାତିରେ ହିଁ ଏହି କାମ କରିବାକୁ ଜିଲାପାଳ କହିଥିଲେ। ଏଥିସହ ଏହି କାର୍ଯ୍ୟରେ ଅଧିକ ଶ୍ରମିକଙ୍କୁ ନିୟୋଜିତ କରିବାକୁ ଠିକା ସଂସ୍ଥାକୁ ନିର୍ଦ୍ଦେଶ ଦିଆଯାଇଛି। ପାଇପ୍‌ ବିଛାଇବା ପାଇଁ ରାସ୍ତାଗୁଡିକୁ ଖୋଳା ଯାଉଛି। ଏହାକୁ ଠିକ୍‌ କରିବାକୁ କୁହାଯାଇଛି। କେତେକ ସ୍ଥାନରେ ବିଦ୍ୟୁତ କେବୁଲ୍‌ ମଧ୍ୟ ମାଟି ତଳେ ଯାଇଛି। ଫଳରେ ପାଇପ୍‌ ବିଛା କାମ ବିପଦପୂର୍ଣ୍ଣ ହୋଇଛି। ଏଣୁ କେଉଁଠି ବିଦ୍ୟୁତ୍‌ କେବୁଲ୍‌ ମାଟି ତଳେ ଯାଇଛି, ମିଟର ଦ୍ୱାରା ଯାଞ୍ଚ କରି ବିଦ୍ୟୁତ୍‌ ବିଭାଗ ପକ୍ଷରୁ ଠିକା ସଂସ୍ଥାକୁ ଅବଗତ କରିବାକୁ ଜିଲାପାଳ କହିଥିଲେ। ଏହି ବୈଠକରେ ବ୍ରହ୍ମପୁର ମହାନଗର ନିଗମ କମିଶନର ଚକ୍ରବର୍ତ୍ତୀ ସିଂ ରାଠୋର, ପ୍ରକଳ୍ପ ଇନ୍‌ଚାର୍ଜ ସୀତାରାମ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri