ବ୍ରହ୍ମପୁର ବଡ଼ ମେଡିକାଲରେ ଶିଶୁ ବିକ୍ରି ଅଭିଯୋଗ: ୭ଦିନ ଭିତରେ ରିପୋର୍ଟ ଦେବାକୁ ସିଡବ୍ଲ୍ୟୁସିର ନିର୍ଦ୍ଦେଶ

ବ୍ରହ୍ମପୁର ଅଫିସ,୨୪ା୫- ବ୍ରହ୍ମପୁର ବଡ଼ ମେଡିକାଲରେ ଶିଶୁ ବିକ୍ରି ନେଇ ଚାଇଲ୍ଡ ଲାଇନ୍‌ ପକ୍ଷରୁ ଶନିବାର ଅଭିଯୋଗ ହୋଇଛି। ଚାଇଲ୍ଡ ଲାଇନ ଏନେଇ ଶିଶୁ ମଙ୍ଗଳ କମିଟି (ସିଡବ୍ଲ୍ୟୁସି)କୁ ଜଣାଇବା ପରେ ୭ଦିନ ମଧ୍ୟରେ ଏହାର ତଦନ୍ତ କରି ରିପୋର୍ଟ ଦେବାକୁ ସିଡବ୍ଲ୍ୟୁସି ଚାଇଲ୍ଡ ଲାଇନ୍‌ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛି। ନିର୍ଦ୍ଦେଶ ପାଇବା ପରେ ଚାଇଲ୍ଡ ଲାଇନ ପକ୍ଷରୁ କୋଦଳା ଥାନାରେ ଅଭିଯୋଗ ହୋଇଛି।
ପ୍ରକାଶ ଯେ, ଗଞ୍ଜାମ ଜିଲା କୋଦଳା ଥାନା ଅଞ୍ଚଳର ଜଣେ ୩୨ ବର୍ଷୀୟା ଆସନ୍ନ ପ୍ରସବା ଗତ ୧୮ ତାରିଖରେ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି ହୋଇଥିଲେ। ସେଠାରେ ତାଙ୍କର ଏକ ଶିଶୁପୁତ୍ର ଜନ୍ମ ହୋଇଥିଲା। ପ୍ରସୂତି ବିଭାଗର ଜଣେ ବ୍ୟକ୍ତି ଶିଶୁ ପୁତ୍ରଟିକୁ ବିକ୍ରି କରିବାକୁ ମହିଳାଙ୍କୁ ଲୋଭ ଦେଖାଇଥିଲେ। ସେଥିପାଇଁ ମୋଟା ଅଙ୍କର ଟଙ୍କା ଦେବାକୁ ମଧ୍ୟ କହିଥିଲେ। ଏହି ଖବର ଚାଇଲ୍ଡ ଲାଇନ ପାଖରେ ପହଞ୍ଚତ୍ଥିଲା। ଚାଇଲ୍ଡ ଲାଇନ୍‌ ନିର୍ଦ୍ଦେଶକ ସୁଧୀର ସାବତଙ୍କ ନିର୍ଦ୍ଦେଶ କ୍ରମେ ସଂଯୋଜକ ସାଇପ୍ରସାଦ ସାମଲ ଓ ସଦସ୍ୟା ପ୍ରଣତୀ କୌର ମେଡିକାଲକୁ ଯାଇ ଶିଶୁପୁତ୍ରଙ୍କ ମା’ଙ୍କୁ ପଚରାଉଚରା କରିଥିଲେ। ତେବେ ମହିଳା ଜଣକ ଶିଶୁପୁତ୍ର ବିକ୍ରି ଘଟଣାକୁ ଖଣ୍ଡନ କରିଥିଲେ। ମାତ୍ର ସନ୍ଦେହ ହେବାରୁ ଚାଇଲ୍ଡ ଲାଇନ ଏନେଇ ନଜର ରଖିବାକୁ ପ୍ରସୂତି ବିଭାଗ କର୍ମକର୍ତ୍ତାଙ୍କୁ ସୂଚନା ଦେଇଥିଲେ।
ଏନେଇ କୋଦଳା ଥାନା ଅଧିକାରୀ ଦେବାଶିଷ ମହାପାତ୍ରଙ୍କ ସହ ଯୋଗାଯୋଗ ବେଳେ ସେ କହିଛନ୍ତି, ଘଟଣାଟି ଯଦିଓ ବୈଦ୍ୟନାଥପୁର ଥାନା ଅଞ୍ଚଳରେ ଘଟିଛି, ଚାଇଲ୍ଡ ଲାଇନ ପକ୍ଷରୁ ଅଭିଯୋଗ ପରେ ଆମେ ତଦନ୍ତ ଜାରି ରଖିଛୁ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟ ପରିସରରେ ସବୁଜ ପରିବେଶ ସୃଷ୍ଟି କଲେ ବିଚାରପତି

ପୁରୁଷୋତ୍ତମପୁର,୩ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକ ଆଇନ ସେବା କମିଟି ପକ୍ଷରୁ ଶୁକ୍ରବାର ନୂତନ ସିଭିଲ କୋର୍ଟ ପରିସରରେ ଚାରାରୋପଣ କାର୍ଯ୍ୟକ୍ରମ…

ଏଣିକି ୧୨୫ ଦିନ ମିଳିବ କାମ: ନୂଆ ଯୋଜନାକୁ ନେଇ ଉତ୍ସାହିତ ଶ୍ରମିକ

ଭଞ୍ଜନଗର,୩।୭(ବାବୁଲା ପ୍ରଧାନ): ଜୁଲାଇ ୧ ତାରିଖରୁ ଭି.ବି-ଜୀ ରାମ ଜୀ ଯୋଜନା ସମଗ୍ର ଦେଶରେ ଲାଗୁ ହୋଇଛି। ପୂର୍ବରୁ ଥିବା ମହାତ୍ମା ଗାନ୍ଧୀ ନିଶ୍ଚିତ ଗ୍ରାମୀଣ ନିଯୁକ୍ତି…

ପୋଡମପେଟା ସମୁଦ୍ର କୂଳ ଲଂଘିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୩।୭(ଅନାଥ ତରାଇ):  ବିଶ୍ୱତାପନ ଓ ବଙ୍ଗୋପସାଗରରେ କ୍ରମାଗତ ଜଳସ୍ତର ବୃଦ୍ଧି ଯୋଗୁଁ ଗଞ୍ଜାମ ଜିଲା ଉପକୂଳରେ ସ୍ଥିତି ଗମ୍ଭୀର ରହିଛି । ଏହାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ…

ଅଙ୍ଗନବାଡି ଗୃହ ପାଇଁ ବ୍ଲକ ଘେରାଉ: ଆନ୍ଦୋଳନରେ ସାମିଲ ହେଲେ କୁନି କୁନି ପିଲା

ଜଗନ୍ନାଥପ୍ରସାଦ,୩।୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ । ଚାରିକୋଣିଆ ଗୌଡ଼ ସାହିରେ ଅଙ୍ଗନବାଡି…

ବନ ମହୋତ୍ସବ ସପ୍ତାହ, ସାନଖେମୁଣ୍ଡି କୋର୍ଟ ପରିସରରେ ଚାରା ରୋପଣ କଲେ ମାଜିଷ୍ଟ୍ରେଟ 

ଦିଗପହଣ୍ଡି,୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ ଆନୁକୁଲ୍ୟରେ  ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri